ତାଳବଣିଆ ଛକ ନିକଟରେ ଓଲଟିଲା ଶ୍ରମିକ ବୋଝେଇ ପିକ୍‌ଅପ୍‌: ଜଣେ ମୃତ, ୨୦ରୁ ଊର୍ଦ୍ଧ୍ୱ ଆହତ

ଜଳେଶ୍ୱର, ୧୧।୮ (ନବୀନ ସାହୁ): ଜଳେଶ୍ୱର ଥାନା ଅନ୍ତର୍ଗତ ନାମ୍ପ ପଞ୍ଚାୟତର ତାଳବଣିଆ ଛକ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଶ୍ରମିକ ବୋଝେଇ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିବାରୁ ଜଣେ ଶ୍ରମିକଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବାବେଳେ ୨୦ରୁ ଊର୍ଦ୍ଧ୍ୱ ଜଣ ଆହତ ହୋଇଛନ୍ତି।

ସୂଚନା ଅନୁଯାୟୀ, ମଙ୍ଗଳବାର ଅପରାହ୍ନ ପ୍ରାୟ ୪ଟା ସମୟରେ ଭୋଗରାଇ-କମର୍ଦ୍ଦା ଅଞ୍ଚଳରୁ ଧାନ ତଳି ରୁଆ କାର୍ଯ୍ୟ ସାରି ପ୍ରାୟ ୬୦ ଜଣ ଶ୍ରମିକଙ୍କୁ ନେଇ ଏକ ପିକ୍‌ଅପ୍‌ ଭ୍ୟାନ୍‌ (ଓଡି-୦୧-୮୦୬୭) ଜଳେଶ୍ୱର-ଚନ୍ଦନେଶ୍ୱର ମୁଖ୍ୟ ରାସ୍ତା ଦେଇ ଫେରୁଥିଲା। ତାଳବଣିଆ ଛକ ନିକଟରେ ଆଗରେ ଯାଉଥିବା ଏକ ଅଟୋକୁ ଓଭରଟେକ୍‌ କରିବାକୁ ଚେଷ୍ଟା କରୁଥିବାବେଳେ ପିକ୍‌ଅପ୍‌ଟି ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଥିଲା।

ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଆହତ ଶ୍ରମିକମାନଙ୍କୁ ଉଦ୍ଧାର କରିଥିଲେ। ପରେ ସେମାନଙ୍କୁ ଜିକେଭଟ ହସ୍ପିଟାଲକୁ ନିଆଯାଇ ଭର୍ତ୍ତି କରାଯାଇଛି। ସେଠାରେ ଆହତମାନଙ୍କର ଚିକିତ୍ସା ଜାରି ରହିଛି।

ଦୁର୍ଘଟଣାର ଖବର ପାଇ  ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି। ତେବେ ଦୁର୍ଘଟଣାର ପ୍ରକୃତ କାରଣ ଓ ମୃତକଙ୍କ ପରିଚୟ ସମ୍ପର୍କରେ ସବିଶେଷ ତଥ୍ୟ ଜଣାପଡ଼ିନାହିଁ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ, ୨ଦିନ ପରେ…

ଭୁବନେଶ୍ୱର,୨୬।୯: ଆଣ୍ଡାମାନ ସାଗରରୁ ସୃଷ୍ଟି ହୋଇଥିବା ଲଘୁଚାପ ପରବର୍ତ୍ତୀ ସମୟରେ ଗଭୀର ଅବପାତର ରୂପ ନେଇ ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ଘଟାଇଲା। ଏବେ ସେହି ଆଣ୍ଡାମାନ ସାଗର…

୩୦ରେ ଇଣ୍ଡିଆ ବ୍ଲକ୍‌ର ବୈଠକ, ହେବ ବଡ଼ ଆଲୋଚନା

ନୂଆଦିଲ୍ଲୀ,୨୬ା୯: ନିର୍ବାଚନ କମିଶନରେ ମତଭେଦ ଏବଂ ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)କୁ ନେଇ ଦେଖାଦେଇଥିବା ଉଦ୍‌ବେଗ ଓ ଅନ୍ୟାନ୍ୟ ପ୍ରସଙ୍ଗ ଉପରେ ଆଲୋଚନା ପାଇଁ…

ନାଗାଲାଣ୍ଡରେ ମଦମୃତ୍ୟୁ: ୨ ଦିନରେ ଗଲାଣି ୧୯ଜଣଙ୍କ ଜୀବନ

କୋହିମା,୨୬ା୯; ନାଗାଲାଣ୍ଡରେ ବିଷାକ୍ତ ମଦ ପିଇ ୨ ଦିନରେ ୧୯ଜଣ ପ୍ରାଣ ହରାଇଛନ୍ତି। ମୃତ୍ୟୁର କାରଣ ଏବଂ ରାଜ୍ୟରେ ମଦ ଅପମିଶ୍ରଣର ଯୋଗାଣ ଶୃଙ୍ଖଳକୁ ଠାବ କରିବା…

କାଲି ବନ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ: ଆକାଶମାର୍ଗରୁ ସ୍ଥିତି ପରଖିବେ ମୋହନ ମାଝୀ

ଭୁବନେଶ୍ୱର,୨୬।୯: ରାଜ୍ୟରେ ଗଭୀର ଅବପାତ ଯୋଗୁ ସୃଷ୍ଟ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ୍ୟା…

ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ

ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର…

କାଠ ଆଣିବାକୁ ଯାଇ ହାତୀ ହାବୁଡ଼ରେପଡ଼ିିଗଲେ ବୃଦ୍ଧ, ଆଉ ତା’ପରେ…

କେନ୍ଦୁଝର,୨୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲିଜ୍‌ ଏରିଆ ଅଞ୍ଚଳରେ ଏକ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୁବନ…

ଗାଜଲବାଡି ଘାଟି ସିଲ୍‌କୁ ୩ ଦିନ: ଦାରିଙ୍ଗବାଡିରେ ମିଳୁନି ପନିପରିବା, ବୃଦ୍ଧି ପାଇଲା ଅତ୍ୟାବଶ୍ୟକ ସାମଗ୍ରୀର ଦର

ଦାରିଙ୍ଗବାଡି,୨୬।୯(ଅରୁଣ ସାହୁ): ଲଗାଣ ବର୍ଷା ଓ ଭୂସ୍ଖଳନ ଭୟ ଯୋଗୁ ସିଲ୍ ହୋଇଥିବା ଗାଜଲବାଡି ଘାଟି ରାସ୍ତା ଇତିମଧ୍ୟରେ ୩ ଦିନ ବିତିଯାଇଥିଲେ ବି ଖୋଲିପାରିନାହିଁ। ଗୁରୁବାର…

କୋରାପୁଟରେ ବର୍ଷା ବିତ୍ପାତ: ୪୫ ଗାଁ ଜଳମଗ୍ନ

କୋରାପୁଟ,୨୬ା୯(ଅମିତାଭ ବେହେରା): ଅର୍ଣ୍ଣବ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ଜିଲାର ନଦୀ, ନାଳ ଓ ଜଳାଶୟର ଜଳସ୍ତର ବଢ଼ିବା ସହ ବିଭିନ୍ନ ତଳିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?