୧୭ରୁ ଫୁଲବାଣୀ, ବାଲିଗୁଡ଼ା ୪ ଦିନ ଶଟ୍‌ଡାଉନ୍‌: ସିଲ୍‌ ହେବ ପ୍ରବେଶ ପଥ

ବାଲିଗୁଡା,୧୫।୭(ଡି.ଏନ.ଏ.): କନ୍ଧମାଳ ଜିଲା ଫୁଲବାଣୀ ପୌରପରିଷଦ ଓ ବାଲିଗୁଡା ଏନ୍‌ଏସି ଅଞ୍ଚଳକୁ ଆସନ୍ତା ୧୭ ତାରିଖ ସନ୍ଧ୍ୟା ୭ଟାରୁ ୨୨ ତାରିଖ ସକାଳ ୬ଟା ପର୍ଯ୍ୟନ୍ତ ଶଟଡାଉନ କରାଯିବ। ଏ ନେଇ ଜିଲା ପ୍ରଶାସନ ନିଷ୍ପତି ନେଇଛି। ମଙ୍ଗଳବାର ରାତିରେ ଜିଲାପାଳ ନିର୍ଦ୍ଦେଶ ଦେଇଥିବା ବେଳେ ଜିଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଗଣମାଧ୍ୟକୁ ସୂଚନା ଦିଆଯାଇଛି। ଜିଲାରେ କରୋନା ସଂକ୍ରମଣକୁ ରୋକିବା ପାଇଁ ପ୍ରଶାସନ ଏହି ନିଷ୍ପତି ନେଇଛି। ଏହି ୪ ଦିନ ଏହି ଦୁଇ ସହରରେ କୌଣସି ପ୍ରକାର ଗାଡ଼ି ଚଳାଚଳ, ଦୋକାନ ବଜାର ଖୋଲିପାରିବ ନାହିଁ। ଦୁଇ ସହରର ସମସ୍ତ ପ୍ରବେଶ ପଥକୁ ସିଲ୍‌ କରାଯିବ, ଯଦି କିଛି ଜରୁରୀ କାମ ଥାଏ ତେବେ ସମ୍ପୃକ୍ତ ଅଞ୍ଚଳର ଉପଜିଲାପାଳଙ୍କ ଅନୁମତି ନେଇ ଯାତାୟାତ କରିପାରିବେ। ଏହି ୪ ଦିନରେ ସ୍ବାସ୍ଥ୍ୟ ବିଭାଗ ଘରକୁ ଘର ବୁଲି ସମସ୍ତଙ୍କର ସ୍ବସ୍ଥ୍ୟ ଯାଞ୍ଚ କରିବାର ବ୍ୟବସ୍ଥା ହୋଇଛି ବୋଲି ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ହିମସ୍ଖଳନ ପରେ ଟ୍ରେନ ଦୁର୍ଘଟଣା, ଅନେକେ ଆହତ

ଗପ୍ପେନଷ୍ଟାଇନ,୧୬।୨: ସୋମବାର ଦକ୍ଷିଣ ସ୍ବିଜରଲ୍ୟାଣ୍ଡରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଗପ୍ପେନଷ୍ଟାଇନ ଗାଁ ନିକଟରେ ହିମସ୍ଖଳନ ପରେ ୮୦ ଜଣ ଲୋକଙ୍କୁ ନେଇ ଯାଉଥିବା ଏକ ଯାତ୍ରୀବାହୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri