Posted inଜାତୀୟ

‘ଶାରୀରିକ ଭାବେ ଆମେ ବ୍ରିକ୍ସ ସମ୍ମିଳନୀରେ ଥିଲୁ, କିନ୍ତୁ ବେଙ୍ଗାଲୁରୁରେ ଥିଲା ମନ’

ନୂଆଦିଲ୍ଲୀ,୩୧।୮: ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ଚନ୍ଦ୍ରୟାନ-୩ ଅବତରଣ ଦିନ କଥା ମନେ ପକାଇଛନ୍ତି। ସେ କହିଛନ୍ତି ଯେ, ଯେଉଁ ଦିନ ଚନ୍ଦ୍ରୟାନ-୩ ଚନ୍ଦ୍ରରେ ଅବତରଣ କରିବାକୁ ଯାଉଥିଲା, ଆମେ ଦକ୍ଷିଣ ଆଫ୍ରିକାର ଜୋହାନ୍ସବର୍ଗରେ ଅନୁଷ୍ଠିତ ବ୍ରିକ୍ସ ସମ୍ମିଳନୀରେ ଶାରୀରିକ ଭାବରେ ଉପସ୍ଥିତ ଥିଲୁ। ମାନସିକ ସ୍ତରରେ ଆମେ ବେଙ୍ଗାଲୁରୁରେ ଥିଲୁ। ସେହି ଦିନ ପ୍ରଧାନମନ୍ତ୍ରୀ ମୋଦି ମଧ୍ୟ ଏହାକୁ ନେଇ ଉତ୍ସାହିତ ଥିଲେ। ସେଦିନ ସନ୍ଧ୍ୟାରେ ସେଠାରେ କେବଳ ଗୋଟିଏ ବିଷୟ ଉପରେ ଆଲୋଚନା କରାଯାଉଥିଲା। ସେହି ବିଷୟଟି ଥିଲା ଚନ୍ଦ୍ରଯାନ -୩ର ଚନ୍ଦ୍ରରେ ସଫଳ ଅବତରଣ ।
ଦକ୍ଷିଣ ଆଫ୍ରିକାରେ ଉପସ୍ଥିତ ଥିବା ସମସ୍ତ ନେତା ବିଶ୍ୱାସ କରୁଥିଲେ ଯେ ଭାରତ ଏହା କରି ଦେଖାଇଛି। ଦକ୍ଷିଣ ଆଫ୍ରିକାର ରାଷ୍ଟ୍ରପତି ଏହାକୁ ସର୍ବସାଧାରଣରେ ପ୍ରଶଂସା କରିଥିଲେ।
ଜୟଶଙ୍କର ଆହୁରି ମଧ୍ୟ କହିଛନ୍ତି, ଭାରତ ଏପରି ଏକ ସମୟରେ ଜି-୨୦ର ଅଧ୍ୟକ୍ଷତା ଦାୟିତ୍ୱ ଗ୍ରହଣ କରିଛି, ଯେଉଁ ସମୟରେ ବିଶ୍ୱ ପ୍ରତି ଭାରତର ଗୁରୁତ୍ୱ ବଢୁଛି। ଆମର ଆର୍ଥିକ ସଫଳତା ବିଶ୍ୱ ପାଇଁ ଅଧିକ ଗୁରୁତ୍ୱପୂର୍ଣ୍ଣ କାରଣ ଆମେ ବର୍ତ୍ତମାନ ପାଞ୍ଚ ନମ୍ବର ଅର୍ଥନୀତିରେ ପରିଣତ ହୋଇଛୁ। ଚନ୍ଦ୍ରୟାନ-୩ ମଧ୍ୟ ଏହାର ଏକ ଉଦାହରଣ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri