କନ୍ଧମାଳ ଜିଲ୍ଲାର ଫୁଲବାଣୀକୁ ରେଳ ମାନଚିତ୍ରରେ ସଂଯୋଗ କରାଯିବ: ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ଦଶପଲ୍ଲା ,୬ା୧: ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ନୟାଗଡ଼ ଜିଲ୍ଲା ଗସ୍ତରେ ଆସି ଦଶପଲ୍ଲା ରେଳଷ୍ଟେସନ୍‌‌ ଠାରେ ୪ଟି ଟ୍ରେନ୍ର ସମ୍ପ୍ରସାରଣର ଶୁଭାରମ୍ଭ କରିଛନ୍ତି। ଭୁବନେଶ୍ୱର-ନୟାଗଡ଼ ଟାଉନ ଏକ୍ସପ୍ରେସ୍, ଭୁବନେଶ୍ୱର – ନୂଆଗାଁ ରୋଡ଼ ପାସେଞର ସ୍ପେଶାଲ,ପୁରୀ-ନୂଆଗାଁ ରୋଡ଼ ପାସେଞ୍ଜର ସ୍ପେଶାଲ, ଭଦ୍ରକ-ନୟାଗଡ଼ ଟାଉନ ମେମୁ ଟ୍ରେନ ଗୁଡ଼ିକର ଦଶପଲ୍ଲା ପର୍ଯ୍ୟନ୍ତ ସମ୍ପ୍ରସାରଣ କରାଯାଇଛି।

ଏଥିସହିତ ମନ୍ତ୍ରୀ ଶ୍ରୀ ବୈଷ୍ଣବ ଖୋର୍ଦ୍ଧାବଲାଙ୍ଗୀର ରେଳଲାଇନ୍‌‌ର ନୂଆଗାଁ ରୋଡ, ଦଶପଲ୍ଲା ରେଳ ସେକସନ୍‌‌ର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ଶ୍ରୀ ବୈଷ୍ଣବ କହିଛନ୍ତି, ଖୋର୍ଦ୍ଧାବଲାଙ୍ଗୀର ରେଳ ଲାଇନ୍‌‌ ସହିତ କଣ୍ଟିଲୋ ଏବଂ ଖଣ୍ଡପଡ଼ାକୁ ଯୋଡ଼ିବା ପାଇଁ ଯୋଜନା କରାଯାଉଛି। ଫୁଲବାଣୀକୁ ରେଳ ମାନଚିତ୍ରରେ ସଂଯୋଗ କରାଯିବ ବୋଲି ରେଳମନ୍ତ୍ରୀ କହିଛନ୍ତି।

ସେ କହିଛନ୍ତି, ଗୋପାଳପୁରରେଢାଖୋଲ ନୂଆ ରେଳ ଲାଇନ୍‌‌ ପ୍ରକଳ୍ପର ସମୀକ୍ଷା କରାଯିବ ଏବଂ କନ୍ଧମାଳର ଜିଲ୍ଲାର ଫୁଣବାଣୀକୁ ରେଳ ମାନଚିତ୍ର ସହିତ ସଂଯୋଗ
କରାଯିବ। ଏଥିସହିତ ରେଳମନ୍ତ୍ରୀ ଭୁବନେଶ୍ୱର ଆସି ରେଳଷ୍ଟେସନ୍‌‌ରେ ଚାଲିଥିବା ଉନ୍ନୟନମୂଳକ ପ୍ରକଳ୍ପଗୁଡ଼ିକର ସମୀକ୍ଷା କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ପୀତବାସ ହତ୍ୟା ମାମଲାର ସାକ୍ଷୀଙ୍କୁ ଧମକ: ଡାକ୍ତରଙ୍କ ମୋବାଇଲ ଫୋନ ଜବତ

ବ୍ରହ୍ମପୁର,୧୬ା୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଜେଲ ଭିତରୁ ଯେଉଁ ମୋବାଇଲ ଫୋନରୁ ଧମକ ମିଳିଥିବା ତାହା ସେଠାରେ କାର୍ଯ୍ୟରତ…

ପୋଖରୀରେ ବୁଡ଼ି ଚାଲିଗଲା ଜୀବନ

ଦିଗପହଣ୍ଡି,୧୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମା’ନାରାୟଣୀ ଠାକୁରାଣୀ ମନ୍ଦିର ନିକଟ ପୋଖରୀକୁ ଶୌଚ ପାଇଁ ଯାଇଥିବା ଜଣେ ମହିଳା ଗୁରୁବାର…

ରାଣୀ ସାହି ଦୁର୍ଗାପୂଜା କମିଟି ଗଠିତ, ଆଶ୍ୱିନ ମହାସପ୍ତମୀରୁ ହେବ ମହୋତ୍ସବ

ଦିଗପହଣ୍ଡି,୧୭ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ. ୱାର୍ଡ ରାଣୀ ସାହି ଦୁର୍ଗାପୂଜା କମିଟିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରତିବର୍ଷ ଭଳି…

‘ମୁକ୍ତା’ଯୋଜନାରେ ହୋଇଥିବା କାର୍ଯ୍ୟର ଭିଜିଲାନ୍ସ ତଦନ୍ତ ହେବ: ବିଧାୟକ

ଗୁଡାରି,୧୭।୯(ପ୍ରମୋଦ କୁମାର ପତି): ଗୁଣୁପୁର ବିଧାୟକ ସତ୍ୟଜିତ ଗମାଙ୍ଗ ଗୁଡାରି ଏନ୍‌ଏସି କାର୍ଯ୍ୟାଳୟରେ ଗୁରୁବାର ବିଭିନ୍ନ ଯୋଜନାର ସମୀକ୍ଷା କରିଥିଲେ। ନଥିପତ୍ର ଯାଞ୍ଚ ପରେ ଭେଣ୍ଡି ଜୋନ…

ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୯(ସୁଚିସ୍ମିତା ସାହୁ): ଭୁବନେଶ୍ୱର ସମେତ ସାରା ରାଜ୍ୟରେ ଜଳିଲା କୋଟିଏରୁ ଅଧିକ ‘ଆଶୀର୍ବାଦ ଦୀପ’। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ଗୁରୁବାର ରାଜ୍ୟ ସରକାରଙ୍କ…

ଜମିକୁ ଯାଇ ଗଛରେ ଝୁଲି ପଡ଼ିଲେ ଚାଷୀ

ଭେଡେନ,୧୭।୯(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଅଧୀନ ରେଶମ ପ୍ରଧାନପାଲି ଗ୍ରାମରୁ ଗୁରୁବାର ଜଣେ ଚାଷୀଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ ଉକ୍ତ ଗ୍ରାମର…

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଝଲସିଲା ମନ୍ଦିର ପ୍ରାଙ୍ଗଣ

ପାଟଣା,୧୭।୯(ବୀର କିଶୋର ଦାଶ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ବିଭିନ୍ନ ମନ୍ଦିର ଏବଂ ଧାର୍ମିକ ଅନୁଷ୍ଠାନରେରେ ଗୁରୁବାର ସନ୍ଧ୍ୟାରେ ପ୍ରଦୀପ…

ପାଣିରେ ବୁଡ଼ି ଚାଲିଗଲା ଯୁବତୀଙ୍କ ଜୀବନ

ଲାଞ୍ଜିଗଡ଼, ୧୭ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନା ଅଞ୍ଚଳର ଏକ ନାଳପାଣିରେ ବୁଡି ଜଣେ ଯୁବତୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?