Posted inଜାତୀୟ

ରାମ ମନ୍ଦିର ନିର୍ମାଣ ପାଇଁ ଦିବ୍ୟାଙ୍ଗ ଶ୍ରମିକ ଦାନ କଲେ ୫ଶହ ଟଙ୍କା

ଜମ୍ମୁ,୨୨ ।୧: ଆଯୋଧ୍ୟାରେ ଆରମ୍ଭ ହୋଇଛି ପ୍ରଭୁ ଶ୍ରୀରାମଙ୍କ ଭବ୍ୟ ମନ୍ଦିର ତୋଳା କାମ । ଏଥିପାଇଁ ସାରା ଦେଶରୁ ଚାନ୍ଦା ଯୋଗାଡ କରାଯାଉଛି । ଏହି କ୍ରମରେ ଜମ୍ମୁ-କଶ୍ମୀରର ଜଣେ ଦିବ୍ୟାଙ୍ଗ ଶ୍ରମିକ ଅନ୍ୟମାନଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛନ୍ତି । ଲେଖରାଜ ନାମକ ଏହି ଶ୍ରମିକ ଜଣକ ଦିବ୍ୟାଙ୍ଗ । ତାଙ୍କର ଗୋଟିଏ ଗୋଡ କାମ କରୁ ନ ଥିବା ବେଳେ ସେ କିନ୍ତୁ ଶ୍ରମ କରି ୫ଶହ ଟଙ୍କା ସଞ୍ଚୟ କରିବା ସହ ଏହାକୁ ରାମ ମନ୍ଦିର ନିର୍ମାଣ ପାଇଁ ଦାନ କରିଛନ୍ତି । ଏବେ ବିଶ୍ୱହିନ୍ଦୁ ପରିଷଦର ସମିତି ରାମ ମନ୍ଦିର ପାଇଁ ବିଭିନ୍ନ ସ୍ଥାନରୁ ଚାନ୍ଦା ସଂଗ୍ରହ କରୁଛନ୍ତି । ଏମାନେ ବିରବାର ସିୟାସି ଜିଲାର କାଞ୍ଜଲି ପଞ୍ଚାୟତର ଛପାନୁ ଗାଁ ନିକଟରେ ଚାନ୍ଦା ସଂଗ୍ରହ କରୁଥିବା ବେଳେ ସେଠାରେ ଥିବା ଏକ ଜରାଜିର୍ଣ୍ଣ କୁଡିଆ ନିକଟ ଦେଇ ଗତି କରୁଥିବା ବେଳେ ଜଣେ ମହିଳା ସେମାନଙ୍କୁ ଅଟକିବାକୁ କହିଥିଲେ । ଏହାପରେ ମହିଳା ଜଣକ ସମିତି ସଦସ୍ୟଙ୍କ ହାତରେ ୫୦୦ଟଙ୍କା ରାମ ମନ୍ଦିର ନିର୍ମାଣ କରିବାକୁ ଦାନ ଦେଇଥିଲେ । ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଥିଲା । ସଦସ୍ୟମାନେ କହିଥିଲେ ଆପଣ ଏହାଠାରୁ କମ୍ ଟଙ୍କା ଦେଇ ପାରିବେ । ହେଲେ ମହିଳା ଜଣଙ୍କର ଉତ୍ତର ଥିଲା ଯେ ତାଙ୍କ ସ୍ୱାମୀ ଶ୍ରମ କରି ଏହି ୫ଶହ ଟଙ୍କା ରାମ ମନ୍ଦିର ନିର୍ମାଣ ପାଇଁ ଦାନ କରିବାକୁ ରଖିଛନ୍ତି । ଏହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଥିଲା । ପରେ ସେମାନେ ଉକ୍ତ ଶ୍ରମିକ ଲେଖରାଜଙ୍କ ସହ ଫୋନରେ କଥା ହୋଇଥିଲେ । ସେ କହିଥିଲେ ମୋ କୁଡିଆ ତ କେତେବେଳେ ହେଲେ ନିର୍ମାଣ କରାଯାଇ ପାରିବ । ହେଲେ ଏବେ ନିର୍ମାଣ ଚାଲିଥିବା ରାମ ମନ୍ଦିର ପାଇଁ ଏହା ମୋର ଦାନ । ପ୍ରଭୁ ରାମଙ୍କ ଉପରେ ଭକ୍ତର ଯେ ଅତୁଟ ବିଶ୍ୱାସ ତାହା ଏଥିରୁ ସ୍ପଷ୍ଟ ବାରି ହୋଇ ପଡିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri