ଯୌତୁକ ପାଇଁ ଶାରୀ ସ୍ତ୍ରୀକୁ ଶାରୀରିକ ନିର୍ଯାତନା, ଜୀବନରୁ ମାରିଦେବାକୁ ପ୍ରଚେଷ୍ଟା: ଆସିଲା ବଡ଼ ରାୟ

ମୋରଡ଼ା,୧୭ା୯(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡ଼ା ଜେଏମ୍‌ଏଫ୍‌ସି କୋର୍ଟରେ ମଙ୍ଗଳବାର ଏକ ଯୌତୁକ ନିର୍ଯାତନା ମାମଲାର ରାୟ ପ୍ରକାଶ ପାଇଛି। ଜଜ୍‌ ଶ୍ରୁତି ପଟ୍ଟନାୟକ ଏହାର ବିଚାର କରି ଦୋଷୀ ସ୍ବାମୀଙ୍କୁ ୧ ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥି ସହିତ ୧୦ହଜାର ଟଙ୍କାର ଜରିମାନା ଓ ଅନାଦାୟେ ଅଧିକ ୪ମାସ ଜେଲଦଣ୍ଡ  ଏବଂ ପୀଡ଼ିତାଙ୍କୁ ୪୦ହଜାର ଟଙ୍କା ଦେବାକୁ ଆଦେଶ ଦେଇଛନ୍ତି।
ମାମଲାର ବିବରଣୀ ଅନୁଯାୟୀ, ମୋରଡ଼ା ଥାନା ଅଧୀନ ଝିଙ୍କିରିଆ ଗ୍ରାମର ଦୀପକ କୁମାର ବେହେରା ୧୯୯୮ରେ ଶକୁନ୍ତଳା ବେହେରାଙ୍କୁ ବିବାହ କରିଥିଲେ। ବାହାଘର ସମୟରେ କନ୍ୟା ଘର ପକ୍ଷରୁ ନଗଦ ୧୦ହଜାର ଟଙ୍କା,ସୁନା, ରୁପା ଗହଣା ଏବଂ ଅନ୍ୟ ଘରକରଣା ସାମଗ୍ରୀ  ଯୌତୁକ ଆକାରରେ ଦିଆଯାଇଥିଲା। ତେବେ ବାହାଘରର କିଛି ଦିନ ପରେ ବାପଘରୁ ଅଧିକ ଟଙ୍କା ଆଣିବା ପାଇଁ ଦୀପକ ଶକୁନ୍ତଳାଙ୍କୁ ଶାରୀରିକ ନିର୍ଯାତନା ଦେବା ସହିତ ଅନେକ ଥର ଜୀବନରୁ ମାରିଦେବାକୁ ଚେଷ୍ଟା କରିଥିଲେ। ଦୀପକ ଶକୁନ୍ତଳାଙ୍କୁ ତାଙ୍କ ବାପ ଘରେ ଛାଡ଼ିବା ସହିତ ଟଙ୍କା ମାଗୁଥିଲେ। ଶକୁନ୍ତଳାଙ୍କ ବାପା ମଧ୍ୟ ଅନେକ ଥର ଦୀପକଙ୍କୁ ଟଙ୍କା ଦେଇଛନ୍ତି। ତେବେ ୨୦୦୫ ଅଗଷ୍ଟ ୧୦ରେ ବାପା, ଭାଇ ଆସି ଶକୁନ୍ତଳାଙ୍କୁ ତାଙ୍କ ଘରକୁ ନେଇଯାଇଥିଲେ। ଏହାର ୨୦ ଦିନ ପରେ ସ୍ଥାନୀୟ ସରପଞ୍ଚ, ବରିଷ୍ଠ ଲୋକଙ୍କ ଉପସ୍ଥିତିରେ ଉକ୍ତ ଘଟଣାର ସ୍ଥାୟୀ ସମାଧାନ ନିମନ୍ତେ ବୁଝାମଣା ହୋଇଥିଲା l ତେବେ ଏହାର କିଛି ଦିନ ପରେ ଦୀପକ ପୁଣି ନିର୍ଯାତନା ଦେବା ଆରମ୍ଭ କରିଥିଲେ। ଏଥିରେ ଅତିଷ୍ଠ ହୋଇ ଶକୁନ୍ତଳା ଥାନାର ଦ୍ୱାରସ୍ଥ ହୋଇଥିଲେ। ଏପିପି ସମ୍ବିତ ପଟ୍ଟନାୟକ ମାମଲା ପରିଚାଳନା କରୁଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଛିଡ଼ା ହୋଇଥିବା ବେଳେ ଯୁବକଙ୍କୁ ଧକ୍କା ଦେଲା ବସ୍‌, ଆଉ ତା’ପରେ…

କୁଚିଣ୍ଡା,୨୧।୯(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ପତ୍ରାପାଲି ନିକଟରେ ଏକ ଘରୋଇ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୁଚିଣ୍ଡା…

ବିହାରରେ ଅସଦାଚରଣ! ବାଇକରେ ଯାଉଥିବା ନାବାଳିକା ଛାତ୍ରୀଙ୍କୁ ବ୍ୟାଡ ଟଚ୍‌; ଭିଡିଓ ଭାଇରାଲ

ପାଟନା,୨୧।୯: ବିହାରର ଜାମୁଇ ଜିଲାରେ ଏକ ରାସ୍ତା ଉପରେ ଜଣେ ନାବାଳିକା ଛାତ୍ରୀଙ୍କୁ ହଇରାଣ-ହରକତ ଓ ଅଶାଳୀନ ବ୍ୟବହାର କରାଯିବା ଏବଂ ତାଙ୍କ ସହ ଜଣେ ନାବାଳକ…

ବସ୍ତା ରେଳ ଷ୍ଟେଶନ୍‌ରେ ଅଘଟଣ; ୨ ମହିଳାଙ୍କୁ ଧକ୍କା ଦେଲା ଟ୍ରେନ, ତାପରେ…

ବାଲେଶ୍ୱର,୨୧।୯( ବାଞ୍ଛାନିଧି ଦେ): ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବସ୍ତା ରେଳ ଷ୍ଟେଶନ ନିକଟରେ ବଡ଼ ଦୁର୍ଘଟଣା ଘଟିଯାଇଛି । ସୋମବାର ଟ୍ରେନ ଧକ୍କାରେ ଦୁଇ…

ସମଗ୍ର ପୃଥିବୀରେ କୋଣାର୍କ ସର୍ବାପେକ୍ଷା ଅଧିକ ଅଳଂକୃତ ମନ୍ଦିର

ଉପରେ ଯେଉଁ ଶୀର୍ଷକ ବ୍ୟବହାର କରିଛୁ, ତାହା ଫର୍ଗୁସନ୍‌ଙ୍କ ମତ। ସେ ମଧ୍ୟ ଶ୍ରୀପଦ୍ମକେଶର ମନ୍ଦିର ଶବ୍ଦ ବ୍ୟବହାର କରିନାହାନ୍ତି। ଜଣେ ଭାରତୀୟ ମନମୋହନ ଗାଙ୍ଗୁଲି ମଧ୍ୟ…

ନିଜ ନାଗରିକଙ୍କ ପାଇଁ ଆଡଭାଇଜରୀ ଜାରି କଲା ଆମେରିକା; ମଧ୍ୟ-ପୂର୍ବରେ ପରିସ୍ଥିତି ଜଟିଳ ହେବାର ଆଶଙ୍କା

ଓ୍ବାଶିଂଟନ,୨୧।୯: ଆମେରିକା ନିଜ ନାଗରିକମାନଙ୍କ ପାଇଁ ଏକ ନୂତନ ଆଡଭାଇଜରୀ ଜାରି କରି ଇରାନ ଗସ୍ତ ନ କରିବାକୁ ଅନୁରୋଧ କରିଛି। ଏଥିରେ ଆମେରିକୀୟ ନାଗରିକମାନଙ୍କୁ ଯେକୌଣସି…

ଗଞ୍ଜାମରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା, ବାଦ୍ ପଡ଼ିଲା ୧.୮୮ ଲକ୍ଷ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଞ୍ଜାମ ଜିଲାରେ ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ୱତନ୍ତ୍ର ସଘନ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା…

ବଡ଼ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ରଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୧।୯: କାନାଡାରେ ଫ୍ଲାଇଟ୍ ଟ୍ରେନିଂ ସମୟରେ ବିମାନ ଦୁର୍ଘଟଣା ହୋଇଛି । ଏଥିରେ ୨ ଭାରତୀୟ ଛାତ୍ରଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ତାମିଲନାଡୁର ମନୋଜ…

୭୮ ଘରୋଇ ହସ୍ପିଟାଲରୁ କଟିଯିବ ଆୟୁଷ୍ମାନ, ନାମ ଗୋପନ ରଖି କର୍ତ୍ତୃପକ୍ଷ କହିଲେ ସରକାର ଯେତେବେଳେ…

ଭୁବନେଶ୍ୱର,୨୧।୯(ରବିନାରାୟଣ ଜେନା): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଓଡ଼ିଶା ଡେଭଲପ୍‌ମେଣ୍ଟ ଅଥରିଟି(ଓଡିଏ)ଆକ୍ଟକୁ ନେଇ ଜୋରଦାର ଖୋଳତାଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବିଏମ୍‌ସି ପକ୍ଷରୁ ୭,୩୦୦ ବେଆଇନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?