ପିକ୍‌ଅପ୍‌-ବୁଲେଟ୍‌ ମୁହାଁମୁହିଁ ଧକ୍କା, ଦୁଇ ଜଣଙ୍କ ଜୀବନ ଗଲା

କେନ୍ଦୁଝର,୧ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): ବୁଧବାର ସନ୍ଧ୍ୟାରେ ଟାଉନ ଥାନା ଅନ୍ତର୍ଗତ ମଣ୍ଡୁଆ ପୋଲ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ପିକ୍‌ଅପ୍‌ ଭ୍ୟାନ୍‌ ସହ ବୁଲେଟ୍‌ ମୁହାଁମୁହିଁ ହେବା ଫଳରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇ କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛି। ଖବର ଅନୁସାରେ ବୁଲେଟ୍‌ରେ ଅନିକେତ ପତି କେନ୍ଦୁଝରରୁ ନରଣପୁର ଆଡ଼କୁ ଯାଉଥିବା ବେଳେ ସେପଟୁ ଦ୍ରୁତଗତିରେ ଆସୁଥିବା ପିକ୍‌ଅପ୍‌ ତାଙ୍କୁ ଧକ୍କା ଦେଇଥିଲା। ଫଳରେ ଦୁର୍ଘଟଣା ପରେ ଭ୍ୟାନ୍‌ଟି ରାସ୍ତା କଡ଼କୁ ଓଲଟି ପଡ଼ିଥିଲା। ଘଟଣାସ୍ଥଳରେ ବୁଲେଟ୍‌ ଚାଳକ ଅନିକେତ ପତି ଓ ପିକ୍‌ଅପ୍‌ ଡ୍ରାଇଭର ଜ୍ୟୋତିରଞ୍ଜନ ଦେହୁରୀଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣକ ପରିଚୟ ମିଳିପାରିନାହିଁ। ଖବର ପାଇ ଘଟଣାସ୍ଥଳରେ ଟାଉନ୍‌ ପୋଲିସ ପହଞ୍ଚି ମୃତକ ଓ ଗୁରୁତରଙ୍କୁ ଉଦ୍ଧାର କରି କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିବା ବେଳେ ଅଧିକ ତଦନ୍ତ ଜାରି ରଖିଛି। ପ୍ରକାଶ ଯେ, ଉକ୍ତ ସ୍ଥାନରେ ଦ୍ରୁତଗତି ଯୋଗୁ ବହୁ ସମୟର ଦୁର୍ଘଟଣା ଘଟୁଥିବା ବେଳେ ଷ୍ଟ୍ରିଟ୍‌ଲାଇଟ୍‌ ଓ ବ୍ୟାରିକେଟ୍‌ ବ୍ୟବସ୍ଥା ଲଗାଇବା ନେଇ ଦାବି ହୋଇଆସୁଛି। କିନ୍ତୁ ପ୍ରଶାସନ ଅବହେଳା ଯୋଗୁ ଏଭଳି ଘଟଣା ବାରମ୍ବାର ହେଉଥିବା ନେଇ ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ ନମାଜ ସମୟରେ ଆତ୍ମଘାତୀ ଆକ୍ରମଣ; ୧୬ ମୃତ, ଅନେକ ଆହତ

ଇସଲାମାବାଦ,୧୮।୯: ପାକିସ୍ତାନର ଖାଇବର ପଖତୁନଖ୍ବା ପ୍ରଦେଶ ଅନ୍ତର୍ଗତ କୋହାଟ ଜିଲାର ‘ପୋଲିସ ଲାଇନ୍ସ’ ଅଞ୍ଚଳରେ ଶୁକ୍ରବାର (୧୮ ସେପ୍ଟେମ୍ବର, ୨୦୨୬) ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ଏହା…

୨୦୨୭ରେ ଶନିଙ୍କ ମହାଗୋଚର: ଏହି ରାଶି ପାଇବ ସାଢେସାତୀରୁ ମୁକ୍ତି, ଆରମ୍ଭ ହେବ ଗୋଲ୍ଡେନ ଟାଇମ, ଚାକିରିରେ ପଦୋନ୍ନତି!

କର୍ମଫଳଦାତା ଶନିଦେବ ପ୍ରାୟ ଅଢ଼େଇ ବର୍ଷରେ ଥରେ ରାଶି ପରିବର୍ତ୍ତନ କରନ୍ତି। ବର୍ତ୍ତମାନ ଶନି ମୀନ ରାଶିରେ ଅବସ୍ଥାନ କରୁଥିବା ବେଳେ, ଜ୍ୟୋତିଷ ଗଣନା ଅନୁସାରେ ୩…

ଓରାଙ୍ଗଉଟାନଙ୍କୁ ନେଇ ଆସିଲା ବଡ଼ ଅପଡେଟ୍‌, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୮।୯: ଉଦ୍ଧାର ହୋଇଥିବା ଓରାଙ୍ଗଉଟାନଙ୍କୁ ନେଇ ଜଙ୍ଗଲ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ଯେ, ଓରାଙ୍ଗଉଟାନଙ୍କ ସମ୍ପର୍କରେ…

୨୪ ଘଣ୍ଟାରେ ମମତାଙ୍କୁ ଲାଗିଲା ଦ୍ୱିତୀୟ ଝଟକା, ଯାହାକୁ ପ୍ରାର୍ଥୀ ଘୋଷଣା କରିଥିଲେ ସିଏ ଏବେ…

କୋଲକାତା: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଉପନିର୍ବାଚନକୁ ନେଇ ରାଜନୈତିକ ଘଟଣାକ୍ରମ ଜୋର ଧରିଛି। ମମତା ବାନାର୍ଜୀଙ୍କ ଗୋଷ୍ଠୀ ପକ୍ଷରୁ ନନ୍ଦୀଗ୍ରାମ ପାଇଁ ପ୍ରାର୍ଥୀ ଘୋଷିତ ହୋଇଥିବା ସଞ୍ଚିତା ପ୍ରଧାନ…

ଜାରି ହେଲା ପୌର ନିର୍ବାଚନ ସଂଶୋଧିତ ସମୟସୂଚୀ, ଆସନ୍ତା ୨୪ସୁଦ୍ଧା…

ଭୁବନେଶ୍ୱର,୧୮।୯: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗ ପକ୍ଷରୁ ଶୁକ୍ରବାର ପୌର ନିର୍ବାଚନ ନେଇ ୱାର୍ଡ ସୀମା ନିର୍ଦ୍ଧାରଣ ପାଇଁ ସଂଶୋଧିତ ସମୟସୂଚୀ ଜାରି କରାଯାଇଛି।…

ନିର୍ବାଚନ ପୂର୍ବରୁ ଭାଜପାର ବଡ଼ ଘୋଷଣା: ଏମାନଙ୍କୁ ଦିଆଗଲା ବଡ଼ ଦାୟିତ୍ୱ

ଲକ୍ଷ୍ନୌ,୧୮।୯: ଉତ୍ତରପ୍ରଦେଶ ନିର୍ବାଚନକୁ ନେଇ BJP ପକ୍ଷରୁ ପ୍ରସ୍ତୁତି ତୀବ୍ର କରାଯାଇଛି। ଏହି କ୍ରମରେ ଦଳ ପକ୍ଷରୁ ନୂଆ ସୋସିଆଲ ମିଡିଆ ଟିମର ଘୋଷଣା କରାଯାଇଛି। ଦଳ…

ପ୍ରଧାନମନ୍ତ୍ରୀ ମୋଦି କେବେ କରିଥିଲେ UPI ପେମେଣ୍ଟ? ଏବେ ଯାଏ କେତେ କରିଛନ୍ତି ଟ୍ରାଞ୍ଜାକ୍ସନ, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୧୮।୯: ନିକଟରେ କେନ୍ଦ୍ର ସରକାର ଘୋଷଣା କରିଛନ୍ତି ଯେ UPI ଦେୟ ଉପରେ ଶୁଳ୍କ ଲାଗିବା ଚର୍ଚ୍ଚା ପରେ ମଧ୍ୟ ପର୍ସନ ଟୁ ପର୍ସନ (P2P) UPI…

ବାର୍ଦ୍ଧକ୍ୟ ଭତ୍ତାକୁ ନେଇ ଆସିଲା ବଡ଼ ଖବର, ଏଣିକି ୪୫ଦିନରେ ଆକାଉଣ୍ଟକୁ ଆସିବ…

ନୂଆଦିଲ୍ଲୀ,୧୮।୯: ରାଜ୍ୟରେ ବାର୍ଦ୍ଧକ୍ୟ ଭତ୍ତା ପ୍ରତି ତିନି ମାସରେ ୩୦୦୦ ଟଙ୍କା ଦିଆଯାଇଥାଏ। କିନ୍ତୁ ଏବେ ଏହି ୩୦୦୦ ଟଙ୍କାର ଭତ୍ତା କିସ୍ତି ଆକାରରେ ଦିଆଯିବ। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?