Posted inଖେଳ

ଫୁଲ ସୋରେନ ଉପଅଧିନାୟିକା

ଭୁବନେଶ୍ୱର,୪।୮ (ତପନ ସ୍ବାଇଁ):ଇଣ୍ଟରନ୍ୟାଶନାଲ ବ୍ଲାଇଣ୍ଡ ସ୍ପୋଟର୍‌ସ ଫେଡେରେଶନ (ଆଇବିଏସ୍‌ଏ) ପକ୍ଷରୁ ଓ୍ବାଲର୍‌ଡ ଗେମ୍ସ ବର୍ମିଂହାମଠାରେ ଚଳିତ ମାସ ୧୮ରୁ ୨୭ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏଥିରେ ପ୍ରଥମଥରପାଇଁ ଦୃଷ୍ଟିବାଧିତ କ୍ରିକେଟ (ମହିଳା ଓ ପୁରୁଷ)କୁ ସାମିଲ କରାଯାଇଛି। ଏହି ପ୍ରତିଯୋଗିତାରେ ଭାରତର ମହିଳା ଓ ପୁରୁଷ ଦୃଷ୍ଟି ବାଧିତ କ୍ରିକେଟ ଦଳ ଅଂଶଗ୍ରହଣ କରିବ। ଗୁରୁବାର ଏଥିପାଇଁ ଉଭୟ ଦଳ ତାଲିକା ଘୋଷଣା କରାଯାଇଛି। ଓଡ଼ିଶାର ଫୁଲ ସୋରେନ ପ୍ରଥମଥରପାଇଁ ମହିଳା ଦଳର ଉପ-ଅଧିନାୟିକା ମନୋନୀତ ହୋଇଛନ୍ତି। କର୍ନାଟକର ବର୍ଷା ୟୁ.ଙ୍କୁ ଅଧିନାୟିକା କରାଯାଇଛି। ସେହିପରି ଆନ୍ଧ୍ର ପ୍ରଦେଶର ଅଜୟ କୁମାର ରେଡ୍ଡୀ ପୁରୁଷ ଦଳର ଅଧିନାୟକ ଓ ଭେଙ୍କଟେଶ୍ୱର ରାଓ ଉପ-ଅଧିନାୟକ ମନୋନୀତ ହୋଇଛନ୍ତି। ଭାରତୀୟ ପୁରୁଷ ଦଳ ପାକିସ୍ତାନ ଏବଂ ମହିଳା ଦଳ ଅଷ୍ଟ୍ରେଲିଆ ବିପକ୍ଷରେ ମ୍ୟାଚ ଖେଳି ଅଭିଯାନ ଆରମ୍ଭ କରିବେ। ଭାରତୀୟ ମହିଳା ଦଳରେ ଫୁଲଙ୍କ ବ୍ୟତୀତ ପଦ୍ମିନୀ ଟୁଡୁ, ବାସନ୍ତି ହାଂସଦା ଓ ଝିଲି ବିରୁଆ ସ୍ଥାନ ପାଇଛନ୍ତି। ସେହିପରି ପୁରୁଷ ଦଳରେ ମହମ୍ମଦ ଜାଫର ଇକବାଲ, ପଙ୍କଜ ଭୁଏ ଓ ନକୁଳ ବଡ଼ନାୟକ ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

୩୮ ବର୍ଷୀୟ ଉମେଶ ଯାଦବଙ୍କୁ ସୁଯୋଗ ଦେଲା ଶୁଭମନ ଗିଲଙ୍କ ଟିମ୍, ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କଲା ନିଷ୍ପତ୍ତି!

ନୂଆଦିଲ୍ଲୀ,୩୦ା୯: ଭାରତୀୟ କ୍ରିକେଟ ଦଳର ଅଭିଜ୍ଞ ଦ୍ରୁତ ବୋଲର ଉମେଶ ଯାଦବ ୩୮ ବର୍ଷ ବୟସରେ ଏକ ନୂଆ ଦଳରୁ ଖେଳିବାର ସୁଯୋଗ ପାଇଛନ୍ତି। ଆଗାମୀ ଘରୋଇ…

‘କାଲି ତ ମୁଁ ମ୍ୟାଚ୍ ଖେଳିଥାଆନ୍ତି…’, ନିଜ ମୃତ୍ୟୁ ଖବର ଦେଖି ହସିଲେ କ୍ରିକେଟର, ଭାଇରାଲ୍‌ ହେଉଛି ଭିଡିଓ

ନୂଆଦିଲ୍ଲୀ,୩୦।୯: ପାକିସ୍ତାନୀ କ୍ରିକେଟର ଆଜମ ଖାନଙ୍କ ମୃତ୍ୟୁ ଖବର ଦେଖି ନିଜେ ହିଁ ହସିଲେ ଆଜମ । ସୋସିଆଲ ମିଡିଆରେ ତାଙ୍କର ଏକ ଭିଡିଓ ଭାଇରାଲ୍‌ ହେଉଛି,…

ପଛରେ ପଡ଼ିଗଲେ କୋହଲି: ଗିଲ୍‌ ଦେଉଛନ୍ତି ଜୋରଦାର ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୩୦।୯: ଆଇସିସିର ସଦ୍ୟତମ ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗରେ ଭାରତୀୟ ଦଳର ଦୁଇ ଷ୍ଟାର୍‌ ବ୍ୟାଟରଙ୍କ ମଧ୍ୟରେ ଜୋରଦାର ଲଢ଼େଇ ଦେଖିବାକୁ ମିଳିଛି। ଶୁବମନ ଗିଲ ନମ୍ବର-୧ ସ୍ଥାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?