ଓଲଟିଲା ଚାଉଳ ବୋଝେଇ ପିକ୍ଅପ୍ ଭ୍ୟାନ୍, ୩ମୃତ ୬ ଆହତ

ବିଷମକଟକ,୧୫।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ଥାନା ଅନ୍ତର୍ଗତ ଡୁକୁମ୍ ଗ୍ରାମ ପଞ୍ଚାୟତର କାଚାପାଜୁ ଗ୍ରାମ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ରବିବାର ବିଳମ୍ବିତ ରାତିରେ ଏକ ଚାଉଳ ବୋଝେଇ ୪୦୭ ଭେନ ଏକ ସେତୁ ଉପରେ ଓଲଟି ପଡିଥିଲା । ଦୁର୍ଘଟଣାରେ ତିନିଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୬ ଜଣ ଆହତ ହୋଇ ଚିକିତ୍ସିତ ହେଉଛନ୍ତି ।

ସୂଚନା ଅନୁସାରେ, ରବିବାର ଅପରାହ୍ନରେ କାଚାପାଜୁ ଗ୍ରାମର ୭ଜଣ ନିଜର ଧାନ ମିଲିଙ୍ଗ କରିବା ପାଇଁ ମୁନିଗୁଡା ନେଇଥିଲେ । ସେଠାରେ ଧାନ ମିଲିଙ୍ଗି କରି ସାରିବା ପରେ ଏକ ୪୦୭ଭେନ୍ ରେ ଚାଉଳ ନେଇ ନିଜ ଘରକୁ ଫେରୁଥିବା ବେଳେ ଡୁକୁମ୍ ଗ୍ରାମପଞ୍ଚାୟତର କାଚାପାଜୁ ଗ୍ରାମକୁ ଫେରୁଥିବା ବେଳେ ଗାଁ ନିକଟ ଗଡାଣିଆ ରାସ୍ତାରେ ଭେନଟି ଭାରସାମ୍ୟ ହରାଇ ଓଲଟି ପଡିଥିଲା । ଦୁର୍ଘଟାଣାରେ ଘଟଣା ସ୍ଥଳରେ ମଣ୍ଡେଙ୍ଗା ସାରକା (୬୫) ଗାଡି ଭିତରେ ଚାପି ହୋଇ ମୃତ୍ୟୁ ହୋଇଯାଇଥିଲା । ଖବର ପାଇ ସ୍ଥାନୀୟ ଲୋକେ ବିଷମ କଟକ ପୋଲିସ୍ ଏବଂ ଅଗ୍ନିଶମ ବାହୀନିର ସହାୟତରେ ସମସ୍ତ ଆହତଙ୍କୁ ଉଦ୍ଦାର କରି ବିଷମ କଟକ ଖ୍ରୀଷ୍ଟିୟାନ୍ ହସ୍‌ପିଟାଲରେ ଭର୍ତ୍ତି କରିଥିଲେ ।

ଚିକିତ୍ସାଧିନ ଅବସ୍ଥାରେ ଡ୍ରିଞ୍ଜ ସାରକା (୫୫) ଓ ଧ୍ୟବେଳେଶ୍ୱର ସାରକା (୨୫) ଦୁହିଁଙ୍କ ମୃତ୍ୟୁ ହୋଇଛି । ଆହତ ହିମାଂଶୁ ସାରକାଙ୍କ ଅବସ୍ଥା ସଂକଟାପନ୍ନ ହେବାରୁ ତାକୁ ଉନ୍ନତ ଚିକିତ୍ସା ନିମନ୍ତେ ବ୍ରହ୍ମପୁର ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ଅଜିତ ସାରକା ଏବଂ ନବୀନ ସାରକା ଚିକିତ୍ସାଧିନ ରହିଥିବା ବେଳେ ଡମ୍ବରୁ ସାରକା, ଜଳନ୍ଦର ବାଘ ଏବଂ ଟାହିଲା ମାମ୍ବାଲକାଙ୍କୁ ପ୍ରାଥମିକ ଚିକିତ୍ସା ପରେ ଘରକୁ ଫେରିଛନ୍ତି । ଏନେଇ ବିଷମ କଟକ ଥାନାରେ ଏକ ମାମଲା ରୁଜୁ ହୋଇଛି । ମାମଲା ଆଧାରରେ ବିଷମ କଟକ ପୋଲିସ୍ ମେଡିକାଲରେ ପହଁଚି ତିନଟି ଶବ ଜବତ କରିବା ସହ କେଉଁ ପରିସ୍ଥିତିରେ ଦୁର୍ଘଟଣା ଘଟିଲା ତାର ତଦନ୍ତ ଚଳାଇଛି । ଦୁର୍ଘଟଣାରେ ଗୋଟିଏ ଗାଁର ତିନି ଜଣଙ୍କ ଜୀବନ ଚାଲିଯାଇଥିବାରୁ କାଚାପାଜୁ ଗାଁରେ ଶୋକର ଛାୟା ଖେଳିଯାଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ, ଏମ୍‌ଏମ୍‌ଡିଆର୍‌ ବିଲ୍‌ ପ୍ରତ୍ୟାହାର ପ୍ରସ୍ତାବ ନେଇ ଲୋଡ଼ିଲେ..

ଭୁବନେଶ୍ୱର,୨୧ା୯(ରବିନାରାୟଣ ଜେନା): ଖଣି, ଖଣିଜ ଦ୍ରବ୍ୟ ବିକାଶ ଓ ନିୟନ୍ତ୍ରଣ ଆଇନ (ଏମ୍‌ଏମ୍‌ଡିଆର୍‌) ଆକ୍ଟ ପ୍ରତ୍ୟାହାର ଲାଗି ଗୃହରେ ସର୍ବସମ୍ମତିକ୍ରମେ ଏକ ପ୍ରସ୍ତାବ ପାରିତ କରିବା ଲାଗି…

ଧାନ ଫସଲରେ ବ୍ୟାପୁଛି ନଳିପୋକ, ଚକଡ଼ା ରୋଗ, ଚିନ୍ତାରେ ଚାଷୀ

ବରଗଡ଼,୨୧।୯(ପ୍ରେମାନନ୍ଦ ଖମାରୀ): ବର୍ଷା କମିଛି। ଗୁଳୁଗୁଳି ଆରମ୍ଭ ହୋଇଛି। ଏଭଳି ସ୍ଥିତିରେ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଧାନ ଫସଲରେ ନଲିପୋକ (ପତ୍ରପୋଡ଼ା), ଚକଡ଼ା…

ଆଜି ଅବପାତ ରୂପ ନେବ ଲଘୁଚାପ, ପାଣିପାଗ ବିଭାଗ କହିଲା ବୁଧବାର ସକାଳ ସୁଦ୍ଧା…

ଭୁବନେଶ୍ୱର,୨୧ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ରବିବାର ସକାଳେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରକୁ…

ସକାଳୁ ସକାଳୁ ଦୁର୍ଘଟଣା: ରାସ୍ତାରେ ଚାଲିଚାଲି ଯାଉଥିବାବେଳେ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଅକ୍ଷୟଙ୍କ ଜୀବନ

ପରଜଙ୍ଗ,୨୧ା୯(ନିଗମାନନ୍ଦ ଦଳବେହେରା): ସକାଳୁ ସକାଳୁ ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନ୍ତର୍ଗତ ୫୩ ନଂ ଜାତୀୟ ରାଜପଥରେ ଘଟିଛି ଦୁର୍ଘଟଣା। ଆଦର୍ଶ ବିଦ୍ୟାଳୟଠାରୁ ଅଳ୍ପ ଦୂରରେ ସୋମବାର…

ଖଣ୍ଡୁଆଳମାଳି ବକ୍ସାଇଟ୍ ଖଣି ଖନନକୁ ବିରୋଧ, ଅମଠାଗୁଡ଼ାରେ ୨୦ ଗାଁର ଶତାଧିକ ଆନ୍ଦୋଳନକାରୀ….

ଥୁଆମୂଳ ରାମପୁର,୨୦।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ କର୍ଲାପାଟ୍ ଅଞ୍ଚଳର ଖଣ୍ଡୁଆଳମାଳିରୁ ବକ୍ସାଇଟ୍ ଖନନକୁ ନେଇ ସ୍ଥାନୀୟ ଅଞ୍ଚଳବାସୀଙ୍କ ବିରୋଧ ତୀବ୍ର ହେବାରେ ଲାଗିଛି…

ବିଦ୍ୟାଳୟରୁ ଚାଉଳ-ଖେଳଣା ଚୋରି, ୩ ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବୀରପଦ୍ମନାଭପୁର ଗ୍ରାମ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଷ୍ଟୋର ରୁମରୁ ୩୦ ପ୍ୟାକେଟ ଚାଉଳ ଏବଂ…

ବରିଷ୍ଠ କିରାଣି ଜୟନ୍ତ ପ୍ରଧାନଙ୍କୁ ନିଲମ୍ବନ କଲେ କେନ୍ଦ୍ରାପଡ଼ା DEO

ଡେରାବିଶ, ୨୦।୯(ବେବର୍ତା ଅଜୟ ଦାସ): ଡେରାବିଶ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିବା ବରିଷ୍ଠ କିରାଣୀ ଜୟନ୍ତ କୁମାର ପ୍ରଧାନଙ୍କୁ ନିଲମ୍ବିତ କରାଯାଇଛି । ନିଜ କାର୍ଯ୍ୟରେ…

ମଦ ଦୋକାନରେ ଗଣ୍ଡଗୋଳ, ଯୁବକଙ୍କ ତଣ୍ଟି କାଟି ହତ୍ୟା ଉଦ୍ୟମ; ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମର ଯୁବକ ଏସ. ରାଜୀବ ରେଡ୍ଡୀ ଚୈତନ୍ୟପୁର ଗ୍ରାମର ଦେବ ରେଡ୍ଡୀଙ୍କୁ ମରଣାନ୍ତକ ଆକ୍ରମଣ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?