ସହକାରୀ ଶିକ୍ଷୟିତ୍ରୀଙ୍କୁ ଶାରୀରିକ ନିର୍ଯାତନା

ଭବାନୀପାଟଣା,୧୬।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ମାଣିକେଶ୍ୱରୀ ହାଇସ୍କୁଲର ପ୍ରଧାନଶିକ୍ଷକ ରବି କାନୁନ୍‌ଗୋଙ୍କ ବିରୋଧରେ ଶାରୀରିକ ନିର୍ଯାତନା ଅଭିଯୋଗ ଆଣିଛନ୍ତି ବିଦ୍ୟାଳୟର ସହକାରୀ ଶିକ୍ଷୟିତ୍ରୀ ପ୍ରଣତୀ ମହାପାତ୍ର।

ଏ ନେଇ ଭବାନୀପାଟଣା ଟାଉନ ଥାନାରେ ସମ୍ପୃକ୍ତ ପ୍ରଧାନ ଶିକ୍ଷକଙ୍କ ନାମରେ ଏତଲା ଦେଇଛନ୍ତି ସହକାରୀ ଶିକ୍ଷୟିତ୍ରୀ ମହାପାତ୍ର। ଏହାକୁ ନେଇ ପୋଲିସ ଏକ ମାମଲା (ନଂ.୩୦୯/୨୪) ରୁଜୁ କରିଛି। ତେବେ ପୋଲିସ ସମ୍ପୃକ୍ତ ପ୍ରଧାନଶିକ୍ଷକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନେବା ବଦଳରେ ମାମଲା କୋର୍ଟକୁ ସ୍ଥାନାନ୍ତର କରିବା ଘଟଣା ସାଧାରଣରେ ସନ୍ଦେହ ସୃଷ୍ଟି କରିଛି।

କୋର୍ଟକୁ ଏହି ମାମଲା ଯିବା ପରେ ବିଚାରପତି ସହକାରୀ ଶିକ୍ଷୟିତ୍ରୀଙ୍କ ୧୬୧ରେ ବୟାନ ରେର୍କଡ କରିଥିବା ଜଣାପଡିଛି। ଅନ୍ୟପକ୍ଷରେ, ଶିକ୍ଷୟିତ୍ରୀ ଜଣକ ଥାନାରେ ଅଭିଯୋଗ ଦେବା ପରେ ଜିଲା ଶିକ୍ଷାଧିକାରୀ ଏକ ଟିମ୍‌ ଗଠନ କରି ଏହାର ସତ୍ୟତା ଯାଞ୍ଚ କରିଥିଲେ। ପରବର୍ତ୍ତୀ ସମୟରେ ସମ୍ପୃକ୍ତ ପ୍ରଧାନ ଶିକ୍ଷକଙ୍କୁ ତାଙ୍କ ଦାୟିତ୍ୱରୁ ଅପସାରଣ କରି ଥୁଆପଦର ସରକାରୀ ହାଇସ୍କୁଲର ପ୍ରଧାନଶିକ୍ଷକଙ୍କୁ କଆଣି ଭାରପ୍ରାପ୍ତ ଦାୟିତ୍ୱ ଦିଆଯାଇଛି। ପୂର୍ବରୁ ସମ୍ପୃକ୍ତ ପ୍ରଧାନ ଶିକ୍ଷକଙ୍କ ନାମରେ ସହକାରୀ ଶିକ୍ଷୟିତ୍ରୀ ଜିଲା ଶିକ୍ଷାଧିକାରୀ, ଶିକ୍ଷା ବିଭାଗ ନିର୍ଦ୍ଦେଶକଙ୍କୁ ଲିଖିତ ଭାବେ ଜଣାଇଥିଲେ ମଧ୍ୟ କିଛି ସୁଫଳ ମିଳି ନ ଥିବା ପ୍ରକାଶ କରିଛନ୍ତି। ଏ ନେଇ ଜିଲା ଶିକ୍ଷାଧିକାରୀ ସୁଶାନ୍ତ କୁମାର ଚୋପଦାରଙ୍କୁ ପଚାରିବାରୁ ଖୁବ୍‌ଶୀଘ୍ର ଏହି ଘଟଣାରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ପ୍ରବଳ ବର୍ଷା କାରଣରୁ ଯୁକ୍ତ ୩ ଇଂରାଜୀ ପରୀକ୍ଷା ସ୍ଥଗିତ: ପରୀକ୍ଷା ହଲରୁ ଫେରିଲେ ଛାତ୍ରୀଛାତ୍ର

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ଛାତ୍ରଛାତ୍ରୀମାନେ ପୂର୍ବରୁ ମହାବିଦ୍ୟାଳୟରେ ପହଞ୍ଚି ସାରିଥିଲେ ଏବଂ ପରୀକ୍ଷା ଦେବା ପାଇଁ ଶ୍ରେଣୀ କୋଠରୀ ଭିତରେ ନିଜ ନିଜ ସିଟ୍‌ରେ ବସି ମଧ୍ୟ ସାରିଥିଲେ।…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

କୈଠଖଣ୍ଡି ଗାଁ ଛକରେ ଜୁଆ ଖେଳ ଚାଲିଥିବା ବେଳେ ପୋଲିସ ଚଢାଉ: ୫ ଜୁଆଡ଼ି ଗିରଫ, ଟଙ୍କା-ବାଇକ…

ଦିଗପହଣ୍ଡି, ୧୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ଗାଁ ଛକରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଦିଗପହଣ୍ଡି ପୋଲିସ ଟିମ୍ ଅତର୍କିତ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ଟଙ୍କା ନେଲେ ହେଲେ ଘର ଆଉ ଜମି ରେଜିଷ୍ଟ୍ରି କଲେନି, ଗଣ୍ଡଗୋଳ ପରେ ହତ୍ୟା ଉଦ୍ୟମ: ଅଭିଯୁକ୍ତ ବୃଦ୍ଧ ଗଲେ ଜେଲ୍

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମର ୬୧ ବର୍ଷୀୟ ବୃଦ୍ଧ ବି. କାଳିଆଙ୍କୁ ଏକ ହତ୍ୟା ଉଦ୍ୟମ ମାମଲାରେ ଦିଗପହଣ୍ଡି ପୋଲିସ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ହାଟଡ଼ିହୀରେ ସରକାରୀ ପାଣ୍ଠି ହେରଫେର ଅଭିଯୋଗ: ଅଫିସରେ ବସି ତଦନ୍ତ ସାରିବା ନେଇ ଅଭିଯୋଗକାରୀଙ୍କ ଅସନ୍ତୋଷ

ହାଟଡ଼ିହୀ,୧୩।୮(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ଅଧୀନ ସଢ଼ା ପଞ୍ଚାୟତରେ ବିଭିନ୍ନ ସରକାରୀ ଉନ୍ନୟନ କାର୍ଯ୍ୟରେ ଅନୁଦାନ ହେରଫେର ହୋଇଥିବା ଅଭିଯୋଗର ଏକମାସ ପରେ ତଦନ୍ତ ହୋଇଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri