ଟ୍ରକ୍‌କୁ ଧକ୍କା ଦେଲା ପିକ୍‌ନିକ୍‌ ବସ୍‌: ୨୦ ଆହତ, ୨ ଗୁରୁତର

ଘସିପୁରା,୨୮।୧୨(ନିରଞ୍ଜନ ସାହୁ): ୨୦ ନମ୍ବର ଜାତୀୟ ରାଜପଥ ଘସିପୁରା ଥାନା ଅଧୀନ ଭାଲୁକୁମା ଛକଠାରେ ଟ୍ରକ୍‌କୁ ପଛପଟୁ ଏକ ପିକନିକ୍‌ ବସ୍‌ ଧକ୍କା ଦେଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ୨ଜଣ ଯାତ୍ରୀ ଗୁରୁତର ହୋଇଥିବା ବେଳେ ୨୦ଜଣ ଆହତ ହୋଇଛନ୍ତି।

ଗୁରୁବାର ଏହି ଦୁର୍ଘଟଣା ଘଟିଥିଲା। ବସ୍‌ଟି ବାଲେଶ୍ୱର ଅଭିମୁଖେ ଯାତ୍ରା କରିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା। ଗୁରୁତର ଓ ଆହତମାନଙ୍କୁ ଚିକିତ୍ସ ପାଇଁ ଆମ୍ବୁଲାନ୍ସ ଯୋଗେ ଆନନ୍ଦପୁର ଉପଖଣ୍ଡ ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ଘସିପୁରା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ବାଲେଶ୍ୱର ଜିଲା ବ୍ରହ୍ମୋସୀ ଟ୍ୟୁଟରିଆଲର ୬୦ରୁ ଊର୍ଦ୍ଧ୍ୱ ଛାତ୍ରଛାତ୍ରୀ ଓ ଶିକ୍ଷକ ଦୁଇଟି ବସ୍‌ ଯୋଗେ ସମ୍ବଲପୁରକୁ ପିକନିକ୍‌ କରିବାକୁ ଯାଇଥିଲେ। ପିକନିକ୍‌ ସାରି ଫେରିବା ସମୟରେ ଭାଲୁକୁମାଠାରେ ବସ୍‌ଟି ଗୋଟିଏ ଟ୍ରକକୁ ପଛପଟୁ ଧକ୍କା ଦେଇଥିଲା। ଏଥିରେ ବସ୍‌ର ସମ୍ମୁଖ ଭାଗ ନଷ୍ଟ ହୋଇଥିବା ବେଳେ ଚାଳକ ଓ ଜଣେ ଶିକ୍ଷକ ଗୁରୁତର ହୋଇଛନ୍ତି। ଏତଦ୍‌ବ୍ୟତୀତ ୨୦ ଛାତ୍ରୀଛାତ୍ର ଓ ଶିକ୍ଷକ ଆହତ ହୋଇଛନ୍ତି। ଯାତ୍ରୀଙ୍କ କହିବା ଅନୁଯାୟୀ, ଟ୍ରକ୍‌ଟି ବସ୍‌କୁ ଓଭରଟେକ୍‌ କରି ବ୍ରେକ୍‌ ଲଗାଇଦେବାରୁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଥିଲା। ଟ୍ରକ୍‌ଟି ଘଟଣାସ୍ଥଳରୁ ଫେରାର ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ସମୀକ୍ଷା କଲେ ଜିଲାପାଳ: ନିର୍ବାହୀ ଅଧିକାରୀ ବିନୋଦ ବେହେରା ସମ୍ବର୍ଦ୍ଧିତ

ପୁରୁଷୋତ୍ତମପୁର, ୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଚଳିତ ବର୍ଷ ଅତ୍ୟନ୍ତ ଶାନ୍ତିଶୃଙ୍ଖଳାର ସହ ସମାପ୍ତ ହୋଇଛି।…

ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ଓ ଜଙ୍ଗଲ ନିଆଁ ସୁରକ୍ଷା ଚିନ୍ତା: କର୍ମଚାରୀ ଅଭାବ, ଅଧିକ…

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ସମେତ ବିଭିନ୍ନ ପ୍ରାଣୀ ନିର୍ଦ୍ଧିଷ୍ଟ ଅଞ୍ଚଳ ମଧ୍ୟରେ ଅଧିକାଂଶ ସମୟ ବସବାସ କରନ୍ତି। ତେଣୁ ସେମାନଙ୍କ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri