୨୦୦ ଫୁଟ ତଳକୁ ଓଲଟିଲା ପିକ୍‌ଅପ୍‌ ଭ୍ୟାନ

ପାରଳାଖେମୁଣ୍ଡି,୧୧ା୧୨(ଡି.ଏନ୍‌.ଏ.): ଗଜପତି ଜିଲା ରାୟଗଡ଼ ବ୍ଲକ ବୁରଖତ ଗ୍ରାମ ନିକଟ ଘାଟି ରାସ୍ତାରେ ଶନିବାର ଏକ ପିକ୍‌ଅପ୍‌ ଭ୍ୟାନ ୨୦୦ ଫୁଟ ତଳକୁ ଓଲଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୭ ଜଣ ଗୁରୁତର ଆହତ ହୋଇଛି। ମୃତକ ହେଲେ ଗୋଷାଣୀ ବ୍ଲକ ଗାରାବନ୍ଧ ଗଁା କୁମୁଟି ସାହିର କେ. ମଣିମାଳା (୪୫)।

ଶନିବାର ଗାରାବନ୍ଧ ଗ୍ରାମର ୧୮ ଜଣ ମହିଳା ଓ ପୁରୁଷ ମିଶି ଏକ ପିକ୍‌ଅପ୍‌ରେ ମହେନ୍ଦ୍ରଗିରି ପର୍ବତରେ ଥିବା ଶୈବପୀଠ ଦର୍ଶନ କରିବା ପାଇଁ ଯାଇଥିଲେ। ସେଠାରୁ ଗ୍ରାମକୁ ଫେରୁଥିବା ବେଳେ ବୁରଖତ ଗ୍ରାମ ନିକଟ ଘାଟି ରାସ୍ତାରେ ପିକ୍‌ଅପ୍‌ ଓଲଟି ପଡ଼ିଥିଲା। ଫଳରେ ଘଟଣାସ୍ଥଳରେ ମଣିମାଳାଙ୍କ ମୃତ୍ୟୁ ଘଟିଥିଲା। ଖବର ପାଇ ସ୍ଥାନୀୟ ଲୋକେ ଓ ଗାରାବନ୍ଧ ପୋଲିସ ପହଞ୍ଚି ସମସ୍ତ ଆହତଙ୍କୁ ଉଦ୍ଧାର କରି କଇଁପୁର ପ୍ରାଥମିକ ଚିକିତ୍ସାଳୟ ପରେ ଗାରାବନ୍ଧ ମେଡିକାଲରେ ଭର୍ତ୍ତି କରିଥିଲେ। ସେଠାରେ ୭ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ପାରଳାଖେମୁଣ୍ଡି ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri