ବେଆଇନ ଚାଲାଣବେଳେ ମହୁଲ ବୋଝେଇ ପିକ୍‌ଅପ୍‌ ଜବତ: ଚାଳକ ଅଟକ

ଦେବଗଡ,୧୮ା୪(ଶଶାଙ୍କ ଶେଖର ଝାଙ୍କର): ଏକ ବୋଲେରୋ ପିକ୍‌ଅପ୍‌ ଯୋଗେ ବେଆଇନ ମହୁଲ ଚାଲାଣବେଳେ ଅବକାରୀ ବିଭାଗ ପକ୍ଷରୁ ଶୁକ୍ରବାର ଜବତ କରାଯିବା ସହ ଚାଳକଙ୍କୁ ଅଟକ ରଖାଯାଇଛି । ଅବକାରୀ ବିଭାଗ ପକ୍ଷରୁ ପ୍ରାପ୍ତ ସୂଚନା ଅନୁଯାୟୀ ଏକ ବେଆଇନ ମହୁଲ ବୋଝେଇ ପିକ୍‌ଅପ୍‌ ଗାଡି ଦେବଗଡ ଥାନାଂଚଳ ବ୍ରଜମୋହନପୁର ଗ୍ରାମ ପଟୁ ଅନ୍ୟତ୍ର ଯାଉଥିବା କୌଣସି ସୂତ୍ରରୁ ଅବକାରୀ ବିଭାଗକୁ ସୂଚନା ମିଳିଥିଲା । ସୂଚନା ଆଧାରରେ ଅବକାରୀ ବିଭାଗ କର୍ମଚାରୀମାନେ ବ୍ରଜମୋହନପୁର ଗ୍ରାମ ନିକଟରେ ଯାନ ବାହାନ ଯାଞ୍ଚ କରୁଥିଲେ । ଏହି ସମୟରେ ଏକ ବୋଲେରୋ ପିକ୍‌ଅପ୍‌ ଗାଡି (ନଂ-ଓଡି ୧୫ ଏବି-୮୧୦୧)ସେହି ରାସ୍ତାରେ ଆସୁଥିବା ଦେଖି ତାକୁ ଅଟକାଇ ଯାଞ୍ଚ କରାଯାଇଥିଲା । ଯାଞ୍ଚ ସମୟରେ ସେଥିରେ ପ୍ରାୟ ୫ କୁଇଣ୍ଟାଲ ମହୁଲ ଥିବା ଜଣାପଡିଥିବା ବେଳେ ଏହାର ଚାଳକ ରାଜେଶ ଲାକ୍ରା ଉକ୍ତ ମହୁଲ ସମ୍ବନ୍ଧିତ କୌଣସି ବୈଧ କାଗଜପତ୍ର ଦେଖାଇ ପାରିନଥିଲେ । ଫଳରେ ଅବକାରୀ କର୍ମଚାରୀମାନେ ଉକ୍ତ ମହୁଲ ବୋଝେଇ ପିକ୍‌ଅପ୍‌ ଗାଡିଟିକୁ ଜବତ କରି ବିଭାଗୀୟ କାର୍ଯ୍ୟାଳୟକୁ ଆଣିବାସହ ଚାଳକ ରାଜେଶକୁ ଅଟକ ରଖି ଅଧିକ ପଚରାଉଚରା କରୁଥିବା ଜଣାପଡିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିସ୍କୁଟ ଲୋଭ ଦେଖାଇ ଯୌନ ନିର୍ଯାତନା, ଚାଲିଗଲା ୩ବର୍ଷ ଶିଶୁର ଜୀବନ

ଚେନ୍ନାଇ,୧୫।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାର ଗୁମ୍ମିଡିପୁଣ୍ଡିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛ । ଯୌନ ନିର୍ଯାତନା ପରେ ତିନି ବର୍ଷର ଛୁଆର ମୃତ୍ୟୁ ହୋଇଛି । ବିହାରର…

ପରକୀୟା ପ୍ରୀତିକୁ ନେଇ ହତ୍ୟା: ସାଙ୍ଗନେଲା ସାଙ୍ଗର ଜୀବନ ୨୨ ଦିନ ପରେ…

ନୀଳଗିରି, ୧୫।୬ (ପ୍ରଶାନ୍ତ କୁମାର ବିଶ୍ୱାଳ): ବନ୍ଧୁତ୍ୱର ପବିତ୍ର ସମ୍ପର୍କକୁ କଳଙ୍କିତ କରିଛି ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ପରକୀୟା ପ୍ରୀତିକୁ କେନ୍ଦ୍ରକରି ଜଣେ ବନ୍ଧୁ ଅନ୍ୟ ଜଣେ…

ବଡ଼ ଭଉଣୀ ସାମ୍ନାରେ ସାନ ଭଉଣୀଙ୍କୁ ଗଣବଳାତ୍କାର, ଶୌଚ ପାଇଁ ଯାଇଥିବା ବେଳେ ଟେକିନେଇ…

ବାରିପଦା,୧୫।୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଟାଉନ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ହୋଇଥିବା ନେଇ ଅଭିଯୋଗ ହୋଇଛି । ବଡ ଭଉଣୀ ସହ ଶୌଚ…

୨ ଚୋରି ମାମଲାର ପର୍ଦ୍ଦାଫାଶ, ୪ ଅଭିଯୁକ୍ତ ଗିରଫ, ଚୋରି ସାମଗ୍ରୀ ଜବତ

ଖଜୁରୀପଡ଼ା,୧୫।୬(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରୀପଡ଼ା ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଅଞ୍ଚଳରେ ଘଟିଥିବା ଦୁଇଟି ପୃଥକ ଚୋରି ମାମଲାର ତଦନ୍ତ କରି ପୋଲିସ…

ଚକରାଘାଟି ବୁଲିଯିବା ବେଳେ ଦୁର୍ଘଟଣାରେ ଚନ୍ଦନଙ୍କ ମୃତ୍ୟୁ, ସମବେଦନା ଜଣାଇଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର,୧୫।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୁଲାଡ ମୁଖ୍ୟ ରାସ୍ତାର ତୁଳସିପଲ୍ଲୀ ଛକ ନିକଟରେ ସୋମବାର ଅପରାହ୍ନରେ ଏକ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବାଇକ୍ ଓ ସାଇକେଲ…

୧୧ କେଭି ତାର ନେଲା ୭ ମଇଁସିଙ୍କ ଜୀବନ: ଉତ୍ତେଜନା ରାସ୍ତାରୋକୋ

ଖଣ୍ଡପଡ଼ା/ନୟାଗଡ଼(ଅଜୟ କୁମାର ମହାରଣା/ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକ ଅଧୀନ ବଡ଼ ବାଣପୁର ପଞ୍ଚାୟତ ଘଣାଶାଳିଆ ଗ୍ରାମରେ ସୋମବାର ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି।…

ମରୈଗାଁରେ ଅମୃତ ବିନ୍ଦୁ କାର୍ଯ୍ୟକ୍ରମ, ରକ୍ତଦାନ କଲେ…

ହାଟଡିହୀ/ଛେନାପଦୀ,୧୫।୬(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ସତ୍ୟସାଇ ସେବା ସଂଗଠନ ତରଫରୁ ଅମୃତ ବିନ୍ଦୁ କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଛି । ଉକ୍ତ…

ନାଳରୁ ୧୬ଫୁଟର କୁମ୍ଭୀର ଉଦ୍ଧାର, ଜାଲ ପକାଇ ଧରିଲେ….

ରାଜନଗର,୧୫।୬(ଭାସ୍କର ରାଉତରାୟ): ରାଜନଗର ବ୍ଲକ ଜରିମୂଳ ବଜାରର ମାଟିଆ ମଙ୍ଗଳା ଛକ ନିକଟରେ ଥିବା ପାଣି ନାଳରୁ କୁମ୍ଭୀର ଉଦ୍ଧାର କରାଯାଇଛି । ବନବିଭାଗ ଟିମ ୧୬ଫୁଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri