Odisha Elections 2024

ରାସ୍ତା କାମ ନ ସରୁଣୁ ଉଠିଗଲା ପିଚୁ

କର୍ଲାମୁଣ୍ଡା:୪।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲମୁଣ୍ଡା ବ୍ଲକ ସ. ମାଲପଡ଼ା ପଞ୍ଚାୟତ ବାଗବୁରାଇ ତାରିଣୀ ଛକଠାରୁ ଭଟାପଲା କେନାଲ ଛକ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତା ନିର୍ମାଣ କାର୍ଯ୍ୟରେ ଅନିୟମିତତା ତଥା ନିମ୍ନମାନର କାମ ହେଉଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ବର୍ତ୍ତମାନ ସୁଦ୍ଧା ଦେଓଗାଁ ଛକଠାରୁ ରିଂଜା ଧରଣୀପଦା ପର୍ଯ୍ୟନ୍ତ ରାସ୍ତା ନିର୍ମାଣ କାର୍ଯ୍ୟ ଶେଷ ହେବାର ସପ୍ତାହ ନ ପୁରୁଣୁ ରାସ୍ତାରୁ ପିଚୁ ଉଠିଯାଉଥିବା ଦେଖିବାକୁ ମିଳିଛି। ରାସ୍ତାରୁ ପିଚୁ ଉଠୁଥିବା ଘଟଣାକୁ ନେଇ କିଛିଦିନ ତଳେ ସାମାଜିକ ଗଣମାଧ୍ୟମରେ ଭିଡିଓ ଭାଇରାଲ ହେବା ପରେ ବିଭାଗୀୟ ଅଧିକାରୀ କିମ୍ବା ଦାୟିତ୍ୱରେ ଥିବା ଠିକାଦାର କୌଣସି ଗୁରୁତ୍ୱ ଦେଉ ନ ଥିବା ଦୁର୍ଭାଗ୍ୟର ବିଷୟ ବୋଲି ରିଂଜା ଗ୍ରାମର ବେଦବ୍ୟାସ ଚୌଧୁରୀ ଅଭିଯୋଗ କରିଛନ୍ତି। ଏନେଇ କନିଷ୍ଠ ଯନ୍ତ୍ରୀ ସୋମନ କୁଣ୍ଡଲାନାଙ୍କୁ ପଚାରିବାରୁ ପିଚୁ ପଡିବା ପରେ ଟ୍ରାକ୍ଟରଗୁଡ଼ିକ ଯିବା ଆସିବା କରୁଥିବାରୁ ପିଚୁ ଉଠି ଥାଇପାରେ ବୋଲି କହିଛନ୍ତି। ଅନ୍ୟପକ୍ଷେ ଏହି ଦିଗରେ ଜିଲା ପ୍ରଶାସନ ପଦକ୍ଷେପ ନେବାକୁ ଗ୍ରାମବାସୀ ଦାବି କରିଛନ୍ତି। ସୂଚନାଯୋଗ୍ୟ, ଏମ୍‌ଡିଆର ୧୧୫ଠାରୁ ଭଟାପଲା ଭାୟା ବାଗବୁରେଇ ଧରଣୀପଡ଼ା ରିଂଜା ପର୍ଯ୍ୟନ୍ତ ମୋଟ ୯.୭୦ କିମି ରାସ୍ତା ନିର୍ମାଣ ପାଇଁ ୭ କୋଟି ୫୭ ଲକ୍ଷ ୮୫ ହଜାର ଟଙ୍କା ଅଟକଳ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କ ସହ ଜାଳେଣି କାଠ ପାଇଁ ଜଙ୍ଗଲକୁ ଯାଇଥିବା ବେଳେ ସ୍ତ୍ରୀ ମୃତ, ହତ୍ୟା ଅଭିଯୋଗ ଆଣିଲେ ମହିଳାଙ୍କ ଭାଇ

ଥୁଆମୂଳରାମପୁର,୧୮ା୫(ଦୁର୍ଗା କୀର୍ତ୍ତି): ଦିନକୁଦିନ ଯୌତୁକ ନିର୍ଯାତନା ଓ ହତ୍ୟା ଘଟଣା ବୃଦ୍ଧି ପାଉଥିବା ବେଳେ କିଛି ଅଞ୍ଚଳରୁ ହୃଦୟ ବିଦାରକ ଭଳି ଘଟଣା ସାମ୍ନାକୁ ଆସୁଛି...

ବିଜେଡି ନେତାଙ୍କ ବିରୋଧରେ ମାମଲା ରୁଜୁ

କେନ୍ଦୁଝର,୧୮ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଭାଜପାରେ ଯୋଗଦେଇ ଥିବା ବିଜେଡି ନେତା ପୁଣି ବିଜେଡିକୁ ଫେରିବା ଘଟଣାକୁ ନେଇ ରାଜନୀତି ସରଗରମ ହୋଇଛି। ବାଂଶପାଳ ବ୍ଲକ ଶୁଆକାଟି...

ରାଜ୍ୟରେ କେବଳ ନବୀନ ଇଞ୍ଜିନ ହିଁ ଚାଲିବ

ମୋରଡ଼ା,୧୮ା୫(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ବାରମାଇଲଠାରେ ବିଜୁ ଜନତା ଦଳ ପକ୍ଷରୁ ୩୯ ନମ୍ବର ଜୋନ୍‌ସ୍ତରୀୟ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଯାଇଛି।...

ଖୁଲମଖୁଲା ବୁଲୁଛନ୍ତି ଝିଅର ହତ୍ୟାକାରୀ, ଗିରଫ ଦାବିରେ ଅନଶନରେ ବସିଲେ ମା’

କେନ୍ଦୁଝର,୧୮ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ନିର୍ବାଚନ ସମୟରେ ସବୁ ଓ୍ବାରେଣ୍ଟ କାର୍ଯ୍ୟକାରୀ ହୁଏ ପୁରୁଣା କେସ୍‌ ଥିବା ଅପରାଧୀ ଧରା ହୁଅନ୍ତି। ତେବେ କେନ୍ଦୁଝରର ଲୋକପ୍ରିୟ ସମାଜସେବୀ...

ଯୁବକଙ୍କ ଜୀବନ ନେଲା ଅନ୍‌ଲାଇନ୍‌ ଗେମ୍‌

ବାଲିମେଳା,୧୮ା୫(ଶିବଦତ୍ତ ସାହୁ): ମାଲକାନଗିରି ଜିଲା ବାଲିମେଳା ସହରରେ ଥିବା ୧ ନଂ ଓ୍ବାର୍ଡ ନୂଆସାହିରେ ଜଣେ ଯୁବକ ଅନ୍‌ଲାଇନ ଗେମ୍‌ ଖେଳରୁ ରଶି ଦେଇ ଆତ୍ମହତ୍ୟା...

ଛତ୍ରପୁର ବଡ଼ ଷ୍ଟେଶନ୍‌ରେ ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ୍‌

ଛତ୍ରପୁର,୧୮/୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବଡ଼ ଷ୍ଟେଶନ ଠାରେ ଏକମାଲବାହି ଟ୍ରେନ ଲାଇନଚ୍ୟୁତ ହୋଇଛି। ଟ୍ରେନର ୩ ବଗି ଲାଇନଚ୍ୟୁତ ହୋଇଥିବା ବେଳେ ରେଳବାଇ...

ପ୍ରଚାର ଶେଷଦିନରେ କମାଲ ଦେଖାଇଲା ବିଜେଡି

ପୁରୁଷୋତ୍ତମପୁର,୧୮ା୫(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବିଧାନସଭା ନିର୍ବାଚନକୁ ଆଉ ମାତ୍ର ଗୋଟିଏ ଦିନ ବାକି ରହିଥିବା ବେଳେ ଏଥିଲାଗି ଶନିବାର ପ୍ରଚାର ଶେଷ ହୋଇଛି।...

ଖଲ୍ଲିକୋଟ ହିଂସାର ତଦନ୍ତ ପାଇଁ ଗଠନ ହେଲା ଏସ୍‌ଆଇଟି ଟିମ୍‌: ସୂଚନା ଦେଲେ ଆରକ୍ଷୀ ମହାନିର୍ଦ୍ଦେଶକ

ଛତ୍ରପୁର,୧୮ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଖଲ୍ଲିକୋଟ ହିଂସାର ତଦନ୍ତ ପାଇଁ ଏସ୍‌ଆଇଟି ଟିମ୍‌ ଗଠନ କରାଯାଇଛି। ଦକ୍ଷିଣାଞ୍ଚଳ ମହାନିର୍ଦ୍ଦେଶକ ଜୟନାରାୟଣ ପଙ୍କଜ ଏହି ଟିମ୍‌କୁ ତଦାରଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri