Posted inଜାତୀୟ

ପିକ୍‌ନିକ୍‌ ଗାଡ଼ି ଦୁର୍ଘଟଣାଗ୍ରସ୍ତ: ଚାଲିଗଲା ଗୋଟିଏ ପରିବାରର ୪ ଜୀବନ

ରାୟପୁର,୨ା୧: ଛତିଶଗଡ଼ର ଯଶପୁରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଗୋଟିଏ ପରିବାରର ୪ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ୨ଜଣ ଶିଶୁ ରହିଥିବା ବେଳେ ୬ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୨ଜଣଙ୍କ ଅବସ୍ଥା ଗୁରୁତର ଥିବା ବେଳେ ସେମାନଙ୍କୁ ରାଞ୍ଚିର ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଅନ୍ୟ ୪ଜଣ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ସୋମବାର ପୋଲିସ ସୂଚନା ଦେଇଛି।

ସୂଚନାଯୋଗ୍ୟ, ଗୋଟିଏ ପରିବାରର ୧୦ ଜଣ ସଦସ୍ୟ ନୂତନ ବର୍ଷ ପାଳନ କରି  ଘରକୁ ଫେରୁଥିଲେ। ଛତିଶଗଡ଼ର ରାଜଧାନୀଠାରୁ ପ୍ରାୟ ୪୫ କିଲୋମିଟର ଦୂରରେ ଯଶପୁରଠାରେ କାର୍‌ଟି ଭାରସାମ୍ୟ ହରାଇ ଏକ ଗଛକୁ ଧକ୍କା ଦେଇଥିଲା। ଫସି ରହିଥିବା ଯାତ୍ରୀମାନଙ୍କ ମଧ୍ୟରୁ ଜଣେ ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ସମସ୍ତଙ୍କୁ ଉଦ୍ଧାର କରିଥିଲା। ତେବେ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବେଳେ ଦୁଇ ଜଣ ଶିଶୁ ଏବଂ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ସେହିପରି ଗୁରୁତର ବାପା ଏବଂ ପୁଅ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଷ୍ଟେଶନରୁ ୪୦ ଲକ୍ଷ ଜବତ: ଯୁବକଙ୍କୁ ଅଟକ ରଖିଲା ପୋଲିସ

କେସିଙ୍ଗା,୪।୪(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନରେ ଜଣେ ଯୁବକଙ୍କଠାରୁ ଟିଟିଲାଗଡ ରେଲୱେ ପୋଲିସ ୪୦ ଲକ୍ଷ ଟଙ୍କା ଜବତ ଜଣେ ଆସାମୀକୁ…

ଜାଲ୍‌ ଶିକ୍ଷକ ନିଯୁକ୍ତି କରି ଟଙ୍କା ଆତ୍ମସାତ୍‌ ଅଭିଯୋଗ: ନ୍ୟାୟ ପାଇଁ ଥାନାର ଦ୍ୱାରସ୍ଥ ଶିକ୍ଷକ

ନୂଆପଡ଼ା,୪ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି କଲେଜରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜାଲ୍‌ ଶିକ୍ଷକ ନିଯୁକ୍ତି କରି ଦରମା ଟଙ୍କା ଆତ୍ମସାତ୍‌ କରିଥିବା ସିନାପାଲି…

ସୌନ୍ଦର୍ଯ୍ୟ ହରାଇଲାଣି ଚିଲଡ୍ରେନ ପାର୍କ: ପ୍ରଶାସନ ଦୃଷ୍ଟି ଦେବାକୁ ଦାବି

ପଦ୍ମପୁର,୪ା୪(ପ୍ରଦୀପ୍ତ ଦାଶ ):ସହରକୁ ସରସ ସୁନ୍ଦର କରିବା ପାଇଁ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାତ୍ର ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଏ ସବୁ…

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

ନୌସେନାରେ ସାମିଲ ହେଲା ‘ଅରିଦମନ’

ନୂଆଦିଲ୍ଲୀ,୪ା୪: ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଆଣବିକ ଶକ୍ତିସମ୍ପନ୍ନ ବାଲିଷ୍ଟିକ୍‌ ମିଶାଇଲ୍‌ ବୁଡ଼ାଜାହାଜ ଆଇଏନ୍‌ଏସ୍‌ ଅରିଦମନ ଶୁକ୍ରବାର ଭାରତୀୟ ନୌସେନାରେ ସାମିଲ ହୋଇଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ…

ପ୍ରଶାସନ ଆଖି ଆଗରେ ପ୍ରଦୂଷଣ: ରାସ୍ତାପାର୍ଶ୍ୱ ପାଲଟିଛି ଡମ୍ପିଂ ୟାର୍ଡ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଶାସନ ଆଖି ଆଗରେ ପ୍ରଦୂଷଣ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଗତ କିଛିଦିନ ହେଲା ସହରର ବିଭିନ୍ନ ରାସ୍ତାରେ ସ୍ତୁପ ଭଳି କୁଢ଼…

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

କୁନି କୁନି ପିଲାଙ୍କୁ ଖଡ଼ିଛୁଆଁଇବେ ମୁଖ୍ୟମନ୍ତ୍ରୀ: ଆଜି ବିଦ୍ୟାଳୟରେ ପ୍ରବେଶ ଉତ୍ସବ

ଭୁବନେଶ୍ୱର,୪ା୪(ସୁଚିସ୍ମିତା ସାହୁ):ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଦ୍ୟାଳୟଗୁଡିକରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଆୟୋଜିତ ହେବ। ରାଜଭବନ ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri