ବାଙ୍କେଶ୍ୱରୀ ଘାଟିରେ ଓଲଟିଲା ପିକଅପ୍‌ ଭ୍ୟାନ: ୩୨ ରୁ ଅଧିକ ଆହତ, ୧୮ ଗୁରୁତର

ଦିଗପହଣ୍ଡି,୧୮।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ନିକଟ ବାଙ୍କେଶ୍ୱରୀ ଘାଟିରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଏକ ପିକ ଅପ ଭ୍ୟାନ ନଂ.( ଓଡ଼ି ୦୭ଏସି -୩୧୬୫ ) ଓଲଟି ପଡିବାରୁ ୩୨ରୁ ଉଦ୍ଧର୍‌ବ ମହିଳା ପୁରୁଷ ଓ ଶିଶୁ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୮ ଜଣ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଆହତମାନେ ହେଲେ ଜମ୍ଭୁ ସେଠୀ,ପଞ୍ଚୁ ସେଠୀ,ବୁଲୁ ସେଠୀ,କୁନା ସେଠୀ,ତମାଳ ସେଠୀ, ଜାଗରା ସେଠୀ, ରାଣୀ ସେଠୀ, ସୁବାସିନି ସେଠୀ, ମିଲନ ସେଠୀ,ଭାସ୍କର ସେଠୀ, ସିମାଞ୍ଚଳ ସେଠୀ, ଉଜ୍ଜଳ ସେଠୀ,ମଞ୍ଜୁ ସେଠୀ,ଟୁନା ସେଠୀ,ନାର୍ସୁ ସେଠୀ,ଦାସ ସେଠୀ, କୋରା ସେଠୀ ଓ ସୀମା ସେଠୀ।

ସମସ୍ତ ଆହାତମାନଙ୍କୁ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।୧୮ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ସାନଖେମୁଣ୍ଡି ବ୍ଲକ ଖଣ୍ଡଦୋଳି ଗ୍ରାମର ସିମାଞ୍ଚଳ ସେଠୀଙ୍କ ନାତିର ବର୍ଷପୁରାଣି ସହଣିକ ମୁଣ୍ଡନ ପୂଜାର୍ଚ୍ଚନା ନିମନ୍ତେ ଖଣ୍ଡଦୋଳି, ଚଷାନିମଖଣ୍ଡି, ନିମଖଣ୍ଡିି ପେଣ୍ଠ,ସାହାସପୁର,ବି. ତୁରୁବୁଡ଼ି ଗ୍ରାମରେ ରହୁଥିବା ତାଙ୍କ ସମ୍ପର୍କୀୟ,ବନ୍ଧୁ ବାନ୍ଧବ ଓ ପରିବାର ଲୋକେ ବି. ତୁରୁବୁଡ଼ି ଗ୍ରାମ ନିକଟ କେରାଣ୍ଡି ମାଳ ପର୍ବତ ଶିଖରରେ ଥିବା ମାଆ ନିଜ ବାଙ୍କେଶ୍ୱରୀ ଶକ୍ତି ପୀଠକୁ ପିକଅପ ଭ୍ୟାନ ଯୋଗେ ଯାଇଥିଲେ। ସେଠାରେ ପୂଜାର୍ଚ୍ଚନା ସାରି ଭୋଜି ଖାଇ ଫେରୁଥିବା ବେଳେ ଚାଳକଙ୍କ ଅସାବଧାନତା କାରଣରୁ ଭ୍ୟାନଟି ଘାଟି ରାସ୍ତାରେ ଓଲଟି ପଡ଼ିଥିଲା। ଖବରପାଇ ବି. ତୁରୁବୁଡ଼ି ପଞ୍ଚାୟତ ସରପଞ୍ଚ ବି .ଲିଙ୍ଗରାଜ ଦୋରା ଏବଂ ବହୁ ସଂଖ୍ୟକ ବ୍ୟକ୍ତି ଘଟଣାସ୍ଥଳରେ ପହଞ୍ଚି ଦିଗପହଣ୍ଡି ପୋଲିସ ଓ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଅଗ୍ନିଶମ କର୍ମଚାରୀ ବୃନ୍ଦ ଆହତମାନଙ୍କୁ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣା ଗସ୍ତ ଭ୍ୟାନକୁ ଜବତ କରିବା ସହ ମକଦ୍ଦମା ରୁଜୁ କରି ତଦନ୍ତ କରୁଛି।

 


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

ସ୍ତ୍ରୀଙ୍କ ସହ ଯାଇଥିଲେ ଶ୍ୱଶୁର ଘର: ଘରେ ବୁଲିଲା କଳାକନା

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ୱୃତ୍ତମାନେ କଳାକନା…

ଶପଥ ନେଲେ ନବନିର୍ବାଚିତ ବାର ଆସୋସିଏଶନ କର୍ମକର୍ତ୍ତା, ଜାଣନ୍ତୁ ସେମାନେ କିଏ…

ଭଞ୍ଜନଗର,୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ନବ ନିର୍ବାଚିତ କର୍ମକର୍ତ୍ତାମାନେ ଶୁକ୍ରବାର ଶପଥ ନେଇଛନ୍ତି। ନିର୍ବାଚନ ଅଧିକାରୀ ଲଡ଼ୁ କିଶୋର ଅଳତିଆ ନବନିର୍ବାଚିତ କର୍ମକର୍ତ୍ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri