ଗୋ’ ଚାଲାଣବେଳେ ଫାଟିଲା ପିକ୍‌ଅପ୍‌ ଟାୟାର, ୩ ବଳଦ ମୃତ

ଜଗନ୍ନାଥପ୍ରସାଦ,୭ା୯(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳରେ ରବିବାର ମଧ୍ୟରାତ୍ରିରେ ବେଆଇନ ଗୋ-ଚାଲାଣ ବେଳେ ଏକ ବଡ଼ ଦୁର୍ଘଟଣା ଘଟିଛି। ଜିରାବାଡ଼ି ଗ୍ରାମ ନିକଟରେ ଗୋରୁ ବୋଝେଇ ଏକ ଓଡି ୩୩ ଏମ୍‌ ୦୪୦୧ ନମ୍ବର ବିଶିଷ୍ଟ ପିକ୍‌ଅପ୍‌ର ଚକା ଫାଟିଯିବା ଫଳରେ ଗାଡ଼ି ଭିତରେ ଚାପି ହୋଇ ୩ଟି ବଳଦଙ୍କର କରୁଣ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଗୋରୁମାନେ ଗୁରୁତର ହୋଇଛନ୍ତି। ଦୁର୍ଘଟଣା ପରେ ଗୋ-ମାଫିଆ ଗାଡ଼ି ଛାଡ଼ି ଘଟଣାସ୍ଥଳରୁ ଚମ୍ପଟ ମାରିଛନ୍ତି।

ସୂଚନା ଅନୁଯାୟୀ, ଗତକାଲି ବିଳମ୍ବିତ ରାତିରେ ଏକ ପିକ୍‌ଅପ୍‌ ଗାଡ଼ି ବୁଗୁଡ଼ା-ମାଣିତରା ପଥ ଦେଇ ଜଗନ୍ନାଥପ୍ରସାଦ ଆଡ଼କୁ ଆସୁଥିଲା। ଏହି ସମୟରେ ୨୧ ନମ୍ବର ରାଜ୍ୟ ରାଜପଥ ସଂଯୋଗ ସ୍ଥଳର କିଛି ବାଟ ପୂର୍ବରୁ ହଠାତ୍‌ ଗାଡ଼ିର ବାମ ପଟ ପଛ ଚକାଟି ଫାଟି ସମ୍ପୂର୍ଣ୍ଣ ବାହାରି ଯାଇଥିଲା। ଗାଡ଼ିଟି ଭାରସାମ୍ୟ ହରାଇ ରାସ୍ତାରେ ପ୍ରାୟ ୫୦ ମିଟର ଯାଏ ଘୋଷାଡ଼ି ହୋଇଯାଇଥିଲା, ଯାହାଫଳରେ ପିଚୁ ରାସ୍ତା ଖୋଳି ହୋଇଯାଇଛି। ଆଗକୁ ଗତି କରିବା ଅସମ୍ଭବ ହେବାରୁ ଗୋ’-ମାଫିଆମାନେ ଗିରଫ ଭୟରେ ଗାଡ଼ିଟିକୁ ରାସ୍ତା ଉପରେ ଛାଡ଼ି ଅନ୍ଧାରର ସୁଯୋଗ ନେଇ ଫେରାର ହୋଇଯାଇଥିଲେ। ସକାଳୁ ସ୍ଥାନୀୟ ଲୋକେ ଗାଡ଼ି ଭିତରେ ଅତି ନୃଶଂସ ଭାବେ ଉପର ତଳ କରି ଭର୍ତ୍ତି ହୋଇଥିବା ୧୪ଟି ଗୋରୁ ଓ ଷଣ୍ଢଙ୍କୁ ଆର୍ତ୍ତଚିତ୍କାର କରୁଥିବା ଦେଖିବାକୁ ପାଇଥିଲେ। ସେମାନଙ୍କ ମଧ୍ୟରୁ ଚାପି ହୋଇ ୩ଟି ବଳଦଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇସାରିଥିଲା। ଏହାପରେ ସ୍ଥାନୀୟ ଲୋକେ ଏବଂ ଦମକଳ ବାହିନୀ ସେଠାରେ ପହଞ୍ଚି ମିଳିତ ଭାବେ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ଅସୁସ୍ଥ ଓ ଆହତ ଗୋରୁ-ଷଣ୍ଢଙ୍କୁ ପ୍ରାଣୀ ବିଭାଗୀୟ ବିଭିଓ ଡାକ୍ତର ନିହାର ରଞ୍ଜନ ସାମନ୍ତରାୟ ନିର୍ଦ୍ଦେଶକ୍ରମେ ତୁରନ୍ତ ଚିକିତ୍ସା ଯୋଗାଇ ଦିଆଯାଇଥିଲା। ଖବର ପାଇ ଜଗନ୍ନାଥପ୍ରସାଦ ଥାନା ଅଧିକାରୀ ପ୍ରମୋଦ କୁମାର ଲେଙ୍କା ସଦଳବଳ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଦୁର୍ଘଟଣାଗ୍ରସ୍ତ ପିକଅପକୁ ଜବତ କରାଯାଇ ଥାନାକୁ ଅଣାଯାଇଛି। ବେଆଇନ ଗୋ-ଚାଲାଣ ମାମଲାରେ ପୋଲିସ ଏକ କେସ୍‌ ରୁଜୁ କରି ଫେରାର ଅଭିଯୁକ୍ତମାନଙ୍କୁ ଗିରଫ କରିବା ପାଇଁ ଛାନ୍‌ଭିନ୍‌ ଜାରି ରଖିଥିବା ସୂଚନା ମିଳିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୁଣି ମାଡ଼ିଆସୁଛି ବଡ଼ ବର୍ଷା: ୯ରୁ ଅତିପ୍ରବଳ ବର୍ଷା

ଭୁବନେଶ୍ୱର, ୭ା୯: ରାଜ୍ୟକୁ ପୁଣି ମାଡ଼ିଆସୁଛି ବଡ଼ ବର୍ଷା। ଆଜି ଓ ଆସନ୍ତାକାଲି ବିଭିନ୍ନ ଜିଲାରେ ଘଡ଼ଘଡ଼ି, ବିଜୁଳି ସହ ବର୍ଷା ହେବ। ଏହାପରେ ୯ ତାରିଖରୁ…

ଖଣି ନିଲାମକୁ ନେଇ ତେଜୁଛି ବିରୋଧ, ଆନ୍ଦୋଳନ ଚେତାବନୀ ଦେଇ ଅଞ୍ଚଳବାସୀ କହିଲେ…

ଥୁଆମୂଳ ରାମପୁର,୭।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ବନ୍ୟପ୍ରାଣୀ ଅଭୟାରଣ୍ୟ ଅନ୍ତର୍ଗତ ଖଣ୍ଡୁଆଳମାଳି ପାହାଡ଼ କର୍ଲାପାଟ ବକ୍ସାଇଟ ବ୍ଲକକୁ ନେଇ ବିରୋଧ ତେଜୁଛି। ଆନୁମାନିକ ୨୪.୮…

PCB ଛାଡିବା ପରେ ପାକିସ୍ତାନ କ୍ରିକେଟର ଚିଠା ଖୋଲିଲେ ମିସବା, ହେଲାଣି ଚର୍ଚ୍ଚା

ଇସଲାମାବାଦ,୭।୯: ପାକିସ୍ତାନ କ୍ରିକେଟରେ କ’ଣ ଘଟୁଛି? ଦଳ ଏବଂ ଚୟନ କମିଟି ପରିବର୍ତ୍ତନ କରିବା ଦ୍ୱାରା ପାକିସ୍ତାନ କ୍ରିକେଟ ଦଳର ବର୍ତ୍ତମାନ ଏବଂ ଭବିଷ୍ୟତ ପରିବର୍ତ୍ତନ ହେବ…

ଓଜନ କମାଇବାର ସହଜ ଉପାୟ

ଆମ ଶରୀରର ଓଜନ ସନ୍ତୁଳିତ ରହିବା ନିହାତି ଦରକାର। ହେଲେ ଏହାର ଏକ ସରଳ ଉପାୟ ରହିଛି। ଏହାକୁ ଜଣେ ଅତି ସହଜରେ ଆପଣେଇ ପାରିବ। ତାହା…

ଆଜି ରାଜ୍ୟ କ୍ୟାବିନେଟ୍‌: ୯ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଅପରାହ୍ନ ୫ଟାରେ ରାଜ୍ୟ କ୍ୟାବିନେଟ ବୈଠକ ବସିବ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏହି…

ପୁଣି ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ICC ଏକ ଯୋଜନା ପ୍ରସ୍ତୁତ କରିଛି

ନୂଆଦିଲ୍ଲୀ,୭।୯: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଦୀର୍ଘ ସମୟ ଧରି କୌଣସି ଦ୍ୱିପାକ୍ଷିକ କିମ୍ବା ତ୍ରି-ସିରିଜ ଖେଳାଯାଇ ନାହିଁ। ଭାରତ ଏପରି କାର୍ଯ୍ୟକ୍ରମକୁ ନିରନ୍ତର ମନା କରିଆସିଛି,…

୭ ଦିନରେ ସାଇନ୍‌ବୋର୍ଡ ବନାନ ସଂଶୋଧନ କରିବାକୁ କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ଓଡ଼ିଆ ଉଚ୍ଚାରଣ ସହ ସମନ୍ବୟ ରଖି ସଂଶୋଧିତ ହୋଇଥିବା ବିଭିନ୍ନ ସ୍ଥାନ ନାମର ଇଂଲିଶ ବନାନକୁ ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ପ୍ରତିଷ୍ଠାନରେ ସମାନ…

ବୃହତ୍ତମ ‘ଟି-ରେକ୍ସ’ ଡାଇନୋସର ମୃତ୍ୟୁ ରହସ୍ୟରୁ ହଟିଲା ପରଦା

ସାସ୍କାଚେୱାନ(କାନାଡା),୭ା୯: ପ୍ରାୟ ୬ କୋଟି ୬୦ ଲକ୍ଷ ବର୍ଷ ପୂର୍ବେ ପୃଥିବୀ ପୃଷ୍ଠରୁ ବିଲୁପ୍ତ ହୋଇଯାଇଥିବା ବିଶ୍ୱର ସବୁଠାରୁ ବୃହତ୍ତମ ‘ଟାଇରାନୋସରସ୍‌ ରେକ୍ସ’ (ଟି-ରେକ୍ସ) ଡାଇନୋସର ‘ସ୍କଟି’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri