ପିକଅପ୍‌-କାର ମୁହାଁମୁହିଁ ଧକ୍କା: ଚାଲିଗଲା ଅମିତାଙ୍କ ଜୀବନ

ଭଞ୍ଜନଗର,୧୧।୮(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମୁଜାଗଡ଼ ପେଟ୍ରୋଲ ପମ୍ପ ନିକଟରେ ମଙ୍ଗଳବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ମହିଳା ମୃତ୍ୟୁବରଣ କରିଥିବାବେଳେ ୩ ଜଣ ଆହତ ହୋଇଛନ୍ତି। ଆହତ ମାନଙ୍କୁ ଭଞ୍ଜନଗର ମେଡିକାଲରେ ପ୍ରାଥମିକ ଚିକିତ୍ସା କରାଯିବା ପରେ ଅଧିକ ଚିକିତ୍ସା ପାଇଁ ବ୍ରହ୍ମପୁର ବଡ ମେଡିକାଲକୁ ପଠାଇ ଦିଆଯାଇଛି। ମୃତ ମହିଳା ଜଣକ କୋଟଗଡ ଅଞ୍ଚଳର ଅମିତା ସିଂ।
ଘଟଣାରୁ ପ୍ରକାଶ ଯେ, ଆନନ୍ଦ ବର୍ଷାରଙ୍କ ସାଥିରେ ଜଣେ ମହିଳା ଅମିତା ଏବଂ ଜଣେ ଶିଶୁ ମିଶି ଏକ କାର ଯୋଗେ ବ୍ରହ୍ମପୁର ଯାଉଥିଲେ। ଏହି ସମୟରେ ମୁଜାଗଡ ନିକଟରେ ବିପରୀତ ଦିଗରୁ ଆସୁଥିବା ଏକ ପିକଅପ ଗାଡ଼ି ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଏହାପରେ ସମ୍ପୃକ୍ତ ଅଞ୍ଚଳବାସୀ ଉଭୟ ଗାଡ଼ିର ୪ ଜଣ ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଭଞ୍ଜନଗର ହସ୍ପିଟାଲ ଆଣିଥିଲେ। ଏଠାରୁ ସମସ୍ତଙ୍କୁ ବ୍ରହ୍ମପୁର ବଡ ମେଡିକାଲକୁ ଅଧିକ ଚିକିତ୍ସା ପାଇଁ ନେବାବେଳେ ମହିଳା ଜଣକ ମୃତ୍ୟୁବରଣ କରିଛନ୍ତି। କେଉଁ କାରଣରୁ ଉକ୍ତ ଦୁର୍ଘଟଣା ଘଟିଛି ତାହାର ସଠିକ କାରଣ ଜଣାପଡ଼ିନାହିଁ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

୧୯୪୭ରେ ଟଙ୍କାକର ମୂଲ୍ୟ କେତେ ଥିଲା? ଜାଣି ତାଜୁବ ହେବେ ୧ଟଙ୍କାରେ ୮ଲିଟର କ୍ଷୀର ଆଉ ସପ୍ତାହକର ଆସୁଥିଲା ରାଶନ…

ନୂଆଦିଲ୍ଲୀ, ୧୧।୮: ୧୫ ଅଗଷ୍ଟ ୧୯୪୭ରେ ଭାରତ ଯେତେବେଳେ ସ୍ୱାଧୀନ ହୋଇଥିଲା, ସେତେବେଳେ ଏହାର ଟଙ୍କା ଆମେରିକାର ଡଲାର ତୁଳନାରେ ବହୁତ ପଛରେ ନ ଥିଲା। ସେତେବେଳେ…

ଆସନ୍ତାକାଲି ସୂର୍ଯ୍ୟଗ୍ରହଣ: ଏମାନଙ୍କୁ ଲାଗିବ ଗ୍ରହଣ ଦୋଷ! ୧୨ ଅଗଷ୍ଟ ପୂର୍ବରୁ ଜାଣନ୍ତୁ ଶାସ୍ତ୍ରର ନିୟମ

୧୨ ଅଗଷ୍ଟ ୨୦୨୬ରେ ଶ୍ରାବଣ ଅମାବାସ୍ୟା ଦିନ ପୂର୍ଣ୍ଣ ସୂର୍ଯ୍ୟଗ୍ରହଣ ଲାଗିବାକୁ ଯାଉଛି। ଏହି ଗ୍ରହଣ ଗ୍ରୀନଲ୍ୟାଣ୍ଡ, ଆଇସଲ୍ୟାଣ୍ଡ ଏବଂ ସ୍ପେନ ସମେତ ବିଶ୍ୱର କିଛି ଅଞ୍ଚଳରେ…

କର୍କଟ ରାଶିରେ ସୃଷ୍ଟି ହେଲା ଦୁର୍ଲଭ ଚତୁର୍ଗ୍ରହ ଯୋଗ: ଏହି ୪ ରାଶିଙ୍କ ପାଇଁ ଖୋଲିଯିବ ଧନଲାଭର ନୂଆ ଦ୍ୱାର

ଆଜି ୧୧ ଅଗଷ୍ଟ, ୨୦୨୬ରେ ସାବନ ଶିବରାତ୍ରି ଅବସରରେ ଆକାଶରେ ଏକ ବିଶେଷ ଗ୍ରହ ସଂଯୋଗ ସୃଷ୍ଟି ହେଉଛି। ଏହି ଦିନ କର୍କଟ ରାଶିରେ ସୂର୍ଯ୍ୟ, ଗୁରୁ,…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରତିମାସରେ କେତେ ଦରମା ମିଳେ? ବଙ୍ଗଳା-ଭତ୍ତା ଛଡା ବେସିକ୍‌ ସାଲାରୀ କେତେ ଜାଣିଲେ ଚମକି ପଡିବେ…

ନୂଆଦିଲ୍ଲୀ, ୧୧।୮: ଆପଣ ଡାକ୍ତର, ଇଞ୍ଜିନିୟର ଏବଂ ସରକାରୀ କର୍ମଚାରୀଙ୍କ ଭଳି ବିଭିନ୍ନ ବୃତ୍ତିଗତଙ୍କ ଦରମା ବିଷୟରେ ଶୁଣିଥିବେ। ଏହି ପରିପ୍ରେକ୍ଷୀରେ, ଭାରତର ପ୍ରଧାନମନ୍ତ୍ରୀଙ୍କ ଦରମା କେତେ…

ବଢିଲା ଚାମେଲିଙ୍କ ଅଡୁଆ: ହାଇକୋର୍ଟ ଦେଲେ ଏମିତି ନିର୍ଦ୍ଦେଶ

କେନ୍ଦ୍ରାପଡା,୧୧।୮: କେନ୍ଦ୍ରାପଡ଼ା ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ବିରୋଧରେ ଅନାସ୍ଥା ପ୍ରସଙ୍ଗରେ ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଦେଇଛନ୍ତି। ନିର୍ବାଚନ ପ୍ରକ୍ରିୟା ଜାରି ରହିବ। ହେଲେ ବିନା ଅନୁମତିରେ…

NEET ବିରୋଧରେ ବିଜୟ ସରକାରଙ୍କ ବଡ଼ ପଦକ୍ଷେପ, ବିରୋଧୀ DMK କଲା ସମର୍ଥନ

ନୂଆଦିଲ୍ଲୀ, ୧୧।୮: ତାମିଲନାଡୁର ବିଜୟ ସରକାର ମଙ୍ଗଳବାର ବିଧାନସଭାରେ NEET ପରୀକ୍ଷାକୁ ଉଚ୍ଛେଦ କରିବା ଏବଂ ସ୍ନାତକସ୍ତରୀୟ ମେଡିକାଲ ପାଠ୍ୟକ୍ରମରେ ନାମଲେଖା ପାଇଁ ଦ୍ୱାଦଶ ଶ୍ରେଣୀର ନମ୍ବରକୁ…

ଜାପାନରୁ ଆସୁ ନେତାଜୀଙ୍କ ଅସ୍ଥି: ସୁପ୍ରିମକୋର୍ଟର ଦ୍ବାରସ୍ଥ ହେଲେ ସୁଭାଷ ଚନ୍ଦ୍ର ବୋଷଙ୍କ ଝିଅ, କେନ୍ଦ୍ରକୁ ନୋଟିସ୍!

ନୂଆଦିଲ୍ଲୀ,୧୧।୮: ସ୍ୱାଧୀନତା ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଅସ୍ଥିକୁ ଜାପାନର ଟୋକିଓ ସ୍ଥିତ ରେଙ୍କୋଜି ମନ୍ଦିରରୁ ଭାରତ ଆଣିବା ଦାବିକୁ ନେଇ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି…

ବିନାଶ କାଳେ ବିପରୀତ ବୁଦ୍ଧି.. କାହିଁକି ଏମିତି କହିଲେ ସୁନୀତା

ବଲିଉଡର ବରିଷ୍ଠ ଅଭିନେତା ଗୋବିନ୍ଦାଙ୍କୁ ନିକଟରେ ମୁମ୍ବାଇ ବିମାନବନ୍ଦରରେ ଅଭିନେତ୍ରୀ କୋମଲ ରାଣୀ ସ୍ବର୍ଣ୍ଣକରଙ୍କ ସହ ଦେଖାଯାଇଥିଲା। ଆଗାମୀ ଚଳଚ୍ଚିତ୍ର ‘ରୂପା’ରେ ଗୋବିନ୍ଦାଙ୍କ ସହ-ଅଭିନେତ୍ରୀ ଭାବେ କୋମଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri