ଟ୍ରକ୍‌କୁ ପିଟିଲା ଟମାଟୋ ବୋଝେଇ ପିକ୍‌ଅପ୍‌, ୨ ଗୁରୁତର

କୋକସରା,୨୨ା୧୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଜାତୀୟ ରାଜପଥ ୨୬ କୋକସରା ଥାନା ଡଙ୍ଗରିଗୁଡ଼ା ଆପନା ଢାବା ନିକଟରେ ଏକ ଟ୍ରକ୍‌କୁ ଜୟପୁର ପଟୁ ବଲାଙ୍ଗୀରକୁ ଟମାଟୋ ବୋଝେଇ କରି ଦ୍ରୁତଗତିରେ ଯାଉଥିବା ପିକ୍‌ଅପ୍‌ ଓଡି ୦୩ ଏବି ୫୬୭୪ ପଛ ପଟୁ ଧକ୍କା ଦେଇଥିଲା। ପିକ୍‌ଅପ୍‌ ମଧ୍ୟରେ ଡ୍ରାଇଭର ଓ ଅନ୍ୟ ଜଣେ ଗାଡ଼ି ଭିତରେ ଚାପି ହୋଇ ରହିଥିବା ବେଳେ ସ୍ଥାନୀୟ ଢାବା ମାଲିକ ଏନେଇ ମୋଟେର ଫାଣ୍ଡି ପୋଲିସକୁ ଖବର ଦେବାପରେ ଘଟଣାସ୍ଥଳରେ ମୋଟେର ଓ କୋକସରା ପୋଲିସ ପହଞ୍ଚି କୋକସରା ଅଗ୍ନିଶମ ବିଭାଗ କର୍ମଚାରୀଙ୍କ ସହାୟତାରେ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ତେବେ ଗାଡ଼ି କାଟିବା ପାଇଁ ଆବଶ୍ୟକ ମେଶିନ ନ ଥିବାରୁ ଭବାନୀପାଟଣା ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚିବା ପରେ ଦୁଇ ଗୁରୁତରଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିଥିଲେ। ଦୁଇ ଗୁରୁତର ହେଲେ ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଅଞ୍ଚଳର ଡ୍ରାଇଭର ଭବାନୀ ଶଙ୍କର ମାଝୀ (୨୪) ଓ ପ୍ରହଲ୍ଲାଦ ମାଝୀ (୨୨)। ଦୁଇ ଗୁରୁତରଙ୍କ ଅବସ୍ଥା ସଙ୍କଟାପନ୍ନ ରହିଥିବା ବେଳେ କୋକସରା ଡାକ୍ତରଖାନାରେ ପ୍ରାଥମିକ ଚିକିତ୍ସା ପରେ ଜିଲା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ ବେଦନାରେ ଛଟପଟ ମହିଳାଙ୍କୁ ୬ କିଲୋମିଟର ଭାରରେ ବୋହିଲେ ପରିବାର ଲୋକେ, ହସ୍ପିଟାଲରେ ପହଞ୍ଚିବା ପରେ…

ମୋହନା,୨୭ା୯(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକରେ କେଉଁଠି ବିକାଶର ଚିତ୍ର ତ ଆଉ କେଉଁଠି ଜନନୀ ଯନ୍ତ୍ରଣା। ଆମ୍ବୁଲାନ୍ସ ଅଛି ହେଲେ ରାସ୍ତା ନଥିବା ହେତୁ…

ଟିମ ଇଣ୍ଡିଆରୁ ଆସିଲା ବଡ଼ ଖବର: ଶୁଣିଲେ ଖୁସି ହୋଇଯିବେ ବୈଭବ

ନୂଆଦିଲ୍ଲୀ,୨୭।୯: ଏସିଆନ ଗେମ୍ସରେ ମହିଳା କ୍ରିକେଟ ଟିମ ଜବରଦସ୍ତ ପ୍ରଦର୍ଶନ କରିଛି। ଫାଇନାଲରେ ଶ୍ରୀଲଙ୍କାକୁ ପରାସ୍ତ କରି ଭାରତୀୟ ମହିଳା ଟିମ ସ୍ବର୍ଣ୍ଣ ପଦକ ଜିତିଛି। ଏବେ…

ବିରାଟଙ୍କ ନାଁରେ ବଡ଼ ଉପଲବ୍ଧି, ଏହି ଖେଳାଳିଙ୍କ ୨୮ ବର୍ଷର ରେକର୍ଡ ଭାଙ୍ଗି ରଚିଲେ ଇତିହାସ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ODI ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ମଇଦାନକୁ ଓହ୍ଲାଇବା ସହ ନୂଆ ଇତିହାସ ରଚିଛନ୍ତି ବିରାଟ କୋହଲି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ୍‌ ଷ୍ଟାଡିୟମ୍‌ରେ…

BJP ଟିକେଟ ଅଫର କରିଥିଲେ ଜ୍ଞାନେଶ କୁମାର! ଦାବିକୁ ନେଇ ରାଜନୀତିରେ ହଇଚଇ, ରାହୁଲ କହିଲେ…

ନୂଆଦିଲ୍ଲୀ,୨୭।୯: ଭାରତୀୟ ନିର୍ବାଚନ ଆୟୋଗ (ECI)ର ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ଚାଲିଥିବା ବିବାଦ ଥମିବାର ନାଁ ନେଉନାହିଁ। ଏବେ ଏକ ନୂଆ…

ରବିବାର ଖୋଲିଲା ବ୍ୟାଙ୍କ, କଳା ପୋଷାକ ପିନ୍ଧି କାର୍ଯ୍ୟରେ ଯୋଗଦେଲେ କର୍ମଚାରୀ

ଛତ୍ରପୁର,୨୭ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଧର୍ମଘଟ ଯୋଗୁ ଲଗାତର ଛୁଟିରେ ବ୍ୟାଙ୍କିଂ ସେବା ପ୍ରଭାବିତ ହେବାର ଆଶଙ୍କା ଥିବାରୁ ଗ୍ରାହକଙ୍କ ସୁବିଧା ପାଇଁ ଆଜି ରବିବାର ଛୁଟିଦିନ ହୋଇଥିଲେ…

ପୂର୍ତ୍ତ ବିଭାଗ ସଚିବଙ୍କ ସମୀକ୍ଷା: କଳିଙ୍ଗା ଘାଟି ରାସ୍ତା ଖୋଲିବାରେ ହେବ ବିଳମ୍ବ

ଭଞ୍ଜନଗର,୨୭ା୯(ବାବୁଲା ପ୍ରଧାନ): ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟି ରାସ୍ତା ସ୍ବାଭାବିକ ହେବାକୁ ଆହୁରି ମାସ ମାସ ଧରି ସମୟ ଲାଗିପାରେ। ଫଳରେ ଗଞ୍ଜାମ ସହ…

ବ୍ୟାପକ ବିରୋଧ ପ୍ରଦର୍ଶନ ପରେ ନଇଁ ପଡ଼ିଛନ୍ତି ବିଜୟ ସରକାର

ଚେନ୍ନାଇ,୨୭।୯: ତାମିଲନାଡୁରେ, ଅଭିନେତାରୁ ରାଜନେତା ପାଲଟିଥିବା ବିଜୟ ଥାଲାପତିଙ୍କ ନେତୃତ୍ୱାଧୀନ TVK ସରକାର ଶେଷରେ ତୀବ୍ର ବିରୋଧର ସମ୍ମୁଖୀନ ହୋଇ ଏକ ବଡ଼ ନିଷ୍ପତ୍ତି ପ୍ରତ୍ୟାହାର କରିବାକୁ…

ମଦ ଦୋକାନକୁ ପଶି ଢକ ଢକ କରି ମଦ ପିଇଲା ମାଙ୍କଡ଼, ତାପରେ ନିଶାରେ…

ରାଞ୍ଚି,୨୭।୯: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି । ଓରମାଞ୍ଜି ବ୍ଲକ୍‌ ଛକସ୍ଥିତ ଏକ ମଦ ଦୋକାନରେ ହଠାତ୍‌ ଏକ ମାଙ୍କଡ ପଶି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?