ଟ୍ରକ ପଛରେ ପିକଅପ୍‌ର ଧକ୍କା; ଚାଲିଗଲା ଦୁଇ ଜୀବନ

ଛତ୍ରପୁର, ୨୪/୬ (ଦିଲ୍ଲୀପ ସାମଲ): ଜାତୀୟ ରାଜପଥ ପୁଣି  ରକ୍ତରଞ୍ଜିତ ହୋଇଛି। ଏକ ଭୟାବହ ସଡ଼କ ଦୁର୍ଘଟଣାରେ ଦୁଇ ଜଣଙ୍କ ଜୀବନ ଚାଲିଯାଇଛି। ଏହି ଦୁର୍ଘଟଣା ଗଞ୍ଜାମ ଥାନା ଅଧୀନ ଅଗସ୍ତିନୂଆ ଗାଁ ନିକଟ ଜାତୀୟ ରାଜପଥରେ ଘଟିଛି।

ସୂଚନା ଅନୁଯାୟୀ, ଏପି-୦୨-ଟିଡି-୨୨୭୬ ନମ୍ବର ବିଶିଷ୍ଟ ଏକ ଟ୍ରକ ପୂର୍ବରୁ ଦୁର୍ଘଟଣାଗ୍ରସ୍ତ ହୋଇ ରାସ୍ତା କଡ଼ରେ ଠିଆ ହୋଇଥିଲା। ଏହି ସମୟରେ ଭୁବନେଶ୍ୱରରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବା ଓଡି-୦୨-ଡିବି-୪୦୨୧ ନମ୍ବର ବିଶିଷ୍ଟ ଏକ ମ୍ୟାକ୍ସ ପିକଅପ୍ ଦ୍ରୁତ ଗତିରେ ଆସି ଭାରସାମ୍ୟ ହରାଇ ଟ୍ରକର ପଛପଟକୁ ଧକ୍କା ଦେଇଥିଲା।

ଧକ୍କା ଏତେ ଜୋରଦାର ଥିଲା ଯେ ପିକଅପ୍‌ର ସମ୍ମୁଖ ଭାଗ ଟ୍ରକର ପଛପଟେ ସମ୍ପୂର୍ଣ୍ଣ ଚାପି ହୋଇଯାଇଥିଲା। ଫଳରେ ପିକଅପ୍‌ର ଚାଳକ ଓ ତାଙ୍କ ସହ ଥିବା ଅନ୍ୟ ଜଣେ ବ୍ୟକ୍ତି ଗାଡ଼ି ଭିତରେ ଫସି ରହିଯାଇଥିଲେ।ଖବର ପାଇ ଛତ୍ରପୁର ଅଗ୍ନିଶମ ବିଭାଗ ଓ ଗଞ୍ଜାମ ପୋଲିସ ଘଟଣାସ୍ଥଳରେ ପହଞ୍ଚି କଟର ସାହାଯ୍ୟରେ ପିକଅପ୍‌ର ସାମ୍ନା ଭାଗ କାଟି ଦୁହିଁଜଣଙ୍କୁ ଉଦ୍ଧାର କରିଥିଲେ। ପରେ ସେମାନଙ୍କୁ ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟକୁ ନିଆଯାଇଥିଲା।

ସେଠାରେ ଡାକ୍ତର ଜଣଙ୍କୁ ମୃତ ଘୋଷଣା କରିଥିବା ବେଳେ ଅନ୍ୟ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ବ୍ରହ୍ମପୁର ଏମ୍‌କେସିଜି ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ତେବେ ରାସ୍ତାରେ ହିଁ ତାଙ୍କର ମୃତ୍ୟୁ ହୋଇଥିଲା।ବର୍ତ୍ତମାନ ଗୋଟିଏ ମୃତଦେହ ଛତ୍ରପୁର ମେଡିକାଲରେ ଓ ଅନ୍ୟଟି ବ୍ରହ୍ମପୁର ଏମ୍‌କେସିଜି ମେଡିକାଲରେ ରହିଛି। ଏପର୍ଯ୍ୟନ୍ତ ମୃତ ଉଭୟ ବ୍ୟକ୍ତିଙ୍କ ପରିଚୟ ଜଣାପଡ଼ିନାହିଁ।

ପୋଲିସ ଉଭୟ ଦୁର୍ଘଟଣାଗ୍ରସ୍ତ ଗାଡ଼ିକୁ ଜବତ କରି ଘଟଣାର ଅଧିକ ତଦନ୍ତ ଜାରି ରଖିଛି।ସ୍ଥାନୀୟ ଲୋକଙ୍କ ମତରେ, ରାସ୍ତା କଡ଼ରେ ଦୁର୍ଘଟଣାଗ୍ରସ୍ତ ଟ୍ରକଟିକୁ ସମୟମତେ ସେଠାରୁ ହଟାଯାଇଥାନ୍ତା, ତେବେ ହୁଏତ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣାକୁ ଏଡ଼ାଯାଇପାରିଥାନ୍ତା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

ପାଣି ସୁଅରେ ଭାସିଗଲା କାର, ଦୁଇ ଘଣ୍ଟା ଫସିଲେ ୨ ଜଣ

ଉଦଳା, ୨୫/୯(ସନ୍ତୋଷ ବାଛିନୀ): ଅଚାନକ ରାସ୍ତାରେ ପାଣି ପ୍ରବାହିତ ହେବାରୁ ପାଣି ସୁଅରେ ଏକ କାର ଭାସିଯାଇଥିବାବେଳେ ଏଥିରେ ଥିବା ଦୁଇ ଜଣ ପ୍ରାୟ ଦୁଇ ଘଣ୍ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?