ଓଲଟିଲା ପିକ୍‌ଅପ୍‌ ଭ୍ୟାନ୍‌: ଜଣେ ମୃତ୍ୟୁ, ୩୦ରୁ ଉର୍ଦ୍ଧ୍ୱ ଯାତ୍ରୀ ଆହତ

ଗଜପତି, ୧୧।୧୨(ଗିରିଧାରୀ ପରିଛା):ଗଜପତି ଜିଲା ମୋହନା ଥାନା ଚିଟିଙ୍ଗ ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା l ଏକ ପିକଅପ୍‌ ଭ୍ୟାନ ଓଲଟି ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ପ୍ରାୟ ୩୦ରୁ ଉର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଛନ୍ତି l ମୃତକ ଜଣେଙ୍କ ହେଉଛନ୍ତି ବାସନ୍ତି ଭୂୟାଁ l ଆହତଙ୍କ ମଧ୍ୟରୁ ୫ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି l ସମସ୍ତ ଆହତଙ୍କୁ ଉଦ୍ଧାର କରି ଚଦ୍ରଗିରି ମେଡିକାଲ ରେ ଭର୍ତ୍ତି କରାଯାଇଛି l ଏକ ପିକ୍‌ଅପ ଭ୍ୟାନରେ ୩୦ରୁ ଅଧିକ ଲୋକ ରାମଗିରି କେକେସିଂ ଗାଁରୁ ମୋହନା ଘାଇବାଲି ଗାଁକୁ ଯାଉଥିଲେ l ଏକ ଶୁଦ୍ଧିକ୍ରିୟା ଭୋଜିରେ ଯୋଗଦେବାକୁ ଯାଉଥିବା ବେଳେ ଚନ୍ଦ୍ରଗିରି ନିକଟରେ ଓଲଟି ପଡିଥିଲା ଭ୍ୟାନ୍‌ l ଚନ୍ଦ୍ରଗିରି ମେଡିକାଲରେ ଆହତମାନଙ୍କ ଚିକିତ୍ସା ଚାଲିଥିବା ବେଳେ ସଙ୍କଟାପନ୍ନ ୫ ଜଣଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରାଯିବ ବୋଲି ଡାକ୍ତର କହିଛନ୍ତି l ଆହତଙ୍କ ମଧ୍ୟରେ ଅଧିକାଂଶ ମହିଳା ଅଛନ୍ତି l

Enter your email to get our daily news in your inbox.

All Right Reserved By Dharitri.Com

ଓଲଟିଲା ଟୁରିଷ୍ଟ ବସ୍‌: ଚାଲିଗଲା ୫ ଜୀବନ

ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri