ପଥରକୁ ଧକ୍କା ଦେଇ ରାସ୍ତା ତଳକୁ ଖସିଲା ଫାଇବର ବୋଝେଇ ପିକ୍‌ଅପ୍‌

ମୋହନା,୭ା୮(ମନ୍ମଥ ମିଶ୍ର): ପୁଣି ଭୀମଦଲି ଘାଟିରେ ଭାରସାମ୍ୟ ହରାଇ ଏକ ପଥରକୁ ଧକ୍କା ଦେଇ ରାସ୍ତା ତଳକୁ ଖସିପଡ଼ିଛି ପିକ୍‌ଅପ୍‌। ଦୁର୍ଘଟଣାରେ ଡ୍ରାଇଭର ଆହତ ହୋଇଥିବା ବେଳେ ସ୍ଥାନୀୟ ଲୋକଙ୍କ ଦ୍ୱାରା ଉଦ୍ଧାର କରାଯାଇ ବିରିକୋଟ ମେଡିକାଲରେ ଭର୍ତ୍ତି କରାଯାଇଛି।

ସୂଚନାନୁଯାୟୀ, ବ୍ରହ୍ମପୁରଠାରୁ କୋରାପୁଟ ଅଭିମୁଖେ ଏକ ଫାଇବର ବୋଝେଇ ପିକ୍‌ଅପ୍‌ ଭ୍ୟାନ୍‌ ( ଓଡି ୩୨ କେ ୬୩୨୧ )ଯାଉଥିବା ବେଳେ ଶୁକ୍ରବାର ପୂର୍ବାହ୍ନରେ ଅଡ଼ବା ଥାନା ଅନ୍ତର୍ଗତ ଖାରୀଗୁଡ଼ା ନିକଟରେ ଥିବା ଭୀମଦଲି ଘାଟି ବୁଲାଣିରେ ଭାରସାମ୍ୟ ହରାଇ ଏକ ପଥରକୁ ଧକ୍କା ଦେଇ ରାସ୍ତା ତଳକୁ ଖସି ଯାଇଛି। ଖବର ପାଇ ଅଡ଼ବା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି।

Dharitri – Odisha’s No.1 Odia Daily