୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା ହୋଇଥିବା ସୂଚନା ରହିଛି । ବସ ଓଲଟି ପଡିବାରୁ ଜଣକର ମୃତ୍ୟୁ ଘଟିଥିବା ବେଳେ ୨୦ ଜଣ ଆହତ ଆହତ ହୋଇଥିବା ଜଣାପଡିଛି । ୪ ଗୁରୁତରଙ୍କୁ ବ୍ରହ୍ମପୁର ସ୍ଥାନାନ୍ତରିତ କରାଯାଇଛି ।

ସୂଚନା ମୁତାବକ, ଷ୍ଟାଫମାନେ ବଣଭୋଜି ପାଇଁ ଗାଡ଼ି ନଂ ଓ ଆର୍ ୦୨ ଏ ଏସ ୦୫୪୪ ଯୋଗେ ବାରହା ପଥର ଆସିଥିଲେ । ତେବେ ପିକନିକ୍ ସାରି ଫେରୁବା ସମୟରେ ଗାଡ଼ିଟି ଭାରସାମ୍ୟ ହରାଇ ଓଲଟି ପଡିଥିଲା। ଖବର ପାଇ ଜରଡ଼ା ଥାନା ଅଧିକାରୀ ଟୁନା ସାସମଲ ଘଟଣା ସ୍ଥଳରେ ପହଞ୍ଚି ସ୍ଥାନୀୟ ଲୋକଙ୍କ ସାହାଯ୍ୟରେ ଆହତମାନଙ୍କୁ ଉଦ୍ଧାର କରି ପାତ୍ରପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ । ସ୍ୱାସ୍ଥ୍ୟ କେନ୍ଦ୍ରରେ ରତ୍ନା ବିଶୋଇ (୪୫) ମୃତ୍ୟୁ ଘଟିଥିବା ବେଳେ ଗୁରୁତର ୪ଜଣଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି । ଏନେଇ ଜରଡା ଥାନାରେ ୪୨୨/୨୫ କେସ ରୁଜୁ କରାଯାଇ ତଦନ୍ତ ଆରମ୍ଭ ହେଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?