ପିକ୍‌ନିକ୍‌ ସ୍ପଟ୍‌: ପୁଞ୍ଜିସିଲ

ବଣ ପାହାଡ଼ ଘେରା ପ୍ରାକୃତିକ ପରିବେଶରେ ରହିଛି କୋରାପୁଟ ଜିଲା। ଏଠାରେ ବିଭିନ୍ନ ପର୍ଯ୍ୟଟନସ୍ଥଳୀ ମଧ୍ୟରେ ପୁଞ୍ଜିସିଲ ଅନ୍ୟତମ। ପ୍ରକୃତିର ଅପରୂପ ସୌନ୍ଦର୍ଯ୍ୟରେ ପର୍ଯ୍ୟଟକଙ୍କ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଥାଏ ଜିଲାର ବିଭିନ୍ନ ଝରଣାର କୁଳୁକୁଳୁ ସ୍ବର। ପାହାଡ଼ ଉପରୁ ପ୍ରବାହିତ ହେଉଥିବା ଝରଣା ପର୍ଯ୍ୟଟକଙ୍କୁ ଦିଏ ନିଆରା ଅନୁଭବ। ସେହିପରି ଏକ ଝରଣା ରହିଛି କୋରାପୁଟ ଜିଲା ଦଶମନ୍ତପୁର ବ୍ଲକର ମୁଜାଙ୍ଗ ପଞ୍ଚାୟତରେ। ପୁଞ୍ଜିସିଲ ପର୍ଯ୍ୟଟନ ସ୍ଥଳୀ ରୂପେ ପରିଚିତ ଏହି ସ୍ଥାନ ଦାମନଯୋଡ଼ିର ପଞ୍ଚବଟୀମାଳି ପର୍ବତରୁ ଝରି ଆସିଥିବା ମୁରାନ ଝରଣା ପୁଞ୍ଜିସିଲଠାରେ ଏକ ବିଶାଳ ପଥର ଉପରେ ପଡି ପ୍ରବାହିତ ହେଉଛି। ଏହି ଝରଣାର ଜଳରାଶି କେବେ ପଥଚାରୀଙ୍କ ତୃଷ୍ଣା ମେଣ୍ଟାଏ ତ କେବେ ସ୍ଥାନୀୟ ଲୋକଙ୍କ ଚାଷଜମିରେ ଲାଗି ସେମାନଙ୍କ ଅର୍ଥନୀତିକୁ ସୁଦୃଢ କରେ। କେବେ ଏହାର ନୈସର୍ଗିକ ସୌନ୍ଦର୍ଯ୍ୟ ପର୍ଯ୍ୟଟକଙ୍କୁ ମୁଗ୍‌ଧକରେ। ଏଠାରେ ବଣଭୋଜି କରିବା ପାଇଁ ସମସ୍ତ ସୁବିଧା ରହିଛି। ଖରାଦିନେ ପଥର ଓ ପାଣିରେ ବୁଲି ମଜା ନେବା ଏହି ସ୍ଥାନର ଅନ୍ୟ ଏକ ବିଶେଷତ୍ୱ। ବର୍ତ୍ତମାନ ଜିଲା ପ୍ରଶାସନ ପକ୍ଷରୁ ଶୌଚାଳୟ ସମେତ ବିଭିନ୍ନ ନିର୍ମାଣ କାର୍ଯ୍ୟ ଚାଲିଛି। ଏଠାକୁ ଭଲ ରାସ୍ତାଟିଏ ନିର୍ମାଣ ସହ ଅନ୍ୟ ଭିତ୍ତିଭୂମିର ବିକାଶ ପ୍ରତି ପ୍ରଶାସନ ଗୁରୁତ୍ୱ ଦେଲେ ପୁଞ୍ଜିସିଲ ଏକ ପ୍ରମୁଖ ପର୍ଯ୍ୟଟନସ୍ଥଳୀର ମାନ୍ୟତା ପାଇପାରନ୍ତା।

କେମିତି ଯିବେ
କୋରାପୁଟ ସଦର ମହକୁମାରୁ ପୁଞ୍ଜିସିଲର ଦୂରତା ପ୍ରାୟ ୨୫ କିଲୋମିଟର। କୋରାପୁଟରୁ ଭାୟା ପୋଡ଼ାଗଡ଼ ଦେଇ ମୁଜାଙ୍ଗ ପଞ୍ଚାୟତରୁ ୨ କି.ମି. ଗଲେ ପଡିବ ଏହି ସ୍ଥାନ। ଦୁଇଚକିଆ ଓ ୪ ଚକିଆ ଗାଡି ସେଠାକୁ ଯାଇପାରିବ।

ରିପୋର୍ଟ: ଅମିତାଭ ବେହେରା, କୋରାପୁଟ


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?