ପିକ୍‌ନିକ୍‌ ସ୍ପଟ୍‌: ଓ୍ବାଇଲ୍ଡଲାଇଫ୍‌ ୱାଚ୍‌ ଟାୱାର

ରାୟଗଡ଼ା ଜିଲାର ଅନେକ ସ୍ଥାନ ପର୍ଯ୍ୟଟକଙ୍କୁ ଆକର୍ଷିତ କରିଥାଏ। ଏଥିପାଇଁ ବର୍ଷ ତମାମ ଭିଡ଼ ଜମିଥାଏ। ହେଲେ ଜିଲାର ଚନ୍ଦ୍ରପୁର ବ୍ଲକ୍‌ର ଅନ୍ୟତମ ଆକର୍ଷଣ ‘ଓ୍ବାଇଲ୍ଡଲାଇଫ୍‌ ଓ୍ବାଚ୍‌ ଟାଓ୍ବାର’ ଅନେକଙ୍କ ପାଇଁ ଏବେ ବି ଅଜଣା। ଡାଙ୍ଗସୋରଡ଼ା ପଞ୍ଚାୟତଠାରୁ ୫ କି.ମି. ଦୂର ଭାଲୁଗୁଡ଼ା ଡ୍ୟାମ୍‌ ନିକଟରେ ରହିଛି ବନ ବିଭାଗର ଏହି ନୂତନ ଓ୍ବାଚ୍‌ ଟାଓ୍ବାର।

ବନ୍ୟପ୍ରାଣୀଙ୍କ ସୁରକ୍ଷା ପ୍ରତି ନଜର ରଖିବା ସହ ସେମାନଙ୍କ ଗଣନା ନିମନ୍ତେ ୫ ବର୍ଷ ତଳେ ଡ୍ୟାମ୍‌କୁ ଲାଗି ନିର୍ମାଣ ହୋଇଥିଲା ଚାରି ମହଲା ବିଶିଷ୍ଟ ଏହି ଓ୍ବାଚ୍‌ ଟାଓ୍ବାର। ଡ୍ୟାମ୍‌ ବୁଲିବାକୁ ଆସୁଥିବା ପର୍ଯ୍ୟଟକଙ୍କୁ ପାହାଡ଼, ଜଙ୍ଗଲ ଘେରା ପ୍ରାକୃତିକ ପରିବେଶ ଏବଂ ସାରେ ଡ୍ୟାମ୍‌ରେ ବିଭିନ୍ନ ପ୍ରଜାତିର ପକ୍ଷୀଙ୍କ ଜଳକ୍ରୀଡ଼ା ଦୃଶ୍ୟ ବେଶ୍‌ ବିମୋହିତ କରିଥାଏ। ଏହି ସମୟରେ ନିକଟରେ ରହିଥିବା ଓ୍ବାଚ୍‌ ଟାଓ୍ବାର ପର୍ଯ୍ୟଟକଙ୍କ ଦୃଷ୍ଟି ଆକର୍ଷଣ କରେ। ବନ ବିଭାଗର ଅନୁମତି ନେଇ ପର୍ଯ୍ୟଟକ ଏଠାରେ ବଣଭୋଜିର ଆନନ୍ଦ ନେବା ସହ ଟାଓ୍ବାର ଉପରେ ଚଢ଼ି ଡ୍ୟାମ୍‌, ଚାରିପାର୍ଶ୍ୱରେ ରହିଥିବା ସବୁଜ ପରିବେଷ୍ଟନୀ ଏବଂ ପକ୍ଷୀମାନଙ୍କ କିଚିରିମିଚିରି ଶବ୍ଦ ଉପଭୋଗ କରିଥାନ୍ତି।

କେମିତି ଯିବେ
ରାୟଗଡ଼ା ସହରରୁ ୬୦କି.ମି. ଦୂର ମୁନିଗୁଡ଼ାକୁ ଟ୍ରେନ୍‌, ବସ୍‌ କିମ୍ବା ଟ୍ୟାକ୍ସି ଯୋଗେ ଯିବାକୁ ହୁଏ। ସେଠାରୁ ପୁଣି ଟାକ୍ସି ଯୋଗେ ଭାୟା ଡାଙ୍ଗସୋରଡ଼ା ଏବଂ ନାଉଡ଼ୁଗୁଡ଼ା ଦେଇ ୨୯କି.ମି. ବାଟ ଗଲେ ଏଠାରେ ପହଞ୍ଚିପାରିବେ।

– ରିପୋର୍ଟ: ବିଜୟ ପ୍ରସାଦ ଉଲାକା, ଚନ୍ଦ୍ରପୁର, ରାୟଗଡ଼ା


Enter your email to get our daily news in your inbox.

All Right Reserved By Dharitri.Com

ଜିଆରପି ଥାନା ଦାବି କଲା ରେଳ ଉପଭୋକ୍ତା ସଂଘ

ବରଗଡ଼,୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ରେଳ ଉପଭୋକ୍ତା ସଂଘର ଏକ ପ୍ରତିନିଧି ଦଳ ଗୁରୁବାର ବରଗଡ଼ ଏସ୍‌ପି ଶ୍ରୀ ରବୀନ୍ଦ୍ର ନାଥ ଶତପଥୀଙ୍କୁ ଫେରାଦ ହୋଇଥିଲେ। ନୂତନ…

କାଠଯୋଡ଼ି ନଦୀରୁ ମୃତଦେହ ଉଦ୍ଧାର ମାମଲା: ମୃତ ଯୁବତୀ FM ମେଡିକାଲ କଲେଜ ଛାତ୍ରୀ, ଘର…

କଟକ/ବାରଙ୍ଗ,୪।୬(ପ୍ରଭୁ କଲ୍ୟାଣ ପାଲ/ ଲିଙ୍ଗରାଜ ରାଉତ): କଟକ ଜିଲା ବାରଙ୍ଗ ଥାନା ଅଧୀନ କାଠଯୋଡ଼ି ନଦୀରୁ ଗୁରୁବାର ଭୋରୁ ଜଣେ ଯୁବତୀଙ୍କ ମୃତଦେହ ମିଳିଛି। ସେ ହେଲେ…

ବୁଲା କୁକୁର ଆତଙ୍କ, ଗୋଟିଏ ଦିନରେ ୭ଜଣଙ୍କୁ କାମୁଡ଼ିଲା

ଅମ୍ବାଦଳା,୪।୬(ରବୀନ୍ଦ୍ର ପଣ୍ଡା): ରାୟଗଡ଼ା ଜିଲା ଅମ୍ବାଦଳା ଅଞ୍ଚଳରେ ବୁଲା କୁକୁର ଆତଙ୍କ ଦେଖାଦେଇଛି। ଗୁରୁବାର ଏକ ବୁଲା କୁକୁର କାମୁଡାରେ ଜଣେ ଶିଶୁଙ୍କ ସହ ମୋଟ ୭ଜଣ…

ଅଫିସରେ ଅସୁସ୍ଥତା, ଘରେ ଆଖି ବୁଜିଲେ ଜନସ୍ୱାସ୍ଥ୍ୟ ଵିଭାଗ କିରାଣୀ ଗୋପାଳ ରଥ

ବଲାଙ୍ଗୀର, ୪।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରାଜୀବ ନଗର ନିବାସୀ ଗୋପାଳ ଚରଣ ରଥଙ୍କ ଗୁରୁବାର ପରଲୋକ ହୋଇଛି। ସେ ବଲାଙ୍ଗୀର ପିଏଚଡି ସବଡିଭିଜନ ଅଫିସରେ ବିଲିଂ…

ଜମି ବିକ୍ରି ନାଁରେ ୧୦ ଲକ୍ଷ ଟଙ୍କା ଠକେଇ, ବନ୍ଧା ହେଲେ ଜମି ମାଲିକ

କୋରୁକୋଣ୍ଡା,୪।୬(ଶିବଦତ୍ତ ସାହୁ): ଜମି ବିକ୍ରି ନାଁରେ ୧୦ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ମାଲକାନଗିରି ଜିଲା ଓର୍କେଲ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ…

ରାଜ୍ୟସଭା ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ: ଖାର୍ଗେ-ପୱନ ଖେରା କର୍ନାଟକରୁ ମନୋନୀତ

ନୂଆଦିଲ୍ଲୀ,୪।୬: କଂଗ୍ରେସ ଦଳ କର୍ନାଟକ, ମଧ୍ୟ ପ୍ରଦେଶ, ରାଜସ୍ଥାନ, ତାମିଲନାଡୁ ଏବଂ ଝାଡ଼ଖଣ୍ଡ ରାଜ୍ୟ ପାଇଁ ରାଜ୍ୟ ସଭା ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ କର୍ନାଟକରୁ…

ପଦ୍ମପୁରରେ ନିଶା କାରବାର ଉପରେ ଚଢାଉ: ୨୨ ବସ୍ତା ବେଆଇନ କଫ୍ ସିରପ୍ ଜବତ, ୨ ଗିରଫ

ପଦ୍ମପୁର,୪।୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଅଞ୍ଚଳରେ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ବେଆଇନ ନିଶାଦ୍ରବ୍ୟ କାରବାର ବିରୋଧରେ କଡ଼ା ଆଭିମୁଖ୍ୟ ଗ୍ରହଣ କରି ପୋଲିସ…

ବିକାଶ ସ୍କୁଲ ଅଫ ବିଜ୍‌ନେସ୍‌ ମ୍ୟାନେଜ୍‌ମେଣ୍ଟ ଛାତ୍ରୀଛାତ୍ରଙ୍କ ସଫଳତା, ଏନ୍‌. ଝାନ୍ସିରାଣୀ ବିଶ୍ବବିଦ୍ୟାଳୟ ଟପ୍ପର

ବରଗଡ,୪।୬(ପ୍ରେମାନନ୍ଦ ଖମାରୀ): ସମ୍ବଲପୁର ବିଶ୍ୱବିଦ୍ୟାଳୟ ଅଧୀନରେ ଅନୁଷ୍ଠିତ ବିବିଏ ପରୀକ୍ଷାରେ ବିକାଶ ସ୍କୁଲ ଅଫ ବିଜ୍‌ନେସ୍‌ ମ୍ୟାନେଜମେଣ୍ଟର ଛାତ୍ରୀଛାତ୍ରମାନେ ସଫଳତା ହାସଲ କରି ଅନୁଷ୍ଠାନ ଓ ସମଗ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri