ମର୍ମନ୍ତୁଦ ଦୁର୍ଘଟଣା; କାମସାରି ଘରକୁ ଫେରୁଥିବା ବେଳେ ଓଲଟିଲା ପିକଅପ୍ ଭ୍ୟାନ, ୨…

ରାଜନଗର, ୨୭ା୫ (ଭାସ୍କର ରାଉତରାୟ): ରାଜନଗର ବ୍ଲକ ରାଜନଗର ଗୁପ୍ତି ମୁଖ୍ୟ ରାସ୍ତାର ହାତୀନା ଗ୍ରାମ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ଦୁଇ ଶ୍ରମିକଙ୍କର ମୃତ୍ୟୁ ହୋଇଛି ।

ସୂଚନା ଅନୁସାରେ, ରାସ୍ତା ଢ଼ଳେଇ କାମ ସାରି ପିକଅପରେ ଆସୁଥିବା ବେଳେ ଗାଡିଟି ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡିଥିଲା । ଘଟଣାସ୍ଥଳରେ ଗୋଖନୀ ଗାଁର ସୁମନ୍ତ ମହାନ୍ତି, ଚିଂଚିରି ଗାଁର କୁମାର ବାରିକଙ୍କ ମୃତ୍ୟୁ ହୋଇଛି । ଏହାସହ ଅନ୍ୟ ତିନିଜଣ ଗୁରୁତର ରହିଥିବା ସୂଚନା ରହିଛି । ତାଙ୍କୁ ଚିକିତ୍ସା ପାଇଁ କଟକ ମେଡିକାଲରେ ଭର୍ତ୍ତି କରାଯାଇଛି ।

ପେଟପାଟଣାପାଇଁ ଡହଡହ ଖରାରେ ଶ୍ରମିକମାନେ କାମ କରୁଛନ୍ତି । ଦୁର୍ଘଟଣାରେ ଶ୍ରମିକଙ୍କର ଏଭଳି ମୃତ୍ୟୁକୁ ନେଇ ସ୍ଥାନୀୟ ଅଞ୍ଚଳରେ ଦୁଃଖର ବାତାବରଣ ଖେଳିଯାଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

 

Dharitri – Odisha’s No.1 Odia Daily

Share