ମୁକୁଳା ଡ୍ରେନ୍‌ରେ ଫଟୋ ସାମ୍ବାଦିକ ପଡ଼ିବା ଘଟଣା: ପିଡବ୍ଲ୍ୟୁଡି ଉପରେ ଦୋଷ ଲଦିଲା ବିଏମ୍‌ସି

ଭୁବନେଶ୍ୱର, ୧୩ା୧ (ବ୍ୟୁରୋ): ହକି ବିଶ୍ୱକପ ପାଇଁ ରାଜଧାନୀର ରାସ୍ତାଘାଟ ମରାମତି ଠାରୁ ଆରମ୍ଭ କରି ସହରର ସୌନ୍ଦର୍ଯ୍ୟକରଣରେ କୋଟି କୋଟି ଟଙ୍କା ଖର୍ଚ୍ଚ କରାଯାଉଛି। କେଉଁଠି ପ୍ରାଚୀର ଚିତ୍ରରେ ଓଡ଼ିଶା କଳା, ସଂସ୍କୃତି, ଐତିହ୍ୟ, କାରୁକାର୍ଯ୍ୟ ଝଟକୁଛି ତ ଆଉ କେଉଁଠି ଗଛ ଲଗାଯାଇଛି। ମାତ୍ର ଘରେ ନ ପଶୁଣୁ ଚାଳ ବାଜିବା ଭଳି ବିଶ୍ୱକପ୍‌ ଆରମ୍ଭ ନ ହେଉଣୁ ମୁକୁଳା ଡ୍ରେନ୍‌ରେ ପଡ଼ି ଜଣେ ବିଦେଶୀ ଫଟୋ ସାମ୍ବାଦିକ ଆହତ ହୋଇଛନ୍ତି।
ସୂଚନା ଅନୁଯାୟୀ, ହକି ବିଶ୍ୱକପର ଫଟୋ ଖବର ସଂଗ୍ରହ ପାଇଁ ଦକ୍ଷିଣ କୋରିଆରୁ ଭୁବନେଶ୍ୱର ଆସିଥିବା ଫଟୋ ସାମ୍ବାଦିକ ପାର୍କ ସାଙ୍ଗ୍‌ ମିଓନ୍‌ ବୁଧବାର ସନ୍ଧ୍ୟାରେ ଡୁମୁଡୁମା ଅଞ୍ଚଳର ଏକ ଦୋକାନକୁ ଚା’ ପିଇବାକୁ ଯାଇଥିଲେ। ଏହି ସମୟରେ ସମ୍ପୃକ୍ତ ମହିଳା ଚା’ ଦୋକାନୀଙ୍କ ଫଟୋ ଉଠାଇବାକୁ ଯାଇ ସେ ମୁକୁଳା ଡ୍ରେନ୍‌ରେ ପଡ଼ିଯାଇଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସକୁ ଫୋନ କରିଥିଲେ। ମାତ୍ର ପ୍ରାୟ ଦେଢ ଘଣ୍ଟା ପର୍ଯ୍ୟନ୍ତ ଆମ୍ବୁଲାନ୍ସ ନ ଆସିବାରୁ ଏକ କାର୍‌ରେ ଜନୈକ ବ୍ୟକ୍ତି ତାଙ୍କୁ ଆହତ ଅବସ୍ଥାରେ ନେଇ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ମିଓନଙ୍କ ଗୋଡ଼ ଭାଙ୍ଗିିବା ସହ ହାତ ଏବଂ ପିଠିରେ କ୍ଷତ ହୋଇଛି। ତେବେ ବର୍ତ୍ତମାନ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ଜଣା ପଡିଛି। ଘଟଣା ସମ୍ପର୍କରେ ମେୟର ସୁଲୋଚନା ଦାସ ସଫେଇ ଦେଇ କହିଛନ୍ତି ଯେ, ଏହି ଡ୍ରେନ ବିଏମ୍‌ସିର ନୁହେଁ। ସମ୍ପୃକ୍ତ ଡ୍ରେନ୍‌ର ରକ୍ଷଣାବେକ୍ଷଣ ପିଡବ୍ଲ୍ୟୁଡି ଦ୍ବାରା କରାଯାଉଛି। ସହରର ବିକାଶ ପାଇଁ କାର୍ଯ୍ୟ କରାଯାଉଛି। ଆଗକୁ ସମସ୍ତଙ୍କ ମିଳିତ ଉଦ୍ୟମରେ ଏହି ସମସ୍ୟାର ସମାଧାନ କରାଯିବ ବୋଲି ମେୟର କହିଛନ୍ତି।
ସୂଚନାଯୋଗ୍ୟ, ଗତବର୍ଷ ସାଇକେଲରେ ଟିଉଶନ ଯାଉଥିବା ବେଳେ ମୁକୁଳା ଡ୍ରେନରେ ଭାସିଯାଇ ଖଣ୍ଡଗିରି ଅଞ୍ଚଳର ଜଣେ ସ୍କୁଲ ଛାତ୍ରଙ୍କର ମୃତ୍ୟୁ ହୋଇଥିଲା। ଏ ନେଇ ଏନ୍‌ଏଚ୍‌ଆର୍‌ସି କ୍ଷତିପୂରଣ ହେବାକୁ ନିର୍ଦ୍ଦେଶ ଦେବା ସହ ତୁରନ୍ତ ମୁକୁଳା ଡ୍ରେନରେ ସ୍ଲାବ ଘୋଡାଇବା କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଘଟଣାକୁ ଏକ ବର୍ଷ ବିତିଯାଇଥିଲେ ମଧ୍ୟ ହକି ବିଶ୍ୱକପ୍‌ ସମୟରେ ବିଦେଶୀ ଫଟୋ ସାମ୍ବାଦିକ ଡ୍ରେନରେ ଗଳି ପଡ଼ିବା ଘଟଣାକୁ ନେଇ ବିଭିନ୍ନ ମହଲରେ ଚର୍ଚ୍ଚା ଜୋର ଧରିଛି। କୋଟି କୋଟି ଟଙ୍କା ଖର୍ଚ୍ଚ କରି ସହରର ସୌନ୍ଦର୍ଯ୍ୟକରଣ କରାଯାଉଥିବା ବେଳେ ମୁକୁଳା ଡ୍ରେନରେ ବିଦେଶୀ ପର୍ଯ୍ୟଟକଙ୍କ ଗୋଡ଼ ଭାଙ୍ଗିବା ଘଟଣା ବିଶ୍ୱ ଦରବାରରେ ସ୍ମାର୍ଟ ସିଟି ଭୁବନେଶ୍ୱରର ଛବିକୁ ଏକପ୍ରକାର ମଳିନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri