ଜାତୀୟ ରାଜପଥରେ ଫସିଲା ପିକ୍‌ଅପ୍‌, ଯାତାୟାତରେ ସମସ୍ୟା

ପଟ୍ଟାଙ୍ଗି,୯ା୯(ଶରତ ଧଳ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ସାରା ରାଜ୍ୟରେ ବର୍ଷା ଲାଗି ରହିଛି। ଏହାର ପ୍ରଭାବରେ ରାସ୍ତାଘାଟଠାରୁ ଆରମ୍ଭ କରି ଚାଷଜମିରେ ପାଣି ଜମି ରହିଛି। ଜାତୀୟ ରାଜପଥରେ ସ୍ଥାନେ ସ୍ଥାନେ ଖାଲଖମା ହୋଇଥିବାରୁ ଯାତ୍ରୀବାହୀ ବସ୍‌ଠାରୁ ଆରମ୍ଭ କରି ମାଲବାହୀ ଗାଡ଼ି ଯାତାୟାତରେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏହି ଖାଲଖମା ଯୋଗୁ ବିଭିନ୍ନ ସମୟରେ ଦୁର୍ଘଟଣା ଘଟୁଛି। ଏହିପରି ଦୃଶ୍ୟ ଦେଖିବାକୁ ମିଳିଛି କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମାଠାରୁ ଆରମ୍ଭ କରି ବିଭିନ୍ନ ପଞ୍ଚାୟତରେ।

ସୂଚନା ମୁତାବକ, ବ୍ଲକ ସଦର ମହକୁମା ଦେଇ ଦୁଇ ରାଜ୍ୟକୁ ସଂଯୋଗ କରୁଥିବା ୨୬ ନଂ ଜାତୀୟ ରାଜପଥରେ ଲଘୁଚାପ ଜନିତ ବର୍ଷା ପ୍ରଭାବରେ ସ୍ଥାନେ ସ୍ଥାନେ ଖାଲ ଦେଖିବାକୁ ମିଳିଛି। ରାଲେଗଡ଼ା  ପଞ୍ଚାୟତରେ ସୋମବାର ସାପ୍ତାହିକ ହାଟ ଗହଳି ରହିଥିବା ବେଳେ ପଟ୍ଟାଙ୍ଗିରୁ ଭୁବନେଶ୍ୱର ଅଭିମୁଖେ ଅଦା ଲୋଡ୍‌ କରି ଓଡି ୧୦ ଡି ୨୭୭୨ ନମ୍ବର ବିଶିଷ୍ଟ ଏକ ପିକ୍‌ଅପ୍‌ ରାଜପଥରେ ହୋଇଥିବା ଖାଲରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ଫସି ରହିଛି। ଫଳରେ ଉଭୟ ଆନ୍ଧ୍ର ରାଜ୍ୟ ଏବଂ ଓଡ଼ିଶାର କୋରାପୁଟ ଜିଲା ସଦରମହକୁମା ଅଭିମୁଖେ ଯାତାୟାତ କରୁଥିବା ସମସ୍ତ ଗାଡ଼ି ଅଟକି ରହିଛି। ଫଳରେ ରାସ୍ତା ଜାମ୍‌ ହୋଇଯାଇଛି।
ସୂଚନା ଥାଉକି, ବ୍ଲକରେ ଗତ ୧୦ ଦିନ ଧରି ବର୍ଷା ଲାଗି ରହିଥିବାରୁ ଲୋକେ ନାନା ସମସ୍ୟା ଭୋଗ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ତ୍ରୀଙ୍କ ବଡ଼ ଘୋଷଣା: ହଟିବ ଡିଜେଲ ଚାଳିତ ଆମ୍‌ ବସ

ଭୁବନେଶ୍ୱର,୨୧।୧: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଡିଜେଲ ଚାଳିତ ‘ଆମ୍‌ ବସ୍‌’...

ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲ୍‌ କରି କରୁଥିଲେ ବ୍ଲାକମେଲ୍‌: ଜଣାପଡ଼ିବା ପରେ ଘଟିଲା…

କଟକ,୨୧ା୧(କାର୍ତ୍ତିକ ସାହୁ):ଜଣେ ୭୨ ବର୍ଷୀୟ ବରିଷ୍ଠ ନାଗରିକଙ୍କୁ ପ୍ରଥମେ ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲେ। ପରେ ଉକ୍ତ ଭିଡିଓ କଲିଂର ରେକର୍ଡିଂ କରି ତାହା...

ଆଗେଇବ ରେଳ ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ

ଭୁବନେଶ୍ୱର,୨୧ା୧: ରାଜ୍ୟର ରାସ୍ତା ସଂଯୋଗକୁ ମଜଭୁତ କରିବାରେ ରେଲଓ୍ବେ ଓଭରବ୍ରିଜ୍‌ (ଆର୍‌ଓବି) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥାଏ। ରେଲଓ୍ବେ ଲେଭଲକ୍ରସିଂକୁ ଆର୍‌ଓବିରେ ପରିବର୍ତ୍ତନ କରିବା ଦ୍ୱାରା ଯାନ...

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨୦୨୭ ସୁଦ୍ଧା ୧୫୦ ଜନସଂଖ୍ୟା ଥିବା ଗାଁକୁ ହେବ…

ଭୁବନେଶ୍ୱର,୨୧ା୧: ୨୦୨୭ ସୁଦ୍ଧା ରାଜ୍ୟର ୧୫୦ ଜନସଂଖ୍ୟା ଥିବା ଗାଁକୁ ରାସ୍ତା ହେବ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି। ଆସନ୍ତା...

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri