୩୦ ମାସରେ ସରିବ ଫୁଲବାଣୀ ମେଡିକାଲ କଲେଜ ନିର୍ମାଣ

ଭୁବନେଶ୍ୱର,(ବ୍ୟୁରୋ)/ଫୁଲବାଣୀ ଅଫିସ,୩।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ୫-ଟି ସଚିବ ଭି. କେ. ପାଣ୍ଡିଆନ ଏବଂ ପୂର୍ତ୍ତ ବିଭାଗ ସଚିବ କ୍ରିଷନ କୁମାରଙ୍କ ସମେତ ଏକ ଉଚ୍ଚସ୍ତରୀୟ ଟିମ୍‌ ଶୁକ୍ରବାର କନ୍ଧମାଳ ଗସ୍ତ କରି ପ୍ରସ୍ତାବିତ ଫୁଲବାଣୀ ମେଡିକାଲ କଲେଜ ଓ ହସ୍ପିଟାଲ ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଛନ୍ତି।
୨୦୨୦ ଡିସେମ୍ବରରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ଫୁଲବାଣୀରେ ଏକ ମେଡିକାଲ କଲେଜ ପ୍ରସ୍ତାବକୁ ଅନୁମୋଦନ କରାଯାଇଥିଲା। ୧୦୦ ସିଟ୍‌ ରହିବା ସହ ୫୦୦ ଶଯ୍ୟା ବିଶିଷ୍ଟ ଏହି ମେଡିକାଲ କଲେଜ ୩୦ ମାସରେ ନିର୍ମାଣ ଶେଷ କରିବାକୁ ଲକ୍ଷ୍ୟଧାର୍ଯ୍ୟ କରାଯାଇଛି। ଏହି ହସ୍ପିଟାଲ ନିର୍ମାଣ ପାଇଁ ୪୫୦ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି।
ପ୍ରକଳ୍ପ କାର୍ଯ୍ୟ ନିର୍ଦ୍ଧାରିତ ସମୟରେ ଶେଷ କରିବାକୁ ଆବଶ୍ୟକ ନିର୍ମାଣ ସାମଗ୍ରୀ ଯୋଗାଇ ଦେବା ପାଇଁ ମୁଖ୍ୟ ଶାସନ ସଚିବ ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରକଳ୍ପ ନିକଟସ୍ଥ ପାହାଡ଼ରେ ବୃକ୍ଷରୋପଣ କରିବା ସହ ଡ୍ରେନ୍‌ ଓ ଜଳ ସଂରକ୍ଷଣ ଯୋଜନା ପ୍ରସ୍ତୁତ କରିବାକୁ ଜଳସମ୍ପଦ ବିଭାଗକୁ ମୁଖ୍ୟ ଶାସନ ସଚିବ ପରାମର୍ଶ ଦେଇଛନ୍ତି।
ରୋଗୀଙ୍କ ସହ ଆସୁଥିବା ଆଟେଣ୍ଡାଣ୍ଟମାନଙ୍କ ରହିବା ଓ ଖାଇବା ବ୍ୟବସ୍ଥା କରିବାକୁ ୫-ଟି ସଚିବ ପରାମର୍ଶ ଦେଇଛନ୍ତି। ଡାକ୍ତରଖାନା ପରିସରରେ ରହୁଥିବା ଡାକ୍ତର ଓ ସ୍ବାସ୍ଥ୍ୟ କର୍ମୀମାନଙ୍କ ପାଇଁ ଉପଯୁକ୍ତ ଅନୁକୂଳ ବାତାବରଣ ସୃଷ୍ଟି କରିବା ସହ ସେମାନଙ୍କ ପରିବାର ପାଇଁ ଅବସର ବିନୋଦନ ଏବଂ କ୍ରୀଡ଼ା କାର୍ଯ୍ୟକ୍ରମର ବ୍ୟବସ୍ଥା କରିବା ଉପରେ ସେ ଗୁରୁତ୍ୱ ଦେଇଛନ୍ତି। ଜାତୀୟ ରାଜପଥ ନିକଟରେ ଥିବାରୁ ଦୁର୍ଘଟଣା ଏଡ଼ାଇବା ପାଇଁ ଟ୍ରାଫିକ୍‌ ସମସ୍ୟା ଦୂର କରିବା ଏବଂ ଅଟୋ ଓ ଟ୍ୟାକ୍ସି ଲାଗି ବିକଳ୍ପ ବ୍ୟବସ୍ଥା କରିବାକୁ ସେ ପରାମର୍ଶ ଦେଇଛନ୍ତି।
ହସ୍ପିଟାଲ ପରିସରରେ ୩୦୦ ବେଡ୍‌ର ଏକ ଛାତ୍ରାବାସ, ୧୫୦ ସିଟ୍‌ର ଏକ ଛାତ୍ରୀ ନିବାସ, ୬୫୦ କ୍ଷମତା ବିଶିଷ୍ଟ ଅଡିଟୋରିୟମ, ୧୦୦ ସିଟ୍‌ ବିଶିଷ୍ଟ ଆବାସିକ ଡାକ୍ତର ନିବାସ ଏବଂ ଡାକ୍ତର ଓ ନର୍ସମାନଙ୍କ ରହଣି ପାଇଁ କ୍ୱାର୍ଟର୍ସ ନିର୍ମାଣ କରାଯିବ। ଉଚ୍ଚସ୍ତରୀୟ ଟିମ୍‌ ଏଜେଓ ସରକାରୀ ହାଇସ୍କୁଲ ଏବଂ ସରକାରୀ ବାଳିକା ହାଇସ୍କୁଲକୁ ବୁଲି ଯାଇଥିଲେ। ମୋ ସ୍କୁଲ ଅଭିଯାନରେ ଉଭୟ ହାଇସ୍କୁଲକୁ ଟ୍ରାନ୍ସଫରମେଟିଭ ଇନିସିଏଟିଭ୍‌ରେ ଚୟନ କରାଯାଇଛି। ମୁଖ୍ୟ ଶାସନ ସଚିବ ଏବଂ ୫-ଟି ସଚିବ ସ୍କୁଲର ଶିକ୍ଷକ, ପୁରାତନ ଛାତ୍ର, ସ୍କୁଲ ମ୍ୟାନେଜମେଣ୍ଟ କମିଟି ଏବଂ ଛାତ୍ରୀଛାତ୍ରମାନଙ୍କ ସହ ଭାବବିନିମୟ କରିଥିଲେ। ସେମାନଙ୍କ ମତାମତ ଗ୍ରହଣ କରି ସ୍କୁଲର ସ୍ମାର୍ଟ କ୍ଲାସ୍‌ରୁମ୍‌, ଲାଇବ୍ରେରୀ, ଭିତ୍ତିଭୂମି ଉନ୍ନୟନ, କ୍ରୀଡ଼ା ସୁବିଧାର ବିକାଶ ଦିଗରେ ପଦକ୍ଷେପ ନିଆଯିବ ବୋଲି କହିଥିଲେ। ଜିଲାପାଳ ଏବଂ ଏସ୍‌ପି ଜିଲାର ବିଭିନ୍ନ ସମସ୍ୟା ବିଷୟରେ ଦୃଷ୍ଟି ଆକର୍ଷଣ କରିଥିଲେ। କୋଭିଡ୍‌ ପରିସ୍ଥିତିକୁ ଦେଖି ସତର୍କ ରହିବା ସହ ସ୍କୁଲରେ କୋଭିଡ୍‌ ଗାଇଡ୍‌ଲାଇନକୁ କଡ଼ାକଡ଼ି ପାଳନ କରିବାକୁ ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ। ସମୀକ୍ଷା କାର୍ଯ୍ୟକ୍ରମରେ କନ୍ଧମାଳ ଜିଲାପାଳ ଡା.ବୃନ୍ଦା ଡି, ଜିଲା ଗ୍ରାମ ଉନ୍ନୟନ ସଂସ୍ଥା ପ୍ରକଳ୍ପ ପ୍ରଶାସକ ବିଶ୍ୱରଞ୍ଜନ ନାୟକ, ଏସ୍‌ପି ଭିନିତ ଅଗ୍ରୱାଲ ପ୍ରମୁଖ ସାମିଲ ହୋଇଥିଲେ।
ଉଚ୍ଚସ୍ତରୀୟ ଟିମ୍‌ ପୂର୍ବାହ୍ନରେ ଏକ ସ୍ବତନ୍ତ୍ର ବିମାନରେ ଆସି ଗୁଦାରୀସ୍ଥିତ ଏୟାରଷ୍ଟ୍ରିପ୍‌ରେ ଓହ୍ଲାଇଥିଲେ। ସେଠାରୁ କାର ଯୋଗେ ଆସି ଫୁଲବାଣୀ ସହରଠାରୁ ୩/୪ କିମି ଦୂର ତିଲକପଡ଼ା ନିକଟରେ ପ୍ରସ୍ତାବିତ ମେଡିକାଲ କଲେଜ ନିର୍ମାଣ କାର୍ଯ୍ୟକୁ ବୁଲି ଦେଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

‘ଶିକ୍ଷକଙ୍କ ହାତରେ ରହିଛି ଉତ୍ତମ ଶିଶୁ ଗଠନର ଦାୟିତ୍ୱ’

ଭୁବନେଶ୍ୱର,୫ା୯: ବାଲିପୁଟର ଇଂରାଜୀ ମାଧ୍ୟମ ବିଦ୍ୟାଳୟ ସେଣ୍ଟ୍‌ ଜାଭିଅର କିଡ୍ସରେ ନିଆରା ଢଙ୍ଗରେ ପାଳିତ ହୋଇଯାଇଛି ଗୁରୁଦିବସ। ବିଦ୍ୟାଳୟର ପ୍ରାର୍ଥନା ପର୍ବ ପରେ ପୂର୍ବତନ ରାଷ୍ଟ୍ରପତି ତଥା…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri