ପିକ୍‌ଅପ୍‌ ଭ୍ୟାନ ଓଲଟିଲା: ୨ମୃତ, ୭ ଗୁରୁତର

ହିଞ୍ଜିଳିକାଟୁ,୬।୪(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ସୋମପୁର ଛକରେ ଶନିବାର ଭୋରରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦଣ୍ଡୁଆଙ୍କୁ ଧରି ଯାଉଥିବା ଏକ ପିକ୍‌ଅପ୍‌ ଭ୍ୟାନ୍‌ ୫୯ ନମ୍ବର ଜାତୀୟ ରାଜପଥରେ ଓଲଟି ପଡିଛି। ଫଳରେ ୨ଜଣ ଦଣ୍ଡୁଆଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ୭ଜଣ ଗୁରୁତର ହୋଇଛନ୍ତି। ଅନ୍ୟ ୬ଜଣ ଆହତ ହୋଇଥିବା ଜଣାପଡିଛି। ମୃତକ ହେଲେ ସନିଆ ନାୟକ ଘର ଗଞ୍ଜାମ ଜିଲା କାଳିଆଘୋଡ଼ା ବୋଲି ସୂଚନା ମିଳିଛି। ଅନ୍ୟ ଜଣଙ୍କ ପରିଚୟ ମିଳିପାରି ନାହିଁ। ସମସ୍ତଙ୍କୁ ହିଞ୍ଜିଳିକାଟୁ ଡାକ୍ତରଖାନାରେ ପ୍ରାଥମିକ ଚିକିତ୍ସା ପରେ ଗୁରୁତରଙ୍କୁ ଅଧିକ ଚିକିତ୍ସା ପାଇଁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି।

ଖବର ପାଇ ଘଟଣା ସ୍ଥଳରେ ହିଞ୍ଜିଳି ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପ୍ରକାଶ ଯେ, ଗାଙ୍ଗପୁର ଥାନା ପାଇଲପଡା ପଞ୍ଚାୟତ ଦହିମୁଣ୍ଡଳୀ ଗ୍ରାମର ଦଣ୍ଡୁଆମାନେ ବ୍ରହ୍ମପୁରରୁ ଗାଙ୍ଗପୁର ନିକଟ କ୍ଷେତ୍ରିୟ-ବ୍ରହ୍ମପୁରକୁ ଶନିବାର ଭୋରରେ ଦୁଇଟି ପିକ୍‌ଅପ୍‌ ଭ୍ୟାନରେ ଯାଉଥିଲେ। ହେଲେ ଏକ ପିକ୍‌ଅପ୍‌ ଭ୍ୟାନ ହିଞ୍ଜିଳିକାଟୁ ନିକଟ ସୋମପୁର ଛକ ଜାତୀୟ ରାଜପଥରେ ଭାରସାମ୍ୟ ହରାଇ ରାସ୍ତା ପାଶ୍ୱର୍ର୍କୁ ଓଲଟି ପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଲଞ୍ଚ୍‌ର ୮୫ ସେକେଣ୍ଡ ପରେ ଜୋରଦାର ବିସ୍ଫୋରଣ: ନିଆଁ ପିଣ୍ଡୁଳା ପାଲଟିଲା ବାହୁବଳୀ ରକେଟ୍

ବେଜିଂ,୧୧।୮: ଆକାଶରେ ଉଡ଼ାଣ ଭରିବାର କିଛି ସମୟ ପରେ ଚାଇନାର ଏକ ରକେଟ୍ ଅଗ୍ନି ପୁଣ୍ଡୁଳାରେ ପରିଣତ ହୋଇଛି । ଗତ ସୋମବାର (ଅଗଷ୍ଟ ୧୦) ଦିନ…

AI ଉପରେ କାର୍ଯ୍ୟାନୁଷ୍ଠାନ ପରେ ଭର୍ଚୁଆଲ ପ୍ରେମିକଙ୍କୁ ହରାଇ ଭାଙ୍ଗି ପଡ଼ିଲେଣି ଚାଇନାର ଅନେକ ଯୁବତୀ!

ବେଜିଂ,୧୧।୮: ଚାଇନା ସରକାର AI ବ୍ୟବହାର ସମ୍ପର୍କରେ କଠୋର ନିୟମ ଲାଗୁ କରିଛନ୍ତି, ଯାହା ଫଳରେ ପ୍ରଯୁକ୍ତିବିଦ୍ୟା କମ୍ପାନୀଗୁଡ଼ିକ ଏହି ନିୟମ ପାଳନ କରିବା ପାଇଁ ସେମାନଙ୍କର…

ବଢ଼ିବ ଡିଜେଲ ଦାମ! ସରକାରଙ୍କ ଏଭଳି ନିଷ୍ପତ୍ତି ପରେ ବଢିଲା…

ନୂଆଦିଲ୍ଲୀ, ୧୧।୮: ଦେଶରେ ପେଟ୍ରୋଲ ପରେ ଡିଜେଲରେ ମଧ୍ୟ ଏଥାନଲ ମିଶାଇବା ଯୋଜନା ଉପରେ ସରକାର ବର୍ତ୍ତମାନ ପାଇଁ ରୋକ ଲଗାଇ ଦେଇଛନ୍ତି। ତେଲ ବିପଣନ କମ୍ପାନୀଗୁଡ଼ିକ…

ରାଜଧାନୀରେ ହାଇଆଲର୍ଟ: ୧୯ ଆତଙ୍କବାଦୀଙ୍କ ପୋଷ୍ଟର

ନୂଆଦିଲ୍ଲୀ,୧୧।୮: ସ୍ବାଧୀନତା ଦିବସ ପୂର୍ବରୁ ଆତଙ୍କବାଦୀ ବିପଦକୁ ଦୃଷ୍ଟିରେ ରଖି ଦିଲ୍ଲୀ ପୋଲିସ ସାରା ରାଜଧାନୀରେ ହାଇଆଲର୍ଟ ଜାରି କରିଛି। ସ୍ପେଶାଲ ସେଲ, କ୍ରାଇମ ବ୍ରାଞ୍ଚ, ରେଳବାଇ…

ବିଦ୍ୟୁତ ଆଘାତ, ଯୌନ ନିର୍ଯାତନା… ରୁଷିଆ ଜେଲରେ ୟୁକ୍ରେନୀୟ କଏଦୀମାନଙ୍କୁ କିପରି ନିର୍ଯାତନା ଦିଆଯାଏ? ରିପୋର୍ଟରେ ଆସିଲା…

ନୂଆଦିଲ୍ଲୀ,୧୧।୮: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଦୀର୍ଘ ସମୟ ଧରି ଚାଲିଛି। ଦୁଇ ରାଷ୍ଟ୍ର ମଧ୍ୟରେ ଶାନ୍ତି ସ୍ଥାପନ ପାଇଁ ଅନେକ ପ୍ରୟାସ ବିଫଳ ହୋଇଛି।…

SBI ବ୍ୟାଙ୍କ ଲକରରୁ ୫୦ ଲକ୍ଷର ଗହଣା ଗାଏବ, ୨୦୦୩ରୁ କଟୁଥିଲା ଭଡ଼ା

ଲକ୍ଷ୍ନୌ,୧୧।୮: ବ୍ୟାଙ୍କରେ ନିଜର କଷ୍ଟଅର୍ଜିତ ସଞ୍ଚୟ ଏବଂ ଅଳଙ୍କାର ସୁରକ୍ଷିତ ରଖୁଥିବା ଲୋକଙ୍କ ପାଇଁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଉତ୍ତର ପ୍ରଦେଶର କାନପୁର ସ୍ୱରୂପ…

ତ୍ରିରଙ୍ଗା ଧରିଲେ ମୋଦି: ପାଦରେ ଚାଲି ଚାଲି ସଂସଦ ଅଭିମୁଖେ ଯାତ୍ରା

ନୂଆଦିଲ୍ଲୀ,୧୧।୮: ସଂସଦର ମୌସୁମୀ ଅଧିବେଶନ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଏନଡିଏ ଏମ୍‌ପିଙ୍କ ସମାବେଶରେ ଭାଷଣ ଦେବା ପୂର୍ବରୁ ଆଜି ତ୍ରିରଙ୍ଗା ଉତ୍ତୋଳନ କରାଯାଇଥିଲା। ‘ବନ୍ଦେ ମାତରମ’ ଧ୍ୱନି…

ଡାକ୍ତରଙ୍କ ଭୁଲ ଇଞ୍ଜେକ୍ସନ ପାଇଁ କଲେଜ ଛାତ୍ରୀ ମୃତ୍ୟୁ: ଅଭିଯୋଗ ଆଣିଲେ ପରିବାର ଲୋକେ

ଭାପୁର,୧୧।୮ (ପ୍ରଭାତ ବରାଡ): ଫତେଗଡ ଥାନା ଅନ୍ତର୍ଗତ ଗୋଳାପୋଖରୀ ପଞ୍ଚାୟତ ଅଧୀନ ଗୋଳାପୋଖରୀ ଗ୍ରାମର ଗୋପାଳ ବେହେରାଙ୍କ ଝିଅ ସନ୍ତୋଷୀ ବେହେରାଙ୍କ (୧୮) ଭାପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri