କାଠ ସହ ପିକଅପ୍‌ ଭ୍ୟାନ୍‌ ଜବତ, ଚାଲାଣକାରୀ ମାରିଲେ ଚମ୍ପଟ୍‌

ବାଲିଗୁଡ଼ା,୨୪।୩(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗଡ଼ା ବନଖଣ୍ଡ ଅଧୀନ କୋଟଗଡ଼ ବନାଞ୍ଚଳ ଅଭୟାରଣ୍ୟ ମଧୁଗୁଡ଼ା ନିକଟରେ ବନବିଭାଗର ପାଟ୍ରୋଲିଂ ବେଳେ ସାଇଜ୍‌ କାଠ ସହ ଏକ ପିକଅପ୍‌ ଭ୍ୟାନ୍‌ ଧରାପଡିଛି। ଜବତ ହୋଇଥିବା କାଠର ଆନୁମାନିକ ମୂଲ୍ୟ ଦେଢ଼ଲକ୍ଷ ଟଙ୍କା ହେବ ବୋଲି ବନବିଭାଗ ପକ୍ଷରୁ ଆକଳନ କରାଯାଇଛି।

ମିଳିଥିବା ସୂଚନା ମୁତାବକ, ବନବିଭାଗ ପକ୍ଷରୁ ପାଟ୍ରୋଲିଂ କରାଯାଉଥିଲା। ସେତିକିବେଳେ ଏକ ପିକ୍‌ଅପ୍‌ ଭ୍ୟାନ୍‌(ନଂ.ଓଆର୦୩ଏଫ-୨୬୮୬)କୁ ଅଟକାଇ ଯାଞ୍ଚ କରାଯାଇଥିଲା। ଯାଞ୍ଚ ବେଳେ ଗାଡିରୁ ୧୧୬ ଖଣ୍ଡ ସାଇଜ୍‌ କାଠ ଜବତ କରାଯାଇଥିଲା। ହେଲେ ଘଟଣାସ୍ଥଳରୁ ଗାଡ଼ି ଡ୍ରାଇଭର ଏବଂ ଅନ୍ୟଜଣେ ସହଯୋଗୀ ଚମ୍ପଟ୍‌ ମାରିଥିବା ବନଖଣ୍ଡ ଅଧିକାରୀ ବାଲଗୋପାଲ ବେହେରା କହିଛନ୍ତି।

ଏନେଇ କୋଟଗଡ଼ ବନ ବିଭାଗ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ପାଟ୍ରୋଲିଂ ବେଳେ ଫରେଷ୍ଟର ରବି ନାୟକ, ପ୍ରିୟଙ୍କା କହଁର ,ବିଜୟାନନ୍ଦ ସେଠୀ, ଫରେଷ୍ଟ ଗାର୍ଡ ଦୀପକ ପଟ୍ଟନାୟକ, ବିରେନ ମାଝୀ, ଗୋପାଳ ନାୟକ, ଗୌରୀ ପ୍ରସାଦ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

କୁନି କୁନି ଶିଶୁ ପାଳିଲେ ୮୦ତମ ସ୍ୱାଧୀନତା ଦିବସ: ସାଂସ୍କୃତିକ କାର୍ଯ୍ୟକ୍ରମରେ ନାଚିଲେ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ିଠାରେ ନୂତନ ଭାବେ ସ୍ଥାପିତ ଭିକ୍ଟୋରିଆ ସ୍କୁଲ୍‌ ଅଫ୍‌ ନଲେଜ୍‌ ବିଦ୍ୟାଳୟର କୁନି କୁନି ଶିଶୁମାନେ…

କୋରାପୁଟରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ସମ୍ପଦ ସ୍ୱାଇଁ

କୋରାପୁଟ, ୧୪।୮ (ଅମିତାଭ ବେହେରା): କୋରାପୁଟ ପୋଲିସ ପଡ଼ିଆରେ ଶନିବାର ୮୦ତମ ଜିଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ବେଆଇନ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ; ଜଣେ ମୃତ

ଚାନ୍ଦବାଲି, ୧୫।୮ (ରତିକାନ୍ତ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ନିକଟସ୍ଥ ପରମାନନ୍ଦପୁର ଛକ ନିକଟରେ ଏକ ବେଆଇନ ବାଣ ଗଚ୍ଛିତ ଘରେ ଭୟାବହ ଅଗ୍ନିକାଣ୍ଡ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ମହିଳାଙ୍କୁ ବାନ୍ଧି ଘରୁ ସୁନାଗହଣା ଲୁଟ

ଚାନ୍ଦବାଲି,୧୫/୮(ମାନସ ବିଶ୍ୱାଳ/ରତିକାନ୍ତ ବାରିକ): ଚାନ୍ଦବାଲି ଥାନା ପାଞ୍ଚପଡା ଗ୍ରାମରେ ଶନିବାର ସକାଳୁ ଲୁଟ ହୋଇଥିବା ଥାନାରେ ଅଭିଯୋଗ ହୋଇଛି |କାଳୀମନ୍ଦିର ନିକଟସ୍ଥ ପ୍ରମୋଦ ତ୍ରିପାଠୀଙ୍କ ଘରେ ସକାଳେ…

ପରିତ୍ୟକ୍ତ ଖାଦାନରେ ବୁଡ଼ି ଯୁବକ ନିଖୋଜ

ରାଉରକେଲା, ୧୫/୮ (ସଙ୍ଗୀତା ଜେନା): ଝିରପାଣି ଥାନା ଅନ୍ତର୍ଗତ ଜଗଦା ଅଞ୍ଚଳରେ ଥିବା ଏକ ପରିତ୍ୟକ୍ତ ଖାଦାନରେ ବୁଡ଼ି ଜଣେ ଯୁବକ ଶନିବାର ସକାଳେ ନିଖୋଜ ହୋଇଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri