ବିମାନରେ ଫଟୋଗ୍ରାଫି ବ୍ୟାନ୍‌ କରାଯାଇନି: ଡିଜିସିଏ

ନୂଆଦିଲ୍ଲୀ, ୧୪।୯: ବିମାନରେ ଫଟୋଗ୍ରାଫିକୁ ବ୍ୟାନ କରାଯାଇନାହିଁ। ବେସାମରିକ ବିମାନ ଚଳାଚଳ ମହାନିର୍ଦ୍ଦେଶାଳୟ(ଡିଜିସିଏ) ପକ୍ଷରୁ ସୋମବାର ଏ ନେଇ ଏକ ସ୍ପଷ୍ଟୀକରଣ ଦିଆଯାଇଛି। ବିମାନ ଯାତ୍ରୀ ଅନ୍‌ବୋର୍ଡ ଫ୍ଲାଇଟରେ ପୂର୍ବଭଳି ଫଟୋ ଉଠାଇ ପାରିବେ। ମାତ୍ର ଡିଫେନ୍ସ ଏୟାରଫିଲ୍ଡଗୁଡିକରେ ଫ୍ଲାଇଟ ଚାଲୁ ରହିଥିବା ବେଳେ ଯାତ୍ରୀଙ୍କୁ ଫଟୋ ଉଠାଇବା ନେଇ ବାରଣ କରାଯାଇଛି ବୋଲି ଡିଜିସିଏ ସ୍ପଷ୍ଟ କରିଛି। ଏହାବାଦ ପୂର୍ବଭଳି ବିମାନ ଲ୍ୟାଣ୍ଡ ଏବଂ ଟେକ୍‌ ଅଫ୍‌ କରୁଥିବା ବେଳେ ଯାତ୍ରୀ ଷ୍ଟିଲ ଏବଂ ଭିଡିଓଫଟୋଗ୍ରାଫି କରିପାରିବେ। ମାତ୍ର ଲୋକମାନେ କୌଣସି ରେକର୍ଡିଂ ଇକ୍ୱିପମେଣ୍ଟ ବ୍ୟବହାର କରିପାରିବେ ନାହିଁ। ସେହିଭଳି ବିମାନ ପରିଚାଳନାରେ ଏଭଳି କାର୍ଯ୍ୟ ବାଧା ଉପୁଜାଉଥିବାରୁ କ୍ରିଓ ଏହାକୁ ବାରଣ କରିଥାନ୍ତି। ଏଭଳି ବିଭିନ୍ନ ପ୍ରସଙ୍ଗକୁ ଯାତ୍ରୀ ଧ୍ୟାନରେ ରଖିବାକୁ କୁହାଯାଇଛି। ଯଦି କୌଣସି ଯାତ୍ରୀ ନିୟମ ଉଲ୍ଲଂଘନ କରନ୍ତି ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସୂଚନା ଯୋଗ୍ୟ, ବିମାନରେ ଫଟୋଗ୍ରାଫି କଲେ କାର୍ଯ୍ୟାନୁଷ୍ଠାନ ହେବ ବୋଲି ଏକ ଖବର ରବିବାର ପ୍ରକାଶ ପାଇଥିଲା। ନିୟମ ଉଲ୍ଲଂଘନ କରୁଥିବା ବିମାନ କମ୍ପାନୀ ଏବଂ କ୍ୟାବିନରେ ଥିବା କ୍ରିଉଙ୍କ ଏବଂ ଯାତ୍ରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ ବୋଲି ଏଥିରେ ପ୍ରକାଶ ପାଇଥିଲା। ଯାହାକୁ ନେଇ ଡିଜିସିଏ ସ୍ପଷ୍ଟୀକରଣ ପ୍ରଦାନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସେପ୍ଟେମ୍ୱର ୧ରୁ ମହଙ୍ଗା ହେବ ଅଟୋ ଭଡା, ଜାଣନ୍ତୁ କେତେ ଦବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୨୬।୮: ମୁମ୍ୱାଇରେ CNG ରେ ଚାଲୁଥିବା କଳା-ହଳଦିଆ ଟ୍ୟାକ୍ସି ଏବଂ ଅଟୋ ରିକ୍ସାରେ ଯାତ୍ରା କରିବା ୧ ସେପ୍ଟେମ୍ୱରରୁ ମହଙ୍ଗା ହୋଇଯିବ। ମହାରାଷ୍ଟ୍ର ପରିବହନ ପ୍ରାଧିକରଣ ବୁଧବାର…

ପେଟ୍ରୋଲିୟମ ମନ୍ତ୍ରାଳୟର ବଡ଼ ସୂଚନା, ୩୧ ଅଗଷ୍ଟ ପରେ ମିଳିବନି ଗ୍ୟାସ ସିଲିଣ୍ଡର? ଶୀଘ୍ର ସାରନ୍ତୁ ଏହି କାମ…

ନୂଆଦିଲ୍ଲୀ,୨୬।୮: ଯଦି ଆପଣଙ୍କ ଘରେ ମଧ୍ୟ ରୋଷେଇ ଗ୍ୟାସ ସିଲିଣ୍ଡର ବ୍ୟବହୃତ ହେଉଛି, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଜରୁରୀ। ତେଲ କମ୍ପାନୀ ଏବଂ…

ମାତ୍ର ଏତିକି କିଲୋର କିଣିପାରିବେ ଚିନି! ବିଗ୍‌ବାସ୍କେଟ-ଇନଷ୍ଟାମାର୍ଟ ଭଳି କମ୍ପାନୀ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ, ୨୬।୮: ଭାରତରେ ପର୍ବପର୍ବାଣିର ମୁଖ୍ୟ ଋତୁ ପୂର୍ବରୁ ଯୋଗାଣରେ ହ୍ରାସ କାରଣରୁ D-Mart ଭଳି ରିଟେଲର୍ସ ଏବଂ BigBasket, Blinkit ଓ Swiggy Instamart ଭଳି…

ମହଙ୍ଗା ମାଡ଼: ବଢ଼ିଲା ଅଣ୍ଡା ଦର, ଏତିକି ଟଙ୍କା ହେବ ଚିକେନ ଦାମ୍

ନୂଆଦିଲ୍ଲୀ,୨୬।୮: ଦୈନନ୍ଦିନ ଖାଦ୍ୟସାମଗ୍ରୀର ବୃଦ୍ଧିପାଉଥିବା ଦରଦାମ୍ ମଧ୍ୟରେ ଏବେ ଅଣ୍ଡା ଦର ସାଧାରଣ ଖାଉଟିଙ୍କ ଚିନ୍ତା ବଢ଼ାଇଦେଇଛି । ବିଗତ ଗୋଟିଏ ବର୍ଷ ମଧ୍ୟରେ ଅଣ୍ଡା ମୂଲ୍ୟରେ…

ବଡ଼ ଆଲର୍ଟ ଜାରି କଲା RBI, ଚିନି-ପିଆଜ ପରେ ଆହୁରି ମହଙ୍ଗା ହେବ…

ନୂଆଦିଲ୍ଲୀ, ୨୬।୮: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ୨୫ ଅଗଷ୍ଟ ୨୦୨୬ରେ ଜାରି କରିଥିବା ନିଜର ମାସିକ ବୁଲେଟିନ୍‌ରେ ଅଗଷ୍ଟ ମାସ ମଧ୍ୟରେ ଦ୍ୱିତୀୟ ଥର ପାଇଁ…

ଭାରତ ଠାରୁ ପାକିସ୍ତାନରେ ଏତେ ଶସ୍ତା ଚିନି! ତା’ ହେଲେ ଭାରତରେ ମହଙ୍ଗା କାହିଁକି?

ନୂଆଦିଲ୍ଲୀ, ୨୬।୮: ଚିନିକୁ ନେଇ ଭାରତ ଏବଂ ପାକିସ୍ତାନରେ ଆଜିକାଲି ସମ୍ପୂର୍ଣ୍ଣ ବିପରୀତ ଚିତ୍ର ଦେଖିବାକୁ ମିଳୁଛି। ଯେଉଁଠି ଭାରତର ଖୁଚୁରା ବଜାରରେ ଚିନିର ଦର କିଲୋଗ୍ରାମ…

ମଧ୍ୟବିତ୍ତଙ୍କୁ ବଡ଼ ଝଟ୍‌କା: ପୁଣି ମହଙ୍ଗା ହେଲା ଚିନି ଦର, ଜାଣନ୍ତୁ ଏବେ କେତେ ରେଟ୍‌

ନୂଆଦିଲ୍ଲୀ, ୨୬।୮: ପର୍ବପର୍ବାଣୀ ଯେତିକି ପାଖେଇ ଆସୁଛି, ଚିନି ଦର ସେତିକି କମିବା ବଦଳରେ ବଢ଼ିବାରେ ଲାଗିଛି। ଚିନି ଦର ବୃଦ୍ଧି ଯୋଗୁ ସାଧାରଣ ଲୋକଙ୍କ ଚିନ୍ତା…

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri