ପିକ୍‌ଅପ୍‌ ଭ୍ୟାନ୍‌-ବାଇକ୍‌ ଧକ୍କା: ବ୍ରିଜ୍‌ରୁ ୬୫ଫୁଟ ତଳକୁ ଖସି ପଡ଼ିଲେ ୨ ବାଇକ୍‌ ଆରୋହୀ

ସୋନପୁର,୨୫।୧(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ସହରର ଦକ୍ଷିଣ ଦିଗକୁ ଥିବା ତେଲନଦୀ ସେତୁ(ବ୍ରିଜ୍‌)ରେ ଗୁରୁବାର ରାତିରେ ଏକ ସଡ଼କ ଦୁର୍ଘଟଣା ଘଟିଛି । ଏଥିରେ ବୌଦ୍ଧ ଜିଲା ମନମୁଣ୍ଡା ଥାନା ଦମାମୁଣ୍ଡା ଅଞ୍ଚଳର ସତ୍ୟ ରାଜହଂସ, ବରୁଣ ରାଜହଂସ ଓ ଅଶୋକ ରାଜହଂସ ଗୁରୁତର ହୋଇଛନ୍ତି। ସେମାନଙ୍କୁ ସୁବର୍ଣ୍ଣପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ସତ୍ୟ, ବରୁଣ ଓ ଅଶୋକ ଏକ ବାଇକ୍‌ ନଂ ଓଡି୨୭ବି-୪୪୭୧ରେ ସୋନପୁରରୁ ମନମୁଣ୍ଡା ଅଭିମୁଖେ ଯାଉଥିଲେ। ତେଲନଦୀ ସେତୁରେ ବାଇକ୍‌ ସହ ସମ୍ମୁଖ ପଟୁ ଆସୁଥିବା ଏକ ପିକ୍‌ଅପ୍‌ ଭ୍ୟାନ୍‌ ସହ ଧକ୍କା ହୋଇଥିଲା । ଫଳରେ ବାଇକ୍‌ ଆରୋହୀ ୩ ଜଣ ଛିଟିକି ପଡିଥିଲେ। ଜଣେ ସେତୁ ଉପରେ ପଡି ଗୁରୁତର ହୋଇଥିବା ବେଳେ ଅନ୍ୟ ୨ ଜଣ ସେତୁର ୬୫ ଫୁଟ ତଳକୁ ଖସି ପଡିଥିଲେ।

ଖବର ପାଇ ସୋନପୁର ଅଗ୍ନିଶମ କେନ୍ଦ୍ରର ଅଧିକାରୀ ଧନଞ୍ଜୟ ମଲ୍ଳିକଙ୍କ ନେତୃତ୍ୱରେ କର୍ମଚାରୀମାନେ ନଦୀଗର୍ଭରୁ ଚେତାଶୂନ୍ୟ ଅବସ୍ଥାରେ ୨ଜଣଙ୍କୁ ଉଦ୍ଧାର କରିଥିଲେ । ଆମ୍ବୁଲାନ୍ସରେ ବାଇକ୍‌ ଆରୋହୀଙ୍କୁ ଆଣି ଡାକ୍ତରଖାନାରେ ଚିକିତ୍ସା କରାଯାଉଛି । ଅନ୍ୟପକ୍ଷେ ଦୁର୍ଘଟଣା ପରେ ପିକ୍‌ଅପ୍‌ ଭ୍ୟାନ୍‌ଟି ଫେରାର ହୋଇଯାଇଛି। ଏନେଇ ସୋନପୁର ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri