ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଛୁଇବନ୍ଧରେ ଟ୍ରକକୁ ପିଟିଲା ପିକଅପ୍, ଦୁଇ ମୃତ

ବଲାଙ୍ଗୀର,୬।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସମ୍ବଲପୁର ଏନ୍‌ଏଚ୍‌-୨୬ର ଛୁଇଁବନ୍ଧ ନିକଟରେ ମଙ୍ଗଳବାର ସକାଳୁ ଭୟଙ୍କର ଦୁର୍ଘଟଣା ହୋଇଛି । ପିକଅପ୍ ଗାଡ଼ି ଟ୍ରକକୁ ପଛରୁ ଧକ୍କା ଦେବା ଫଳରେ ଘଟଣାସ୍ଥଳରେ ହିଁ ଦୁଇ ଜଣଙ୍କର ଶୋଚନୀୟ ଭାବେ ମୃତ୍ୟୁ ଘଟିଛି।

ସୂଚନା ଅନୁସାରେ, ଜାତୀୟ ରାଜପଥର ଛୁଇଁବନ୍ଧ ନିକଟରେ ଏକ ଟ୍ରକ୍‌ ପଛରେ ପିଟି ହୋଇଥିଲା ଏକ ପିକଅପ୍‌ ଗାଡ଼ି । ଧକ୍କା ଏତେ ଜୋରଦାର ଥିଲା ଯେ, ପିକଅପ୍‌ ଗାଡ଼ିରେ ଥିବା ଦୁଇ ଜଣଙ୍କ ଜୀବନ ଘଟଣାସ୍ଥଳରେ ହିଁ ଚାଲିଯାଇଥିଲା । ଘଟଣା ପରେ ରାସ୍ତାରେ କିଛି ସମୟ ପାଇଁ ଚାପା ଉତ୍ତେଜନା ଦେଖାଦେଇଥିଲା ।
ଖବର ପାଇ ଘଟଣାସ୍ଥଳରେ ପହଞ୍ଚିଥିଲା ପୁଇଁତଲା ପୋଲିସ । ପିକଅପ୍‌ରେ ଚାପି ହୋଇଥିବା ମୃତକଙ୍କୁ ଉଦ୍ଧାର କରାଯିବା ସହ ଘଟଣା ସମ୍ପର୍କରେ ତଦନ୍ତ ଆରମ୍ଭ କରିଛି । ଏହି ଘଟଣାରେ ଟ୍ରକ୍‌ ଡ୍ରାଇଭର୍‌ଙ୍କୁ ପୋଲିସ ଅଟକ ରଖି ପଚରାଉଚରା କରୁଛି । ପ୍ରାଥମିକ ତଦନ୍ତରୁ ଟ୍ରକ୍‌ ପଛରେ ପିକଅପ୍‌ ଧକ୍କା ଦେଇଥିବା ସୂଚନା ମିଳିଛି ।
ତେବେ ଦୁର୍ଘଟଣା ସମୟରେ ଟ୍ରକ୍‌ଟି ରାସ୍ତାରେ ଚାଲୁଥିଲା ନା ଛିଡ଼ା ହୋଇଥିଲା ଜଣାପଡିନାହିଁ । ପୋଲିସର ତଦନ୍ତ ପରେ ହିଁ ଦୁର୍ଘଟଣାର ପ୍ରକୃତ କାରଣ ସ୍ପଷ୍ଟ ହେବ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆଜି ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପ୍ରଥମ ଟି୨୦: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ଲକ୍ଷ୍ନୌ,୬ା୧୦(ପିଟି): ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜର ପ୍ରଥମ ମ୍ୟାଚ୍‌ ମଙ୍ଗଳବାର ଖେଳାଯିବ। ଗତ ଶନିବାର ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ହାସଲ କରିଥିବା…

ନବୀନ ପଟ୍ଟନାୟକ ନେଲେ ବଡ଼ ନିଷ୍ପତ୍ତି: ଆଗକୁ ବିଜେଡି…

ଭୁବନେଶ୍ୱର,୬।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିକୁ ନେଇ ଦିଲ୍ଲୀରେ ହେବାକୁ ଥିବା ବିରୋଧୀଙ୍କ ପ୍ରତିବାଦରେ ସାମିଲ ହେବ ବିଜୁ ଜନତା ଦଳ…

ଅକ୍ଟୋବର ୧୦ ଆନ୍ଦୋଳନ ପୂର୍ବରୁ CJPର ବଡ଼ ଘୋଷଣା, ସୌରଭ ଦାସ କହିଲେ Gen Z….

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀରେ ଅକ୍ଟୋବର ୧୦ ତାରିଖରେ ବଡ଼ ଯୁବ ଆନ୍ଦୋଳନ କରିବାକୁ ଘୋଷଣା କରିଛି କକରୋଚ୍ ଜନତା ପାର୍ଟି (CJP)। ଦଳର ପ୍ରବକ୍ତା ସୌରଭ ଦାସ କହିଛନ୍ତି,…

ଦଶହରା ପୂର୍ବରୁ କଫ ସିରପ୍‌ କାରବାର ଠାବ: ୩୧୫୬ ବୋତଲ କଫ୍‌ ସିରପ ସହ ଜଣଙ୍କୁ ମାଡ଼ିବସିଲା ପୋଲିସ

ବରଗଡ଼,୬।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ଗ୍ରାମାଞ୍ଚଳ ଥାନା ପୋଲିସ ସୋମବାର ସହର ଉପକଣ୍ଠ ତୋରା-ନାଗେନପାଲି ରାସ୍ତାରେ ବିପୁଳ ପରିମାଣରେ କଫ୍‌ ସିରପ୍‌ ଜବତ କରିଛି। କଫ୍‌ ସିରପ୍‌ ବୋଝେଇ ଏକ…

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା: ଇସିଙ୍କୁ ସୁପ୍ରିମକୋର୍ଟଙ୍କ ଜବାବ ତଲବ

ନୂଆଦିଲ୍ଲୀ,୬।୧୦(ପି.ଟି.): ବିଭିନ୍ନ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ବେଳେ ନିର୍ବାଚନ କମିଶନ (ଇସି) ବ୍ୟବହାର କରୁଥିବା ଫର୍ମ-୬ରେ କୌଣସି ପରିବର୍ତ୍ତନ ପାଇଁ ସୁପ୍ରିମକୋର୍ଟ…

ଯାହା କୋହଲି-ସୂର୍ଯ୍ୟକୁମାର କରିପାରି ନ ଥିଲେ ତାହା କରିଦେଖାଇବେ ଶ୍ରେୟସ ଆୟର: ବଡ଼ ରେକର୍ଡର ସୁଯୋଗ

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜ ଟିମ ଇଣ୍ଡିଆର ଅଧିନାୟକ ଶ୍ରେୟସ ଆୟରଙ୍କ ପାଇଁ ଏକ ବଡ଼ ସୁଯୋଗ ନେଇ ଆସିଛି। ଏହି ସିରିଜ୍ରେ ସେ ଏମିତି…

ନିଷ୍ପତ୍ତି ବଦଳାଇଲେ ସରକାର, ACP ବିବେକ ଭଗତଙ୍କ ପଦୋନ୍ନତି ସ୍ଥଗିତ!

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ ସରକାର ACP ବିବେକ ଭଗତଙ୍କୁ ଆଡିସନାଲ DCPର ଚାର୍ଜ ଦେବା ନେଇ ଜାରି ହୋଇଥିବା ଆଦେଶ ଉପରେ ରୋକ ଲଗାଇଛନ୍ତି । ବିବେକ ଭଗତଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?