ଓଲଟିଲା ପିକଅପ୍‌ ଭ୍ୟାନ୍‌: ଜଣେ ମୃତ, ୨୫ ଆହତ

ଦିଗପହଣ୍ଡି,୧୭ା୩(ଡି.ଏନ.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କେରାଣ୍ଡିମାଳ ପର୍ବତ ଶିଖରରେ ଅବସ୍ଥିତ ମା’ ବାଙ୍କେଶ୍ୱରୀଙ୍କୁ ଦର୍ଶନ ପାଇଁ ଯାଉଥିବା ଏକ ପିକଅପ ଭ୍ୟାନ୍‌ ଶୁକ୍ରବାର ଓଲଟି ପଡ଼ିଛି। ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳ ୨୫ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪ ଗୁରୁତର ହୋଇଛନ୍ତି। ଆହାତ ମାନଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି। ମୃତକ ଜଣକ ହେଲେ ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ଖଇରପଙ୍କ ଗ୍ରାମର ଲିଙ୍ଗା କନିୟାରୀ (୪୨)। ଗୁରୁତରମାନେ ହେଲେ ଗଡ଼ଗୋବିନ୍ଦପୁର ପଞ୍ଚାୟତ ଧାନ୍ୟରାଶି ଗ୍ରାମର ବୃନ୍ଦା କନିୟାରୀ, ଭାଗ୍ୟଲତା ବାଡତ୍ୟା, ରମ୍ଭା ପ୍ରଧାନ, ଏଲ୍‌ .ଦମୟନ୍ତୀ।
ମିଳିଥିବା ସୂଚନା ମୁତାବକ, ଖଇରପଙ୍କ ଗ୍ରାମର ଡି. ଜାଗିଲିଙ୍କ ପୁଅର ମାନସିକ ପୂଜା କାର୍ଯ୍ୟ ସହ ମୁଣ୍ଡନ ନିମନ୍ତେ ଏକ ପିକଅପ ଭ୍ୟାନ୍‌ରେ ପର୍ବତ ଶିଖରରେ ଥିବା ମା’ ବାଙ୍କେଶ୍ୱରୀ ପୀଠକୁ ଯାଉଥିଲେ। ତେବେ ୪୦ରୁ ଊଦ୍ଧର୍‌ବ ଯାତ୍ରୀଙ୍କୁ ନେଇ ଯାଉଥିବା ସମୟରେ ପିକ୍‌ ଅପ୍‌ ଭ୍ୟାନଟି ଘାଟି ରାସ୍ତାର ପିଲିକାଢିଅ ଗ୍ରାମ ନିକଟସ୍ଥ ମଗୁରମା ନାଳ ବୁଲାଣି ରାସ୍ତାରେ ଭାରସାମ୍ୟ ହରାଇ ଓଲଟି ପଡିଥିଲା। ଖବର ପ୍ରଚାରିତ ହେବା ପରେ ନିକଟସ୍ଥ ଗ୍ରାମବାସୀଙ୍କ ସହଯୋଗ କ୍ରମେ ଗୁରୁତର ଅବସ୍ଥାରେ ଯାତ୍ରୀଙ୍କୁ ଉଦ୍ଧାର କରାଯାଇ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ନିମନ୍ତେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ଲିଙ୍ଗାଙ୍କୁ ମୃତ ଘୋଷଣା କରିଥିଲେ। ପରେ ଗୁରୁତର ୪ ଜଣଙ୍କୁ ବ୍ରହ୍ମପୁର ବଡ଼ମେଡ଼ିକାଲ ସ୍ଥାନାନ୍ତର କରାଯାଇଥିଲା। ଏନେଇ ଦିଗପହଣ୍ଡି ପୋଲିସ ମାମଲା ରୁଜୁ କରିଛି। ପୋଲିସ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ପଠାଇଥିଲା। ବ୍ୟବଚ୍ଛେଦ ପରେ ମୃତଦେହ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା। ଦୁର୍ଘଟଣାଗ୍ରସ୍ତ ପିକଅପ୍‌ ଭ୍ୟାନକୁ ପୋଲିସ ଜବତ କରିଛି। ଚାଳକ ଫେରାର ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ଖାଦ୍ୟ ସନ୍ଧାନରେ ଗାଁକୁ ପଶିଲା ଦନ୍ତା: ଭାଙ୍ଗିଲା ଘର, ଦଳିଚକଟି ଦେଲା ବ୍ୟାପକ ଧାନ ଫସଲ

ଥୁଆମୂଳ ରାମପୁର, ୬।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି-ରାୟଗଡ଼ା ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଏକ ଦନ୍ତା ହାତୀର ଉପଦ୍ରବ ଯୋଗୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି।…

ଜୁଆଆଡ୍ଡା ଭାଗବଣ୍ଟାକୁ ନେଇ ମହାଭାରତ: ଗୋଷ୍ଠୀ ସଂଘର୍ଷ, ମନ୍ଦିର ହୁଣ୍ଡି ଓ ସ୍କୁଟି ଛଡ଼ାଇ ନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମ ନିକଟରେ ଚାଲିଥିବା ବେଆଇନ ଜୁଆଆଡ୍ଡା ପରିଚାଳନାକୁ ନେଇ ଦୁଇ ଗୋଷ୍ଠୀ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ଭିଏଚ୍‌ପି ପାଇଁ ଅତୁଳନୀୟ ଅବଦାନ: ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ସମାରୋହରେ ମଦନମୋହନ ଦ୍ୱିବେଦୀ ସମ୍ବର୍ଦ୍ଧିତ

ପାଟଣା,୬।୧୦ (ବୀର କିଶୋର ଦାଶ): କଟକସ୍ଥିତ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ମଣ୍ଡପଠାରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ପକ୍ଷରୁ ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ବର୍ଷର ଉଦ୍‌ଘାଟନୀ…

ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ

ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…

ମୃତ୍ୟୁ ସହ ୧୦ ଦିନର ସଂଗ୍ରାମ ପରେ ହାରିଗଲେ ସଞ୍ଜୟ: ନାଗ ସାପ ଚୋଟରେ ଚାଲିଗଲା ୨୮ ବର୍ଷର ଉଦ୍ଦଣ୍ଡ ଯୁବକଙ୍କ ଜୀବନ

ଗୁଡ଼ାରି,୬।୧୦(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅନ୍ତର୍ଗତ ଅସଡ଼ା ଗ୍ରାମପଞ୍ଚାୟତର ବାମୁଣୀଡଙ୍ଗର ଗ୍ରାମରେ ମଙ୍ଗଳବାର ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସାପ କାମୁଡ଼ାରେ…

ଦୀର୍ଘ ୨୫ ବର୍ଷର ଅଗ୍ନି ପରୀକ୍ଷାରେ ଲାଗିଲା ବିରାମ: ଆଖି ବୁଜିଲେ ଅଗ୍ନି ଭୈରବ ଦେବଙ୍କ ପୂଜକ ଅନିରୁଦ୍ଧ

ଥୁଆମୂଳ ରାମପୁର, ୬।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ସ୍ଥିତ ଜଗନ୍ନାଥ କଲୋନୀ ପଡ଼ାର ଜଣେ ପରିଚିତ, ଧର୍ମପରାୟଣ, ହାସ୍ୟ କଳାକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?