ଫଟୋ ସାମ୍ବାଦିକଙ୍କୁ ଆକ୍ରମଣ, କ୍ୟାମେରା ଭାଙ୍ଗିଲେ

ଭୁବନେଶ୍ୱର,୪।୧୧(ବ୍ୟୁରୋ): ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଚାଲିଛି ପ୍ରୋ-ହକି ଲିଗ୍‌ ଟୁର୍ନାମେଣ୍ଟ। ଖେଳାଳିମାନେ ବସ୍‌ ଯୋଗେ ଷ୍ଟାଡିୟମକୁ ଯିବାଆସିବା କରୁଛନ୍ତି। ଗୁରୁବାର ଅପରାହ୍ନରେ ଫାଟକ ନଂ.୮ ସମ୍ମୁଖରେ ନ୍ୟୁଜିଲ୍ୟାଣ୍ଡ୍‌ ଟିମ୍‌ ଖେଳାଳିଙ୍କ ଫଟୋ ଉତ୍ତୋଳନ କରୁଥିବାବେଳେ ରାସ୍ତା ଉପରେ ଫଟୋ ସାମ୍ବାଦିକ ରାକେଶ ରାଉଳଙ୍କୁ ଆକ୍ରମଣ ହୋଇଛି। ଜଣେ ସୁରକ୍ଷା କର୍ମୀ ବସରୁ ଓହ୍ଲାଇ ତାଙ୍କୁ ଧକ୍କାମାରି ତଳେ ପକାଇ ଦେବା ପରେ କ୍ୟାମେରା ଛଡ଼ାଇ ନେଇ ଭାଙ୍ଗି ଦେଇଛନ୍ତି। ଏଥିସହ ଅଶ୍ରାବ୍ୟ ଭାଷାରେ ଗାଳିଗୁଲଜ କରିଥିଲେ ମଧ୍ୟ ଘଟଣାସ୍ଥଳରେ ଥିବା ଅନ୍ୟ ପୋଲିସ ଅଧିକାରୀମାନେ ଦେଖଣାହାରି ସାଜିଥିଲେ। ସେମାନେ କର୍ତ୍ତବ୍ୟରତ ଫଟୋ ସାମ୍ବାଦିକଙ୍କୁ ସୁରକ୍ଷା ନ ଦେଇ ଆକ୍ରମଣକାରୀ ସୁରକ୍ଷା କର୍ମୀଙ୍କୁ ସହଯୋଗ କରିବା ଭଳି ଆଚରଣ ଦେଖାଇବା ଘଟଣାକୁ ନେଇ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଆକ୍ରମଣରେ ରାକେଶଙ୍କ ଆଙ୍ଗୁଠି, ଆଣ୍ଠୁ, ଅଣ୍ଟା ଓ ଶରୀରରେ ଆଘାତ ଲାଗିଛି। ଏପରିକି ପୂରା ଘଟଣାକୁ ଜଣେ ବ୍ୟକ୍ତି ତାଙ୍କ ମୋବାଇଲ୍‌ ଫୋନ୍‌ରେ ଶୁଟ୍‌ କରୁଥିବା ଦେଖି ସୁରକ୍ଷା କମର୍ର୍ୀ ଜଣକ ଉକ୍ତ ମୋବାଇଲ୍‌କୁ ମଧ୍ୟ ଛଡ଼ାଇ ନେଇଥିଲେ। ସୁରକ୍ଷା କର୍ମୀଙ୍କ ଏଭଳି ଦାଦାଗିରିକୁ ନିନ୍ଦା କରାଯାଇଥିବାବେଳେ ତାଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବିଭିନ୍ନ ସାମ୍ବାଦିକ ସଂଘ ପକ୍ଷରୁ ଦାବି କରାଯାଇଛି। ଏନେଇ ସାମ୍ବାଦିକ ସଂଘର ପ୍ରତିନିଧିମାନେ ଗୁରୁବାର ରାତିରେ ଏସିପି ସଞ୍ଜୀବ ଶତପଥୀଙ୍କୁ ଭେଟି ଘଟଣା ସମ୍ପର୍କରେ ଜଣାଇଛନ୍ତି। ଏହାସହ ନୂଆ କ୍ୟାମେରା ଫେରାଇବା, ସମ୍ପୃକ୍ତ ସୁରକ୍ଷା କର୍ମୀଙ୍କୁ ସସ୍‌ପେଣ୍ଡ, ଉପସ୍ଥିତ ଥାଇ ସୁରକ୍ଷା ଦେଇ ନ ଥିବା ନୟାପଲ୍ଲୀ ଥାନା ଅଧିକାରୀ କ୍ଷମା ପ୍ରାର୍ଥନା ପାଇଁ ଦାବି କରାଯାଇଛି। ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଏସିପି ଶତପଥୀ କହିଛନ୍ତି। ରାଜଧାନୀ ରାସ୍ତାରେ ଏହି ଘଟଣାକୁ ନେଇ ସାମ୍ବାଦିକଙ୍କ ସୁରକ୍ଷା ଉପରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ସମ୍ପୃକ୍ତ ସୁରକ୍ଷା କର୍ମୀଙ୍କ ବିରୋଧରେ ୨୪ ଘଣ୍ଟା ଭିତରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନ ଗଲେ ପରିସ୍ଥିତିି ଭୟଙ୍କର ହେବ ବୋଲି ସାମ୍ବାଦିକ ପକ୍ଷରୁ ଚେତାବନୀ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri