ଟ୍ରକ୍‌ ପଛରେ ପିଟିଲା ପିକ୍‌ଅପ୍‌, ଜଣଙ୍କ ଜୀବନ ଗଲା, ଜଣେ ଗୁରୁତର

ବଣାଇ,୧୯ା୧୧(ସ୍ବ.ପ୍ର.): ସୁନ୍ଦରଗଡ଼ ଜିଲା ଚାନ୍ଦିପୋଷ ଥାନା ଅନ୍ତର୍ଗତ ବିରତୋଳା ବଜାର ନିକଟରେ ଏକ ଟ୍ରକ୍‌ ପଛରେ ପିକ୍‌ଅପ୍‌ଟି ପିଟି ହୋଇଯିବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଥିବା ଜଣାପଡ଼ିଛି।

ମିଳିଥିବା ସୂଚନାନୁଯାୟୀ, ଓଡି ୧୪ ଏଏ ୧୪୮୧ ଟମାଟୋ ବୋଝେଇ ପିକ୍‌ଅପ୍‌ଟି ରାଉରକେଲାରୁ ଖୁଣ୍ଟଗାଁ ବଜାରକୁ ଆସୁ ଥିବା ବେଳେ ୧୪୩ ନମ୍ବର ଜାତୀୟ ରାଜପଥର ବିରତୋଲା ବଜାର ନିକଟରେ ଛିଡ଼ା ହୋଇଥିବା ଟ୍ରକ ପଛରେ ପିଟି ହୋଇଯାଇଥିଲା। ଫଳରେ ପିକ୍‌ଅପ୍‌ରେ ବସି ଥିବା ଦୁଇ ଜଣ ପ୍ରଥମେ ଗୁରୁତର ଅବସ୍ଥାରେ ଉଦ୍ଧାର ହୋଇଥିଲେ। ସଙ୍ଗେ ସଙ୍ଗେ ସ୍ଥାନୀୟ ଲୋକମାନେ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ବଣାଇ ଉପଖଣ୍ଡ ଚିକିତ୍ସାଳୟକୁ ପଠାଇଥିଲେ। ହେଲେ ସେଠାରେ ଅବସ୍ଥା ଗୁରୁତର ହେବାରୁ ରାଉଲକେଲାକୁ ସ୍ଥାନାନ୍ତର କରାଯାଇଥିଲା। ତେବେ ସେଠାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଉ ଜଣେ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି। ଘଟଣାସ୍ଥଳରେ ଚାନ୍ଦିପୋଷ ପୋଲିସ ପହଞ୍ଚି ଗାଡ଼ି ଜବତ କରିବା ସହ ଘଟଣାର ତଦନ୍ତ କରୁଥିବା ଜଣାପଡ଼ିଛି। ଛିଡ଼ା ହୋଇଥିବା ଟ୍ରକ୍‌ଟି ଘଟଣାସ୍ଥଳରୁ ପଳାଇ ଯାଇଥିବା ଜଣାପଡ଼ିଛି। ପିକ୍‌ଅପ୍‌ରେ ଥିବା ଲହୁଣୀପଡ଼ା ଥାନା ଅନ୍ତର୍ଗତ ଜୁନିୟାନି ଗ୍ରାମର ରୋଶନ ଅଲ୍ଲୀ (୪୯) ଓ ମୃତକ ଜଣକ ଚୋରଧରା ଗ୍ରାମର ଟିଲୁ ମୁଣ୍ଡାଙ୍କ ପୁଅ ଗୋଲରାମ ମୁଣ୍ଡା(୧୫) ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନଲାଇନ ପେମେଣ୍ ଦିଗପହଣ୍ଡିରେ ଅନଲାଇନରେ ବିକ୍ରି ହେଉଛି ସାର, ହନ୍ତସନ୍ତ ହେଉଛନ୍ତି ଚାଷୀ

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri