ଭୁବନେଶ୍ବର,୧୩।୩: ସୁରୁଖୁରୁରେ ଚାଲିଛି ବିଧାନସଭା ଦ୍ବିତୀୟ ପର୍ଯ୍ୟାୟ ବଜେଟ୍ ଅଧିବେଶନ । ଗୃହରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ଚାଲିଥିବା ବେଳେ ସ୍କୁଲ୍ ଓ ଗଣଶିକ୍ଷା ବିଭାଗ ପ୍ରସଙ୍ଗରେ ଆଲୋଚନା ହୋଇଥିଲା । ତେବେ ତୃତୀୟରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମିଳିବ ଶାରୀରିକ ଶିକ୍ଷା । ଆସନ୍ତା ଶିକ୍ଷା ବର୍ଷରୁ ଶାରୀରିକ ଶିକ୍ଷା ଦିଆଯିବ । ଏନେଇ ଗୃହରେ ଉତ୍ତର ରଖିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଜାତୀୟ ଶିକ୍ଷାନୀତି ୨୦୨୦ ଅନୁଯାୟୀ ଶିକ୍ଷା ଦିଆଯିବ । ଡିଜିଟାଲ୍ କ୍ଲାସରୁମରେ ଇ – କଣ୍ଟେଣ୍ଟ୍ ଦ୍ବାରା ଶିକ୍ଷାଦାନ ଦିଆଯିବ ।