ଅନ୍ୟ ରାଜ୍ୟକୁ ଚାଲାଣ ହେଉଥିଲା ଗୋରୁ: ପୋଲିସର ଜିମା ଦେଲେ ସ୍ଥାନୀୟ ଲୋକେ

ଭଦ୍ରକ ଅଫିସ, ୨୪।୨: ବେଆଇନ୍‌ ଭାବେ ବାହର ରାଜ୍ୟକୁ ଚାଲାଣ ହେଉଥିବା ବେଳେ ଏକ ଗୋରୁ ବୋଝେଇ ପିକଅପ ଭ୍ୟାନ୍‌କୁ ଜବତ କରାଯାଇଛି। ୨୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ ଉଦ୍ଧାର କରାଯାଇଛି । ବଜରଙ୍ଗ ଦଳର କର୍ମୀ ଓ ସ୍ଥାନୀୟ ଲୋକେ ଏହି ଗୋରୁ ବୋଝେଇ ଗାଡି ଜବତ କରି ଭଦ୍ରକ ଟାଉନ ପୋଲିସକୁ ହସ୍ତାନ୍ତର କରିଛନ୍ତି ।
ସୂଚନା ଅନୁସାରେ, ଭଦ୍ରକରୁ ପିକ୍‌ଅପ ଭ୍ୟାନରେ ୨୦ରୁ ଅଧିକ ଗୋରୁ ମଙ୍ଗଳବାର ବିଳମ୍ବିତ ରାତିରେ ରାଜ୍ୟ ବାହାରକୁ ଚାଲାଣ କରାଯାଉଥିଲା । ଏହି ସମୟରେ ରାସ୍ତାରେ ଛିଡ଼ା ହୋଇଥିବା ଲୋକଙ୍କୁ ଉକ୍ତ ଗାଡି ଧକ୍କା ଦେଇ ଫେରାର ହୋଇଯିବାକୁ ଉଦ୍ୟମ କରି ବିଦ୍ୟୁତ ଖୁଣ୍ଟରେ ପିଟି ହୋଇଯାଇଥିଲା। ଖବର ପାଇ ବଜରଙ୍ଗ ଦଳର କର୍ମୀମାନେ ଘଟଣାସ୍ଥଳରେ ପହଞ୍ଚିଥିଲେ । ବିଳମ୍ବିତ ରାତିରୁ ଭଦ୍ରକ ଚରମ୍ପା ଷ୍ଟେଶନ ଛକ ନିକଟରେ ଗୋରୁ ବୋଝେଇ ପିକଅପ ଭ୍ୟାନକୁ ଅଟକ ରଖିଥିଲେ । ତେବେ ଘଟଣାସ୍ଥଳରୁ ଡ୍ରାଇଭରଙ୍କ ସହ ଗାଡିରେ ବସିଥିବା ୪ରୁ ୫ ଜଣ ଫେରାର ହୋଇଯାଇଥିଲେ । ପୋଲିସ ଘଟଣାର ଅଧିକ ତନାଘନା ଆରମ୍ଭ କରିଛି । ଜବତ ଗୋରୁ ବୋଝେଇ ପିକ୍‌ଅପ ଭ୍ୟାନଟି ଭଦ୍ରକରୁ କୋଲକାତା ଯାଉଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

୨ ନବାଗତଙ୍କ ସହ ଅଭିଜ୍ଞଙ୍କ ମୁକାବିଲା

ଅନୁଗୋଳ,୨୬।୪(ଅମିତ କୁମାର ସାମଲ):ଆସନ୍ତା ମେ ୨୫ରେ ହେବ ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟଗ୍ରହଣ। ଏଥର ବିଜେଡି ଅନୁଗୋଳରେ ନୂଆ ରଣନୀତି ଆପଣାଇଛି। ଦଳ ଦୀର୍ଘ...

ସମ୍ବଲପୁର କଂଗ୍ରେସ ଯୁବନେତା ବିଜେଡି ମୁହାଁ

ସମ୍ବଲପୁର,୨୬ା୪(ଭବାନୀ ଶଙ୍କର ଭୋଇ):ରାଜ୍ୟରେ କଂଗ୍ରେସ ଦଳର ଗୋଟିଏ ପରେ ଗୋଟିଏ ନେତା ଦଳ ଛାଡୁଛନ୍ତି। ରାଜ୍ୟ କିମ୍ବା କେନ୍ଦ୍ରୀୟ ନେତୃତ୍ୱ ନିଜର କର୍ମୀମାନଙ୍କ ଭିତରେ ଉତ୍ସାହ...

ବାପାଙ୍କ ବଦଳରେ ଲଢିବେ ଝିଅ: ୨୭ରେ ଘୋଷଣା କରିପାରେ କଂଗ୍ରେସ

କଟକ,୨୬।୪(ଶିଳ୍ପା ପ୍ରିୟଦର୍ଶିନୀ):କଂଗ୍ରେସ ପକ୍ଷରୁ ଆସନ୍ତା ୨୭ ତାରିଖରେ ବାଲିଯାତ୍ରା ଉପର ପଡ଼ିଆରେ ଏକ ବଡ଼ ସଭା ହେବ ଏବଂ ସେଥିରେ ଦଳ ମହମ୍ମଦ ମୋକିମଙ୍କ ବଡ଼...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

ଦଳ ବିରୋଧୀ କାର୍ଯ୍ୟ କରିବା ପଡ଼ିଲା ମହଙ୍ଗା, ଯୁବ କଂଗ୍ରେସର ୨ ନେତା ପଦରୁ ନିଲମ୍ବିତ

ଭୁବନେଶ୍ୱର,୨୬।୪: ଦଳ ବିରୋଧୀ କାର୍ଯ୍ୟ ପାଇଁ ବଡ଼ କାର୍ଯ୍ୟାନୁଷ୍ଠାନ ନେଲା କଂଗ୍ରେସ। ଯୁବ କଂଗ୍ରେସର ୨ ନେତାଙ୍କୁ ପଦରୁ ନିଲମ୍ବନ କରାଯାଇଛି। ସା. ସମ୍ପାଦକ ପଦରୁ...

୫୫ନଂ. ରାଜପଥ କାର୍ଯ୍ୟ ସମ୍ପୂର୍ଣ୍ଣ ନେଇ ଅନିଶ୍ଚିତତା

ଢେଙ୍କାନାଳ,୨୬ା୪(ରତନ ନାୟାର): କଟକର ମଙ୍ଗୁଳି ଛକରୁ ଢେଙ୍କାନାଳ ଓ ଅନୁଗୋଳ ଜିଲା ଦେଇ ସମ୍ବଲପୁରକୁ ଯାଇଥିବା ୫୫ନଂ. ଜାତୀୟ ରାଜପଥର ଉନ୍ନତୀକରଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା...

ସୁରେଶ ପୂଜାରୀଙ୍କ ଘର ପରିସରରେ ଡ୍ରୋନ୍‌ ଖସିବା ଘଟଣା: ହେଲା ବଡ଼ ଖୁଲାସା

ଭୁବନେଶ୍ୱର,୨୬।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିପଡିଥିବା ଡ୍ରୋନ୍‌କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ତାହା ବନ ବିଭାଗର ବୋଲି ଜଣାପଡିଛି। ଏନେଇ...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri