ଜାନୁୟାରୀରେ ପିକ୍‌ନିକ ମନା

ଭୁବନେଶ୍ୱର,୩୦।୧୨(ବ୍ୟୁରୋ): ରାଜ୍ୟ ସରାକର ଗୁରୁବାର ସନ୍ଧ୍ୟାରେ ଜାନୁୟାରୀ ପାଇଁ ନୂଆଁ ଗାଇଡ୍‌ଲାଇନ ଘୋଷଣା କରିଛନ୍ତି। ଜାନୁଆରୀରେ କୋଭିଡ୍‌ କଟକଣାକୁ କଡାକଡି କରାଯାଇଛି । ମାସରେ ସମସ୍ତ ସହରାଞ୍ଚଳରେ ନାଇଟ୍‌ କର୍ଫ୍ୟୁ ଜାରି ରହିବ। ରାତି ୧୦ରୁ ସକାଳ ୫ଟା ଯାଏଁ ଏହି କଟକଣା  ଜାନୁୟାରୀ ୧ରୁ ଫେବୃଆରୀ ୨୦୨୨ ପର୍ଯ୍ୟନ୍ତ ବଳବତ୍ତର ରହିବ। ସେହିପରି ସକାଳ ୫ଟାରୁ ରାତି ୧୦ଟା ଯାଏଁ ଦୋକାନ ବଜାର ଖୋଲା ରହିବ ।

ନୂଆଁ ଗାଇଡ୍‌ଲାଇନ ମୁତାବକ, ଜାନୁଆରୀ ମାସରେ ପିକ୍‌ନିକକୁ ସମ୍ପୂର୍ଣ୍ଣ ମନା କରାଯାଇଛି। ପାର୍କ, ବେଳାଭୂମି ସହ ଅନ୍ୟ ପିକନିକ ସ୍ପଟରେ ଭୋଜି ଭାତ କରିପାରିବେ ନାହିଁ। ଏପରି କି କୌଣସି ଶିକ୍ଷାନୁଷ୍ଠାନ ପିକନିକ ଯାଇପାରିବ ନାହିଁ। ସମସ୍ତ ପ୍ରକାର ସାମାଜିକ ଓ ଧାର୍ମିକ ସମାବେଶକୁ ବାରଣ କରାଯାଇଛି। ରାଜନୈତିକ ସମାବେଶରେ ସର୍ବାଧିକ ୧୦୦ ଲୋକଙ୍କୁ ଅନୁମତି ମିଳିଛି।

ସେହିପରି ପ୍ରଦର୍ଶନୀ, ବାଣିଜ୍ୟ ମେଳା ଆୟୋଜନକୁ ବାରଣ କରାଯାଇଛି। ହୋଟେଲ, ପାର୍କ, ମଲରେ ସାଂସ୍କୃତିକ, ନୃତ୍ୟ କାର୍ଯ୍ୟକ୍ରମ ହୋଇପାରିବ ନାହିଁ। ବାର୍ଷିକ ଉତ୍ସବ ଓ ଆନିଭର୍ସାରୀ ପାଳନ କରିପାରିବେ ନାହିଁ। ତେବେ କୋଭିଡ ନିୟମ ମାନି ଯାତ୍ରା, ମେଲୋଡ଼ି, ସାଂସ୍କୃତିକ କାର୍ଯ୍ୟକ୍ରମ ହୋଇପାରିବ। ସର୍ବାଧିକ ୧ ହଜାର ଦର୍ଶକଙ୍କୁ ନେଇ ପ୍ରଶାସନର ଅନୁମତିରେ ହେବ ଯାତ୍ରା। ୫୦ ପ୍ରତିଶତ ଦର୍ଶକ କ୍ଷମତାକୁ ନେଇ ସିନେମା ହହ ଚାଳିବ। ତେବେ ସିନେମା ହଲ ଯିବାକୁ ଡବଲ ଡୋଜ ଟିକା ବା ଟେଷ୍ଟ ରିପୋର୍ଟ ଜରୁରୀ ବୋଲି ଗାଇଡ୍‌ଲାଇନରେ ସ୍ପଷ୍ଟ ରହିଛି।

ସୂଚନାଯୋଗ୍ୟ, କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ ଦେଶରେ ଆତଙ୍କ ସୃଷ୍ଟି କରିଥିବା ବେଳେ ରାଜ୍ୟରେ ଗୁରୁବାର ୫ ଜଣ ନୂଆଁ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ମୋତେ ମୋ ପ୍ରେମିକର କର୍ତ୍ତବ୍ୟ ମଧ୍ୟ ପାଳନ କରିବାକୁ ପଡିବ…’ କାହିଁକି ଏମିତି କହିଲେ ଜଷ୍ଟିନ ଟ୍ରୁଡୋ? ଜାଣନ୍ତୁ ଏହା ପଛର ରହସ୍ୟ

ଓଟାଓ୍ବା,୧୪।୬: ପୂର୍ବତନ କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ବର୍ତ୍ତମାନ ତାଙ୍କ ପ୍ରେମ ଜୀବନ ଏବଂ ଫିଫା ବିଶ୍ୱକପ 2026 ପାଇଁ ଖବରରେ ଅଛନ୍ତି। ବିଶ୍ୱକପ ଉଦଘାଟନୀ ଦିନରେ…

ମଧ୍ୟପ୍ରାଚ୍ୟରେ ପୁଣି ଉତ୍ତେଜନା, ହେଜବୋଲା ଉପରେ ଆକ୍ରମଣ କଲା ଇସ୍ରାଏଲ

ଜେରୁଜେଲମ,୧୪।୬: ଯେତେବେଳେ ଆମେରିକା ଏବଂ ଇରାନ ଶାନ୍ତି ଆଲୋଚନା ବିଷୟରେ ଦାବି କରୁଛନ୍ତି, ସେତେବେଳେ ମଧ୍ୟପ୍ରାଚ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି। ଇସ୍ରାଏଲ ହେଜବୋଲା ପଦାଧିକାରୀମାନଙ୍କ ଉପରେ…

ଦିଦିଙ୍କ ହାତରୁ ଗଲା ଟିଏମସି? କାକୋଲି କହିଲେ, ‘ନୂଆ ଦଳ ପାଇଁ ବାଚସ୍ପତିଙ୍କୁ ଅନୁରୋଧ କରିବୁ’

କୋଲକାତା,୧୪।୬: ୧୫ ବର୍ଷ ଧରି ପଶ୍ଚିମବଙ୍ଗରେ ଶାସନ କରିଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବେ ତାଙ୍କ ଦଳ ତୃଣମୂଳ କଂଗ୍ରେସକୁ ହରାଉଥିବା ଜଣାପଡ଼ିଛି। ୨୦ ରୁ…

ପହିଲି ରଜରେ ଅଘଟଣ: ବଜ୍ରପାତରେ ଚାଲିଗଲା ବାପା-ମା’ଙ୍କର ଏକମାତ୍ର ପୁଅର ଜୀବନ

ରାଜନଗର,୧୪ା୬(ଭାସ୍କର ରାଉତରାୟ): ପହିଲି ରଜରେ ଅଘଟଣ। ବଜ୍ରପାତରେ ଚାଲିଗଲା ବାପା-ମା’ଙ୍କର ଏକମାତ୍ର ପୁଅର ଜୀବନ। ସେ ହେଉଛନ୍ତି କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଘଡ଼ିଆମାଳ ଗାଁର ଦୈତାରୀ…

ରଜରେ ବଡ଼ ଅଘଟଣ; ୧୦ ମିନିଟ୍‌ ବ୍ୟବଧାନରେ ୨ ଦୁର୍ଘଟଣା, କେନ୍ଦୁଝରରେ ୫ ମୃତ

କେନ୍ଦୁଝର,୧୪।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି ପ୍ରଥମ ରଜ ପାଇଁ ଚାରିଆଡ଼େ ଉତ୍ସବର ପରିବେଶ ରହିଥିବା ବେଳେ କେନ୍ଦୁଝର ଜିଲା କାଞ୍ଜିପାଣି ଥାନା ଅନ୍ତର୍ଗତ ଏନଏଚ ୪୯ ରେ…

ଦାମୀଗାଡ଼ିରେ ଗଞ୍ଜେଇ ଚାଲାଣ, ପାଟ୍ରୋଲିଂବେଳେ ଦୁଇ ଅଭିଯୁକ୍ତଙ୍କୁ…

ବଲାଙ୍ଗୀର,୧୪ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଅବକାରୀ ବିଭାଗ ରବିବାର ଭୋରରୁ ତୁଷୁରା-ଆଟଗାଁ ରାସ୍ତାରେ ପାଟ୍ରୋଲିଂ କରୁଥିବାବେଳେ ଏକ ଧଳା ରଙ୍ଗର ଦାମୀ ଥାର ଗାଡ଼ିରେ ଚାଲାଣ ହେଉଥିବା…

ବୈଭବ ସୂର୍ଯ୍ୟବଂଶୀଙ୍କ ସଫଳତାର ରାଜ ଖୋଲିଲେ କୋଚ, ଆପଣବି ଜାଣିଲେ…

ନୂଆଦିଲ୍ଲୀ,୧୪।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ତାଙ୍କ ବିସ୍ଫୋରକ ବ୍ୟାଟିଂରେ ସମସ୍ତଙ୍କୁ ମୋହିତ କରିଛନ୍ତି। କ୍ରିକେଟ ପ୍ରଶଂସକ ଏବଂ ପୂର୍ବତନ କ୍ରିକେଟରମାନେ ସମସ୍ତେ ତାଙ୍କ ବିସ୍ଫୋରକ ବ୍ୟାଟିଂ…

ବଜ୍ରପାତରେ ୪ ନାବାଳକ ଆହତ, ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି

ଲାଞ୍ଜିଗଡ଼,୧୪ା୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଦୁର୍ଗମ ଆଦିବାସୀ ଅଧ୍ୟୁଷିତ ତ୍ରିଲୋଚନପୁର ପଞ୍ଚାୟତ ଅନ୍ତର୍ଗତ କୁନାକାଡୁ ଗ୍ରାମର ୪ ଜଣ ନାବାଳକ ବଜ୍ରପାତରେ ଆହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri