ପିକ୍‌ନିକ୍‌ ସ୍ପଟ୍‌: ପୁଞ୍ଜିସିଲ

ବଣ ପାହାଡ଼ ଘେରା ପ୍ରାକୃତିକ ପରିବେଶରେ ରହିଛି କୋରାପୁଟ ଜିଲା। ଏଠାରେ ବିଭିନ୍ନ ପର୍ଯ୍ୟଟନସ୍ଥଳୀ ମଧ୍ୟରେ ପୁଞ୍ଜିସିଲ ଅନ୍ୟତମ। ପ୍ରକୃତିର ଅପରୂପ ସୌନ୍ଦର୍ଯ୍ୟରେ ପର୍ଯ୍ୟଟକଙ୍କ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଥାଏ ଜିଲାର ବିଭିନ୍ନ ଝରଣାର କୁଳୁକୁଳୁ ସ୍ବର। ପାହାଡ଼ ଉପରୁ ପ୍ରବାହିତ ହେଉଥିବା ଝରଣା ପର୍ଯ୍ୟଟକଙ୍କୁ ଦିଏ ନିଆରା ଅନୁଭବ। ସେହିପରି ଏକ ଝରଣା ରହିଛି କୋରାପୁଟ ଜିଲା ଦଶମନ୍ତପୁର ବ୍ଲକର ମୁଜାଙ୍ଗ ପଞ୍ଚାୟତରେ। ପୁଞ୍ଜିସିଲ ପର୍ଯ୍ୟଟନ ସ୍ଥଳୀ ରୂପେ ପରିଚିତ ଏହି ସ୍ଥାନ ଦାମନଯୋଡ଼ିର ପଞ୍ଚବଟୀମାଳି ପର୍ବତରୁ ଝରି ଆସିଥିବା ମୁରାନ ଝରଣା ପୁଞ୍ଜିସିଲଠାରେ ଏକ ବିଶାଳ ପଥର ଉପରେ ପଡି ପ୍ରବାହିତ ହେଉଛି। ଏହି ଝରଣାର ଜଳରାଶି କେବେ ପଥଚାରୀଙ୍କ ତୃଷ୍ଣା ମେଣ୍ଟାଏ ତ କେବେ ସ୍ଥାନୀୟ ଲୋକଙ୍କ ଚାଷଜମିରେ ଲାଗି ସେମାନଙ୍କ ଅର୍ଥନୀତିକୁ ସୁଦୃଢ କରେ। କେବେ ଏହାର ନୈସର୍ଗିକ ସୌନ୍ଦର୍ଯ୍ୟ ପର୍ଯ୍ୟଟକଙ୍କୁ ମୁଗ୍‌ଧକରେ। ଏଠାରେ ବଣଭୋଜି କରିବା ପାଇଁ ସମସ୍ତ ସୁବିଧା ରହିଛି। ଖରାଦିନେ ପଥର ଓ ପାଣିରେ ବୁଲି ମଜା ନେବା ଏହି ସ୍ଥାନର ଅନ୍ୟ ଏକ ବିଶେଷତ୍ୱ। ବର୍ତ୍ତମାନ ଜିଲା ପ୍ରଶାସନ ପକ୍ଷରୁ ଶୌଚାଳୟ ସମେତ ବିଭିନ୍ନ ନିର୍ମାଣ କାର୍ଯ୍ୟ ଚାଲିଛି। ଏଠାକୁ ଭଲ ରାସ୍ତାଟିଏ ନିର୍ମାଣ ସହ ଅନ୍ୟ ଭିତ୍ତିଭୂମିର ବିକାଶ ପ୍ରତି ପ୍ରଶାସନ ଗୁରୁତ୍ୱ ଦେଲେ ପୁଞ୍ଜିସିଲ ଏକ ପ୍ରମୁଖ ପର୍ଯ୍ୟଟନସ୍ଥଳୀର ମାନ୍ୟତା ପାଇପାରନ୍ତା।

କେମିତି ଯିବେ
କୋରାପୁଟ ସଦର ମହକୁମାରୁ ପୁଞ୍ଜିସିଲର ଦୂରତା ପ୍ରାୟ ୨୫ କିଲୋମିଟର। କୋରାପୁଟରୁ ଭାୟା ପୋଡ଼ାଗଡ଼ ଦେଇ ମୁଜାଙ୍ଗ ପଞ୍ଚାୟତରୁ ୨ କି.ମି. ଗଲେ ପଡିବ ଏହି ସ୍ଥାନ। ଦୁଇଚକିଆ ଓ ୪ ଚକିଆ ଗାଡି ସେଠାକୁ ଯାଇପାରିବ।

ରିପୋର୍ଟ: ଅମିତାଭ ବେହେରା, କୋରାପୁଟ


Enter your email to get our daily news in your inbox.

All Right Reserved By Dharitri.Com

ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତା ରୋକ

ବୀରମହାରାଜପୁର,୨୬।୧୨, (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ହିଲୁଙ୍ଗ ପଞ୍ଚାୟତ ଲୁଚାବନ୍ଦ ପାଖରେ ଗୁରୁବାର ସା ପ୍ରାୟ ୭ଟା୩୦ରେ ଏକ ଅଜଣା ଗାଡ଼ି...

ଧାନମଣ୍ଡି ଖୋଲିବା ଦାବିରେ ବ୍ଳକ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଧାନମଣ୍ଡି ଖୋଲାଯାଇ ନ ଥିବାରୁ ଚାଷୀମାନେ ଶୋଷଣର ଶିକାର ହେଉଥିବା ଅଭିଯୋଗ ହୋଇଛି। ଏନେଇ ତୁରନ୍ତ ମଣ୍ଡି...

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ: ୨କୋଠା ୭ପ୍ଲଟ୍‌, କେଜିଏ ସୁନା

ଭୁବନେଶ୍ୱର,୨୬।୧୨: ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ କଲା ଭିଜିଲାନ୍ସ। ଫରେଷ୍ଟରଙ୍କର ଭୁବନେଶ୍ବର ଝାରପଡ଼ାରେ ଅଛି ୨ଟି ବହୁତଳ କୋଠା। ଭୁବନେଶ୍ବର ସମେତ ଜଗତସିଂହପୁର...

ସାବଧାନ! ଖାଲିପେଟରେ ଖାଆନ୍ତୁନି ଏହି ୭ ଜିନିଷ, ନଚେତ୍ ହୋଇପାରେ…

ଯଦି ଆପଣ ଭୁଲ ଖାଦ୍ୟ ଅଭ୍ୟାସ ସହିତ ଆପଣଙ୍କ ଦିନ ଆରମ୍ଭ କରନ୍ତି, ତେବେ ଏହା କେବଳ ଆପଣଙ୍କ ପେଟକୁ କ୍ଷତି ପହଞ୍ଚାଇପାରେ ନାହିଁ ବରଂ...

ସ୍ବାମୀଙ୍କ ପ୍ରେମସମ୍ପର୍କକୁ ନେଇ ମୁହଁ ଖୋଲିଲେ ସୁନିତା: ସେ ଝିଅ କେବଳ…

ଅଭିନେତା ଗୋବିନ୍ଦା ଏବଂ ସୁନୀତା ଆହୁଜା ସମ୍ପର୍କ ପ୍ରାୟତଃ ଚର୍ଚ୍ଚାରେ ରହିଥାଏ। ଚଳିତ ବର୍ଷ ଆରମ୍ଭରେ ସେମାନଙ୍କ ଛାଡପତ୍ରର ଗୁଜବ ସୃଷ୍ଟି ହୋଇଥିଲା। ସୁନୀତା ପରେ...

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

ପ୍ରଧାନମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କରିବେ ଓଡ଼ିଆ ଝିଅ ପ୍ରିୟାଂଶୀ

ଗଞ୍ଜାମ,୨୬ା୧୨(ବିଦ୍ୟାଧର ସାହୁ): ବିକଶିତ ଭାରତ ୟଙ୍ଗ୍‌ ଲିଡରସ ଡାଏଲଗ ୨୦୨୬ର ଷ୍ଟେଟ୍‌ ଚାମ୍ପିଅନ ଭାବେ ଗଞ୍ଜାମ ଜିଲା ହୁମା ଗ୍ରାମର ଓଡ଼ିଆ ଝିଅ ପ୍ରିୟାଂଶୀ ବିଶ୍ୱାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri