ଭବାନୀପାଟଣା ଅଭିମୁଖେ ଯାଉଥିବାବେଳେ ଓଲଟି ପଡିଲା ପିକ୍‌ଅପ୍‌ ଭ୍ୟାନ; ଅଳ୍ପକେ ବର୍ତ୍ତିଲେ ଗାଡିଚାଳକ

ଥୁଆମୂଳ ରାମପୁର, ୨୩।୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରକୁ ଜିଲା ସଦର ମହକୁମା ଭବାନୀପାଟଣା ସହ ସଂଯୋଗ କରୁଥିବା ମୁଖ୍ୟ ସଡ଼କରେ ମଙ୍ଗଳବାର ସକାଳେ ଏକ ସଡ଼କ ଦୁର୍ଘଟଣା ଘଟିଛି। ପୁରୁଣାଗୁମା-ପିପଲ ଘାଟି ଗଡାଣି ସେମେଲପଦର୍‌ ଘାଟି ନିକଟରେ ଏକ ପିକ୍‌ଅପ୍‌ ଭ୍ୟାନ ହଠାତ୍‌ ନିୟନ୍ତ୍ରଣ ହରାଇ ମଝି ରାସ୍ତାରେ ଓଲଟି ପଡ଼ିବା ଫଳରେ ଉଭୟ ପାର୍ଶ୍ୱରୁ ଯାତାୟାତ ବ୍ୟବସ୍ଥା କିଛି ସମୟ ପାଇଁ ସମ୍ପୂର୍ଣ୍ଣ ବାଧାପ୍ରାପ୍ତ ହୋଇଥିଲା। ତେବେ ଏହି ଦୁର୍ଘଟଣାରେ ଗାଡ଼ି ଚାଳକ ସୌଭାଗ୍ୟବଶତଃ ଅଳ୍ପକେ ବର୍ତ୍ତି ଯାଇଥିବା ବେଳେ କୌଣସି ପ୍ରାଣହାନୀ ଘଟିନାହିଁ। ସୂଚନା ଅନୁଯାୟୀ, ଆଜି ସକାଳ ପ୍ରାୟ ୮ଟା ସମୟରେ ଏମଏଚ୪୦ବିଏଲ୦୪୦୮ ନମ୍ବର ବିଶିଷ୍ଟ ଏକ ପିକ୍‌ଅପ୍‌ ଗାଡ଼ି ଭବାନୀପାଟଣା ଅଭିମୁଖେ ଯାଉଥିବା ବେଳେ କର୍ଲାପାଟ ଥାନା ଅନ୍ତର୍ଗତ ପୁରୁଣାଗୁମା ଓ ସେମେଲପଦର୍‌ ଘାଟି ମଧ୍ୟରେ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଦୁର୍ଘଟଣାଗ୍ରସ୍ତ ଗାଡ଼ିଟି ରାସ୍ତା ନିର୍ମାଣ କାର୍ଯ୍ୟରେ ନିୟୋଜିତ ଥିବା ଜଣାପଡ଼ିଛି। ଗାଡ଼ିରେ ସଡ଼କ ଉପରେ ରଙ୍ଗ ଚିହ୍ନ ଅଙ୍କନ ପାଇଁ ବ୍ୟବହୃତ ହେଉଥିବା ଏକ ମେଶିନ ବୋଝେଇ ହୋଇଥିଲା। ଘାଟି ଗଡାଣିରେ ମେଶିନର ଭାର ଅଧିକ ହେବା ଯୋଗୁ ଗାଡ଼ିଟି ନିୟନ୍ତ୍ରଣ ବାହାରକୁ ଚାଲିଯାଇଥିବା ଅନୁମାନ କରାଯାଉଛି। ଏହି ବ୍ୟସ୍ତବହୁଳ ମୁଖ୍ୟ ମାର୍ଗର ମଝି ରାସ୍ତାରେ ଗାଡ଼ିଟି ଓଲଟି ପଡ଼ିବାରୁ ଭବାନୀପାଟଣା ଏବଂ ଥୁଆମୂଳ ରାମପୁର ଉଭୟ ଦିଗରୁ ଆସୁଥିବା ଯାତ୍ରୀବାହୀ ବସ୍‌ ଓ ଅନ୍ୟାନ୍ୟ ଗାଡ଼ିମୋଟର ରାସ୍ତା କଡ଼ରେ ଅଟକି ରହିଥିଲା। ଦୀର୍ଘ ସମୟ ଧରି ଯାତାୟାତ ଠପ୍‌ ହେବା ଯୋଗୁ ଯାତ୍ରୀ ଏବଂ ଚାଳକମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହୋଇଥିଲେ।
ଘଟଣା ସମ୍ପର୍କରେ ଖବର ପାଇ କର୍ଲାପାଟ ପୋଲିସ ତୁରନ୍ତ ଉଦ୍ଧାରକାରୀ ଦଳ ସହ ଘଟଣାସ୍ଥଳରେ ପହଞ୍ଚିଥିଲା। ପୋଲିସ ସ୍ଥାନୀୟ ଲୋକଙ୍କ ସହାୟତାରେ କ୍ରେନ ଯୋଗେ ମଝି ରାସ୍ତାରୁ ଦୁର୍ଘଟଣାଗ୍ରସ୍ତ ପିକ୍‌ଅପ୍‌କୁ ହଟାଇବା ପରେ ଯାନବାହନ ଚଳାଚଳ ପୁନର୍ବାର ସ୍ବାଭାବିକ ହୋଇଛି। ଏହି ଦୁର୍ଘଟଣାର ପ୍ରକୃତ କାରଣ ଜାଣିବା ପାଇଁ ପୋଲିସ ଏକ ମାମଲା ରୁଜୁ କରି ଅଧିକ ତଦନ୍ତ ଜାରି ରଖିଛି। ଥୁଆମୂଳ ରାମପୁର ଅଞ୍ଚଳର ଏହି ପ୍ରମୁଖ ଯୋଗାଯୋଗ ମାର୍ଗରେ ବାରମ୍ବାର ଘଟୁଥିବା ଦୁର୍ଘଟଣାକୁ ନେଇ ସ୍ଥାନୀୟ ଜନସାଧାରଣରେ ଉଦ୍ବେଗ ପ୍ରକାଶ ପାଇଛି।

 

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଲଘୁଚାପ, ୧୪ ଯାଏ ପ୍ରବଳ ବର୍ଷା; ଏସବୁ ଜିଲାକୁ ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ବର,୮ା୮(ବନ୍ଦନା ସେଠୀ) – ଦକ୍ଷିଣ-ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଥିବା ଘୂର୍ଣ୍ଣିବଳୟ ଶନିବାର ସକାଳ ୮ଟା ୩୦ ବେଳକୁ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।…

ଦାବିପତ୍ର ଦେବାକୁ ୨୫ କି.ମି. ପଦଯାତ୍ରା କଲେ ଚାଷୀ

ଗୋଲାମୁଣ୍ଡା,୮ା୮ (ବଟକୃଷ୍ଣ ପଣ୍ଡା): ଶସ୍ୟବୀମା ପଞ୍ଜିକରଣଠାରୁ ଆରମ୍ଭ କରି ସାର ଯୋଗାଣ ପର୍ଯ୍ୟନ୍ତ ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ରାସ୍ତାକୁ ଓହ୍ଲାଇଛନ୍ତି ଗୋଲାମୁଣ୍ଡା ବ୍ଲକର ଚାଷୀ। କଳାହାଣ୍ଡି…

ଘରେ କେହି ନ ଥିଲେ, ତାଲା ଭାଙ୍ଗି ୫.୫ ଲକ୍ଷ ଟଙ୍କା ସହ ସୁନା ଅଳଙ୍କାର ଲୁଟି ନେଲେ …

ପାରଳାଖେମୁଣ୍ଡି,୮|୮(ଗିରିଧାରୀ ପରିଛା)- ପାରଳାଖେମୁଣ୍ଡି ସହର ସଞ୍ଜୟଗାନ୍ଧୀ କଲୋନୀରେ ଘରେ କେହି ନଥିବା ଏକ ବଡ଼ ସୁଯୋଗ ନେଇ ଦୁର୍ବୃତ୍ତମାନେ ଘରର ତାଲା ଭାଙ୍ଗି ଏକ ବଡ଼ଧରଣର ଚୋରି…

ଏହି ଦେଶରୁ ବିଦା ହେଲେଣି ୩ ହଜାରରୁ ଊର୍ଦ୍ଧ୍ୱ ଭାରତୀୟ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୮ା୮: କାନାଡା ଚଳିତ ବର୍ଷର ପ୍ରଥମ ୬ ମାସ ମଧ୍ୟରେ ୩,୩୨୩ ଜଣ ଭାରତୀୟଙ୍କୁ ବିଦା କରିଛି, ଯାହାକି ଗତବର୍ଷ ବହିଷ୍କୃତ ହୋଇଥିବା ସଂଖ୍ୟା ତୁଳନାରେ ଅଧିକ।…

ନାବାଳିକାଙ୍କୁ ଅପହରଣ କରି ନେଇ ସମ୍ପର୍କୀୟଙ୍କ ଘରେ ରଖିଥିଲେ, ଅଭିଯୁକ୍ତ ନାବାଳକ ଅଟକ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ନାବାଳିକାଙ୍କ…

ତାମିଲନାଡୁରେ ଟ୍ରେନରୁ ଖସି ଓଡ଼ିଆ ଦାଦନ ଶ୍ରମିକ ମୃତ, ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ଏମ୍.ପି

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ତାମିଲନାଡୁରେ ଟ୍ରେନରୁ ଖସି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ପଞ୍ଚାୟତ ସାହିର ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କର ମୃତ୍ୟୁ ଘଟିଛି।…

ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି

ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି…

ତାମିଲନାଡୁରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କର୍ଲାମୁଣ୍ଡା,୮ା୮(ପ୍ରଦୀପ କୁମାର ସାହୁ): ଦାଦନ ଖଟିବାକୁ ଯାଇଥିବା ଜଣେ ଶ୍ରମିକଙ୍କ ଅକାଳ ମୃତ୍ୟୁ ଘଟିଛି। ସେ ହେଲେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଅବୁଜବାହାଲ ଗ୍ରାମର ସୀମାଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri