ନିର୍ମାଣର ୧ ମାସ ପରେ ଉଠିଯାଉଛି ପିଚୁ

ବାଲିକୁଦା,୧୪ା୨(ସ୍ବ.ପ୍ର.):ଜଗତ୍‌ସିଂହପୁର ଗ୍ରାମ ଉନ୍ନୟନ ବିଭାଗ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ମାସେ ପୂର୍ବେ ମରିଚପୁର-ବନ୍ଦର ରାସ୍ତା ନିର୍ମାଣ ହୋଇଥିଲା। ମାତ୍ର ଏଠାରେ ନିମ୍ନମାନର କାମ ହୋଇଥିବା ଅଭିଯୋଗ ହୋଇଛି। ଜଗତ୍‌ସିଂହପୁର ଜିଲାର ବଙ୍ଗୋପସାଗର ଓ ଦେବୀନଦୀର ସଙ୍ଗମସ୍ଥଳ ହେଉଛି ବନ୍ଦର ା ଏଠାରେ ମା’ ବନ୍ଦରେଇଙ୍କ ପୀଠ ରହିଛି ା ଏଠାକାର ନଦୀ ଓ ଜଙ୍ଗଲରେ ଭରା ଏହି ଅଞ୍ଚଳକୁ ବିଭିନ୍ନ ସ୍ଥାନରୁ ଲୋକେ ବଣଭୋଜି କରିବା ପାଇଁ ଆସିଥାନ୍ତି। ଏଠାରେ ଗମନାଗମନର ସୁବିଧା ପାଇଁ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାରେ ତିହୁଡିଠାରୁ ବନ୍ଦର ଭାୟା ନହରଣା ମରିଚପୁର ପର୍ଯ୍ୟନ୍ତ ୫ କି.ମି ରାସ୍ତା ସମ୍ପ୍ରସାରଣ ପାଇଁ ୨କୋଟି ୬୨ଲକ୍ଷ ୭୫ ହଜାର ୯୦୬ ଟଙ୍କା ବ୍ୟୟ ଅଟକଳ ହୋଇଥିଲା। ମାତ୍ର ସମ୍ପୃକ୍ତ ଠିକାଦାର ନିମ୍ନମାନର କାମ କରିଥିବାରୁ ନିର୍ମାଣ ସରିବା ପରେ ରାସ୍ତାର ବିଭିନ୍ନ ସ୍ଥାନରୁ ପିଚୁ ଉଠିଯାଉଥିବା ଅଭିଯୋଗ ହୋଇଛି। ଏହି ରାସ୍ତାରେ ଥିବା ପୁରୁଣା ପିଚୁ ଓ ମେଟାଲକୁ ତାଡି ବାହାର କଲା ପରେ ନୂତନ ଭାବେ ମେଟାଲିଂ କରି ପିଚୁ ପକାଇବା ବଦଳରେ ଠିକାଦାର କେତେକାଂଶରେ ପୁରୁଣା ମେଟାଲକୁ ବ୍ୟବହାର କରି ଭଲ ଭାବରେ ଡଷ୍ଟ ସଫା ନକରି ପିଚୁ ପକାଇ ଦେଇଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି ା ଏନେଇ ବିଭାଗୀୟ ଯନ୍ତ୍ରୀଙ୍କୁ ଅବଗତ କରାଯାଇଥିଲେ ମଧ୍ୟ ସେ ଘଟଣାସ୍ଥଳକୁ ଆସି ତଦନ୍ତ କରି ନ ଥିବାରୁ ଠିକାଦାର ମନମୁଖି ଭାବେ କାମ କରିଥିବା ନେଇ ଗ୍ରାମର ପ୍ରବିର ସ୍ବାଇଁ, ଦୀଲିପ ବେହେରା, ପ୍ରକାଶ ବିଶ୍ୱାଳ, ସନ୍ତୋଷ ନାୟକ, ପ୍ରଭାସ ବେହେରା ପ୍ରମୁଖ ଅଭିଯୋଗ କରିଛନ୍ତି ା ଏଥିପ୍ରତି ଉଚ୍ଚ କର୍ତ୍ତୃପକ୍ଷ ଦୃଷ୍ଟି ଦେବାକୁ ସେମାନେ ଦାବି କରିଛନ୍ତି। ଏ ସମ୍ପର୍କରେ ଜିଲା ଗ୍ରାମ ନିର୍ମାଣ ବିଭାଜନ ନିର୍ବାହୀଯନ୍ତ୍ରୀ ଅନନ୍ତ ଗୋପାଳ ଶତପଥୀ କହିଛନ୍ତି, ମୁଁ ପୂର୍ବରୁ କେବେ ଅଭିଯୋଗ ପାଇନି ା ଯଦି ନିମ୍ନମାନର କାର୍ଯ୍ୟ ହୋଇଥାଏ କାର୍ଯ୍ୟାନୁଷ୍ଠାନ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri