ଟ୍ରେଲର ଧକ୍କାରେ ପିକ୍‌ଅପ୍‌ ଚାଳକ, ହେଲପର ମୃତ

ନିରାକାରପୁର,୨୭ା୩(ମାନସ ଚନ୍ଦ୍ର ପଟ୍ଟନାୟକ): ଟ୍ରେଲର ଚାଳକଙ୍କ ବେପରୁଆ ଗାଡ଼ିଚାଳନା ଯୋଗୁ ପିକ୍‌ଅପ୍‌ ଚାଳକ ଓ ହେଲପର ଦୁଇଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ମୃତ ଚାଳକ ଜଣକ ହେଲେ ପଶ୍ଚିମବଙ୍ଗ ରାଜ୍ୟ ମେଦିନୀପୁର ଅଞ୍ଚଳର ଶାନ୍ତନୁ ସୌ (୨୭) ଏବଂ ହେଲପର ଜଣକ ଉକ୍ତ ଅଞ୍ଚଳର ଜାହିର ମଲିକ (୨୨)ବୋଲି ଜଣାଯାଇଛି।

ଜଙ୍କିଆ ପୋଲିସ ସୂଚନାନୁଯାୟୀ, ଡବ୍ଲ୍ୟୁବି ୩୧-୯୪୭୯ ନମ୍ବର ବିଶିଷ୍ଟ ଏକ ପିକ୍‌ଅପ୍‌ ବ୍ରହ୍ମପୁର ପଟୁ କଟକ ଅଭିମୁଖେ ଯାଉଥିଲା। ହେଲେ ଗତ ରାତି ପ୍ରାୟ ୯ଟାବେଳେ ସ୍ଥାନୀୟ ୧୬ ନମ୍ବର ଜାତୀୟ ରାଜପଥର ରାମେଶ୍ୱର ଛକସ୍ଥିତ ମଲାଗୁଣୀ ବ୍ରିଜ୍‌ ଉପରେ ଗାଡ଼ିଟିର ଯାନ୍ତ୍ରିକ ତ୍ରୁଟି ଯୋଗୁ ଉଭୟ ଗାଡ଼ିଟିକୁ ରାସ୍ତା ପାର୍ଶ୍ୱରେ ଲଗାଇ ମରାମତି କରୁଥିଲେ। ଠିକ୍‌ ସେହି ସମୟରେ ପଛପଟୁ ଓଡ଼ି-୧୪ଏଲ -୫୩୪୯ ନମ୍ବର ବିଶିଷ୍ଟ ଏକ ଟ୍ରେଲର ଧକ୍କା ଦେଇଥିଲା। ଘଟଣାସ୍ଥଳରେ ଉଭୟ ଗୁରୁତର ହୋଇଥିଲେ। କୌଣସି ସୂତ୍ରରୁ ଖବର ପାଇ ଘଟଣାସ୍ଥଳରେ ଜଙ୍କିଆ ପୋଲିସ ପହଞ୍ଚି ଉଭୟଙ୍କୁ ଖୋର୍ଦ୍ଧା ମେଡିକାଲ ପଠାଇଥିଲା। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଦୁର୍ଘଟଣା ଘଟାଇ ଟ୍ରେଲର ଚାଳକ ଜଣକ ଗିରଫ ଭୟରେ ଫେରାର ହୋଇଯାଇଛନ୍ତି। ଉଭୟ ଦୁର୍ଘଟଣାଗ୍ରସ୍ତ ଗାଡିକୁ ପୋଲିସ ଜବତ କରିଛି। ଏନେଇ ୧୧୭/୨୪ରେ ମୋକଦ୍ଦମା ରୁଜୁ କରି ତଦନ୍ତ ଚଳାଇଥିବା ଜଙ୍କିଆ ଥାନା ଅଧିକାରିଣୀ ପ୍ରଜ୍ଞା ଋ଼ତୁମ୍ଭରା କର ସୂଚନା ଦେଇଛନ୍ତି। ଆଜି ଉଭୟଙ୍କ ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର କରାଯାଇଥିବା ପୋଲିସ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀ, ଶାଳୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା ମାମଲା: ଦୋଷୀଙ୍କୁ ଆଜୀବନ ଜେଲ୍‌ଦଣ୍ଡ

ଭୁବନେଶ୍ୱର,୨୭ା୪(ସତ୍ୟଜିତ୍‌ ରାଉତ): ସ୍ତ୍ରୀ ଏବଂ ଶାଳୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଥିବା ଅଭିଯୁକ୍ତଙ୍କୁ ଶନିବାର ଆଜୀବନ ଜେଲ୍‌ଦଣ୍ଡ ରାୟ ଶୁଣାଇଛନ୍ତି ଖୋର୍ଦ୍ଧା ଜିଲା ଦୌରା ଜଜ୍‌।...

ପୂର୍ବତନ ସମିତି ସଭ୍ୟଙ୍କ ଗଳାକାଟି ହତ୍ୟା, ମାଓବାଦୀଙ୍କ ହାତ ଥିବା ସନ୍ଦେହ

ମାଲକାନଗିରି,୨୭ା୪(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ରେ କଂଗ୍ରେସ ନେତା ତଥା ପୂର୍ବତନ ସମିତି ସଭ୍ୟଙ୍କୁ ଶନିବାର କେହି ଦୁର୍ବୃତ୍ତ ହତ୍ୟା କରିଛନ୍ତି। ଏଥିରେ ମାଓବାଦୀଙ୍କ ହାତ ଥିବା ସନ୍ଦେହ...

ବଜ୍ରପାତରେ ମା’-ପୁଅଙ୍କ ଜୀବନ ଗଲା

ଡେରାବିଶ,୨୭ା୪(ଅଜୟ ବେବର୍ତ୍ତା): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଖମୋଳ ପଞ୍ଚାୟତ ଅନ୍ତର୍ଗତ ଜହ୍ନିମୂଳ ଗ୍ରାମରେ ଶନିବାର ସନ୍ଧ୍ୟାରେ ବଜ୍ରପାତରେ ମା’ ଓ ପୁଅଙ୍କ ମୃତ୍ୟୁ ଘଟିଛି।...

କୋରେଇ, ଖଣ୍ଡପଡ଼ା, ନୀଳଗିରି ଆସନ ଝୁଲାଇ ରଖିଲା ବିଜେଡି

ଭୁବନେଶ୍ୱର,୨୭।୪: ବିଧାନସଭା ନିର୍ବାଚନ ପାଇଁ ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ଶନିବାର ଆଉ ତିନି ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏହାକୁ ମିଶାଇ...

କଟକ-ବାରବାଟୀରୁ ଲଢ଼ିବେ ମୋକିମ୍‌ଙ୍କ ଝିଅ ସୋଫିଆ, ନାଁ ସୁପାରିସ କଲା କଂଗ୍ରେସ

କଟକ,୨୭ା୪: କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍‌ଙ୍କ ଝିଅ ସୋଫିଆ ଫିର୍ଦ୍ଦୋସ ରାଜନୀତିକୁ ଓହ୍ଲାଇବା ନେଇ ଖୁବ୍‌ ଚର୍ଚ୍ଚା ହେଉଛି। ତେବେ ସୋଫିଆଙ୍କୁ ବିଧାୟିକା ପ୍ରାର୍ଥୀ କରିବା...

ପ୍ରମୁଖ ଦଳର ଟିକେଟ୍‌ ଘୋଷଣା ପରେ ଆତସବାଜିରେ କମ୍ପିଲା ନିରାକାରପୁର

ନିରାକାରପୁର,୨୭ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ଶନିବାର ଅପରାହ୍ନରେ ଖୋର୍ଦ୍ଧା ନିର୍ବାଚନ ମଣ୍ଡଳୀ ପାଇଁ ଭାଜପା ପ୍ରଶାନ୍ତ କୁମାର ଜଗଦେବଙ୍କୁ ପ୍ରାର୍ଥୀ କରିଥିବା...

ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ କାର୍ତ୍ତିକ ପାଣ୍ଡିଆନ

କୋକସରା,୨୭ା୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାର ନିର୍ବାଚନୀ ପ୍ରଚାରରେ ଭି.କାର୍ତ୍ତିକ ପାଣ୍ଡିଆନ କଳାହାଣ୍ଡି ଗସ୍ତରେ ଆସିଥିଲେ। ପ୍ରଥମେ କଳାହାଣ୍ଡି ଜିଲା କୋକସରା ବ୍ଲକ ଦଣ୍ଡପାଟ ଅଞ୍ଚଳର ଗୋତମୁଣ୍ଡା...

ଖୋର୍ଦ୍ଧାରେ ପ୍ରଶାନ୍ତ-ରାଜେନ୍ଦ୍ର ଲଢ଼େଇ

ଖୋର୍ଦ୍ଧା,୨୭।୪: ସାଧାରଣ ନିର୍ବାଚନକୁ ନେଇ ପୂର୍ବତନ ବେଗୁନିଆ ବିଧାୟକ ତଥା ଚିଲିକାର ବର୍ତ୍ତମାନର ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଖୋର୍ଦ୍ଧା ବିଧାନସଭା ଆସନରୁ ଟିକେଟ ଦେଇଛି ଭାଜପା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri