ମଦ୍ୟପଙ୍କ ଉନ୍ମତ୍ତ କାଣ୍ଡ, ପିକନିକ୍ ଗ୍ରୁପକୁ ମାଡମାରି କଲେ ଲହୁଲୁହାଣ

ରାଇକିଆ,୧୨/୧-(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ମଣ୍ଡାସରୁ ପର୍ଯ୍ୟଟନସ୍ଥଳୀରେ ମାରପିଟ୍ ।ରବିବାର ଅପରାହ୍ନରେ ରାଇକିଆ ଅଞ୍ଚଳର ଏକ ପାରିବାରିକ ଗ୍ରୁପ୍ ପିକନିକ କରିବାକୁ ଯାଇଥିବା ବେଳେ କିଛି ମଦ୍ୟପ ଯୁବକ ମରଣାନ୍ତକ ଆକ୍ରମଣ କରି ଖସି ପଳାଇବାକୁ ଉଦ୍ୟମ କରୁଥିଲେ । ଏହାର ଖବର ପାଇ ରାଇକିଆ ପୋଲିସ ସେମାନଙ୍କୁ କାବୁ କରିବା ସହ ଥାନାରେ ଅଟକ ରଖିଛି । ଆକ୍ରମଣର ଶିକାର ହୋଇଥିବା ପ୍ରଶାନ୍ତ ଦଳେଇ ଏବଂ ଗୁରୁତର ଆହତ ହୋଇଥିବା ସୌମ୍ୟ ରଂଜନ ମହାନ୍ତି ଏନେଇ ଥାନାରେ ଅଭିଯୋଗ କରିଛନ୍ତି ।

ଅଭିଯୋଗ ଅନୁସାରେ, ଭୁବନେଶ୍ୱରରୁ ଆସିଥିବା ସଂପୃକ୍ତ ଯୁବକମାନେ ସେଠାରେ ମଦ୍ୟପାନ କରି ଅଶ୍ଳିଳ ଭାଷାରେ ଗାଳିଗୁଲଜ କରୁଥିଲେ । ଉକ୍ତ ସ୍ଥାନରେ ଶିଶୁ ଓ ମହିଳାମାନେ ଥିବାରୁ ସେମାନେ ଏହାର ପ୍ରତିବାଦ କରିଥିଲେ । ଏହାପରେ ମଦୁଆ ଯୁବକମାନେ ଉତ୍ୟକ୍ତ ହୋଇ ସଂଘବଧ ଭାବେ ଆକ୍ରମଣ କରିଥିଲେ । ଏଥିରେ ଗୁରୁତର ଆହତ ସୌମ୍ୟଙ୍କ ସମେତ ପିକନିକକୁ ଯାଇଥିବା ଏକାଧିକ ବ୍ୟକ୍ତି ଲହୁ ଲୁହାଣ ହୋଇଥିଲେ । ଖବର ପାଇଁ ରାଇକିଆ ଥାନା ଅଧିକାରୀ ଆଶୁତୋଷ ପାଇକରାୟ ଘଟଣାସ୍ଥଳରେ ପହଞ୍ଚି ଯୁବକମାନଙ୍କୁ ଥାନାରେ ଅଟକ ରଖିବା ସହ ଘଟଣାର ତଦନ୍ତ କରୁଛନ୍ତି । ଏ ନେଇ ଥାନାରେ କେସ ନଂ ୪/୨୬ ରେ ଏଥିରେ ସଂପୃକ୍ତ ଥିବା ୭ ଜଣଙ୍କ ମାମଲା ରୁଜୁ କରାଯାଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri