Posted inଜାତୀୟ

କୋଭିଡ ଉଲ୍ଲଂଘନକାରୀଙ୍କୁ ବିମାନରୁ ବାହାର କର

ନୂଆଦିଲ୍ଲୀ,୩।୬: କୋଭିଡ ନିୟମ ଉଲ୍ଲଂଘନ ହେଉଥିବା ଏକ ଜନସ୍ବାର୍ଥ ମାମଲାର ଶୁଣାଣି କରି ଦିଲ୍ଲୀ ହାଇକୋର୍ଟ ଶୁକ୍ରବାର ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରକାଶ କରିଛନ୍ତି। ବିମାନ ବନ୍ଦର ଏବଂ ବିମାନ ଭିତରେ ମାସ୍କ ପରିଧାନକୁ କଡ଼ାକଡି କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏପରିକି କୋଭିଡ୍‌ ନିୟମ ଉଲ୍ଲଂଘନ କରୁଥିବା ଯାତ୍ରୀଙ୍କୁ ବିମାନରୁ ବାହାର କରିଦିଆଯାଉ ବୋଲି ଦିଲ୍ଲୀ ହାଇକୋର୍ଟ କହିଛନ୍ତି। ଦିଲ୍ଲୀ ହାଇକୋର୍ଟର କାର୍ଯ୍ୟକାରୀ ବିଚାରପତି ବିପିନ ସଂଘାଇଙ୍କ ଏକ ଖଣ୍ଡପୀଠ କରୋନା ମହାମାରୀକୁ କୌଣସି କ୍ଷେତ୍ରରେ ହାଲୁକା ଭାବେ ନେଇ ହେବ ନାହିଁ ବୋଲି କହିଛନ୍ତି। ନିୟମ ଉଲ୍ଲଂଘନକାରୀଙ୍କୁ ବିମାନରୁ ବାହାର କରି ଦିଆଯିବା ଉଚିତ ବୋଲି ଖଣ୍ଡପୀଠ କହିଛନ୍ତି। କୋଭିଡ୍‌ ସଂକ୍ରମଣ ହ୍ରାସ କରିବା ଲାଗି ମାସ୍କ ପିନ୍ଧିବା ବାଧ୍ୟତାମୂଳକ। ଖାଇବା ବେଳେ ବିମାନ ଭିତରେ ଜଣେ ମାସ୍କ ଓହ୍ଲାଇ ପାରିବେ। କିନ୍ତୁ ବିମାନ ଯାତ୍ରା ବେଳେ ଯାତ୍ରୀମାନେ ମାସ୍କ ପିନ୍ଧୁ ନ ଥିବା ଅଭିଯୋଗ ହୋଇଛି। ଏଭଳି ସ୍ଥିତିରେ କଡାକଡି ଭାବେ କୋଭିଡ ନିୟମ ପାଳନ କରିବାକୁ ହାଇକୋର୍ଟ କହିଛନ୍ତି। ଏପରିକି ତୁରନ୍ତ ଏକ ଗାଇଡଲାଇନ୍‌ ପ୍ରସ୍ତୁତ କରିବା ଲାଗି ମଧ୍ୟ ଦିଲ୍ଲୀ ହାଇକୋର୍ଟ ଡିଜିସିଏକୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ଘୋଷଣା ପରେ ଟାର୍ଗେଟ କଲେ ରାହୁଲ, ଧର୍ମେନ୍ଦ୍ର ପ୍ରଧାନଙ୍କୁ ନେଇ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୨୩।୭: NEET ପେପର୍ ଲିକ୍ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବୟାନ ପରେ, ଲୋକସଭାରେ ବିରୋଧୀ ଦଳ ନେତା ଏବଂ କଂଗ୍ରେସ ଏମପି ରାହୁଲ ଗାନ୍ଧୀ ଏବେ…

ଆଜି ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଗୁଣ୍ଡିଚା ମନ୍ଦିରରେ ଦର୍ଶନ, ବାହୁଡ଼ା-ସୁନାବେଶ ପାଇଁ ଜାଣି ରଖନ୍ତୁ ଟ୍ରାଫିକ୍‌ କଟକଣା…

ପୁରୀ,୨୩ା୭(ଅଜିତ୍‌ କୁମାର ମହାନ୍ତି): ଗୁରୁବାର ଗୁଣ୍ଡିଚା ମନ୍ଦିରରେ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ ଦର୍ଶନ। ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ପ୍ରବଳ ଭିଡ଼ ଲାଗିରହିଛି।। ସନ୍ଧ୍ୟା…

ଦିଲ୍ଲୀରେ ମେଟ୍ରୋ ବନ୍ଦ ମାମଲା: CJI କହିଲେ ଲଞ୍ଚ୍‌ ପରେ ଦେଖିବା…

ନୂଆଦିଲ୍ଲୀ,୨୩।୭: ଦିଲ୍ଲୀର ଜନ୍ତର-ମନ୍ତରରେ ଛାତ୍ର ଆନ୍ଦୋଳନ ମଧ୍ୟରେ ସୁରକ୍ଷା କାରଣରୁ ୧୬ଟି ମେଟ୍ରୋ ଷ୍ଟେସନକୁ ବନ୍ଦ କରାଯାଇଛି। ଏହି ମାମଲା ଏବେ ସୁପ୍ରିମ୍ କୋର୍ଟରେ ପହଞ୍ଚିଛି। SCBA…

ଏହି ଆପ୍‌ ବ୍ୟବହାର କରିବାକୁ ଶିକ୍ଷକମାନଙ୍କୁ ଅନୁରୋଧ କଲେ ଧର୍ମେନ୍ଦ୍ର ପ୍ରଧାନ, କହିଲେ…

ନୂଆଦିଲ୍ଲୀ,୨୩।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ‘ପ୍ରଶସ୍ତ’ (PRASHAST) ଆପ୍‌ ମାଧ୍ୟମରେ ସ୍କୁଲ ପିଲାମାନଙ୍କଠାରେ ଶିକ୍ଷଣ ଅକ୍ଷମତା ଏବଂ ଦିବ୍ୟାଙ୍ଗତାକୁ ପ୍ରାରମ୍ଭିକ ପର୍ଯ୍ୟାୟରେ ହିଁ ଚିହ୍ନଟ…

ମୁଖ୍ୟମନ୍ତ୍ରୀଙ୍କ ହାଡ଼ ଭାଙ୍ଗିଦେବି…ଏମିତି ଧମକ ଦେଇ ଫସିଲେ ବିଧାୟକ

ଚେନ୍ନାଇ,୨୩।୭: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ଧମକ ଦେବା ଅଭିଯୋଗରେ ଗିରଫ ହୋଇଥିବା ଭିଲାଥିକୁଲମର ଡିଏମକେ ବିଧାୟକ ଜିଭି ମାର୍କଣ୍ଡେୟନଙ୍କୁ କୋର୍ଟରେ ଏକ ବଡ଼ ଝଟକା…

‘ଯଦି ମୋତେ ଆଜି ଜନ୍ତରମନ୍ତରରେ ପାଇବେନି ତେବେ ଜାଣିନେବେ’… ଅଭିଜିତ୍‌ ଦୀପ୍‌କେଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୨୩।୭: କକରୋଚ ଜନତା ପାର୍ଟିର ମୁଖ୍ୟ ଅଭିଜିତ ଦୀପକେ ଆନ୍ଦୋଳନକାରୀମାନଙ୍କୁ ଏକ ଅନୁରୋଧ କରିଛନ୍ତି। ସେ କହିଛନ୍ତି ଯେ ଯଦି ସେ ଆଜି ଜନ୍ତର-ମନ୍ତରରେ ଦେଖା ନ…

ଆଉ ଦରକାର ପଡ଼ିବନି LPG ସିଲିଣ୍ଡର! ଏଣିକି ଇଥାନଲରେ ହେବ ରୋଷେଇ, ହେଲେ କିଣିବାକୁ ପଡିବ ନୂଆ ଚୁଲା

ନୂଆଦିଲ୍ଲୀ,୨୩।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ କରିବା ପରେ, କେନ୍ଦ୍ର ସରକାର ଏବେ ଏହି ଜୈବ ଇନ୍ଧନ (biofuel) ର ଅନ୍ୟ ଏକ ବଡ଼ ବ୍ୟବହାର ଆପଣଙ୍କ ରୋଷେଇ…

କେନ୍ଦ୍ର ସରକାର ବଢାଇଲେ ମହଙ୍ଗା ଭତ୍ତା: ଏହିସବୁ କର୍ମଚାରୀଙ୍କ ବଢ଼ିବ ଦରମା

ନୂଆଦିଲ୍ଲୀ,୨୩।୭: ଦେଶର ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଜୁଲାଇ ମାସରେ ହେବାକୁ ଥିବା ମହଙ୍ଗା ଭତ୍ତା (DA) ବୃଦ୍ଧିକୁ ଅପେକ୍ଷା କରିଛନ୍ତି। ସେମାନେ ମହଙ୍ଗା ଭତ୍ତାରେ ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri