ପିକ୍‌ନିକ୍‌ ସ୍ପଟ୍‌: ‘ଢୁ ଢୁଆ’ ଜଳପ୍ରପାତ

ପ୍ରକୃତିର ଅପରୂପ ସୌନ୍ଦର୍ଯ୍ୟରେ ଭରପୂର ଖୋର୍ଦ୍ଧା ଜିଲା। ପାହାଡ଼, ଜଙ୍ଗଲ, ନଦୀ, ଝରଣା, ଆଦିବାସୀ ସଂସ୍କୃତି ଏବଂ ବିଭିନ୍ନ ମନ୍ଦିର ଜିଲାକୁ ସ୍ବତନ୍ତ୍ର ପରିଚୟ ଦେଇଛି। ଏଠାରେ ରହିଥିବା ବିଭିନ୍ନ ପର୍ଯ୍ୟଟନସ୍ଥଳୀ ତଥା ପିକ୍‌ନିକ ସ୍ପଟଗୁଡ଼ିକ ଜିଲା, ରାଜ୍ୟ, ଦେଶ ସମେତ ବିଦେଶୀ ପର୍ଯ୍ୟଟକଙ୍କୁ ଆକର୍ଷିତ କରିଥାଏ। ଏହା ମଧ୍ୟରେ ଅନ୍ୟତମ ହେଲା ଜିଲାର ବାଣପୁର ବ୍ଲକ ନୀଳାଦ୍ରିପ୍ରସାଦ ପଞ୍ଚାୟତ ଅଧୀନ ବରବରା ଜଙ୍ଗଲ ମଧ୍ୟରେ ରହିଥିବା ‘ଢୁ ଢୁଆ’ ଜଳପ୍ରପାତ। ଲୁକ୍କାୟିତ ହୋଇ ରହିଥିବା ଏହି ଜଳପ୍ରପାତ ସମ୍ପର୍କରେ କିଛିବର୍ଷ ପୂର୍ବେ ସ୍ଥାନୀୟ ଆଦିବାସୀ ସମ୍ପ୍ରଦାୟ ଲୋକଙ୍କଠାରୁ ସୂଚନା ମିଳିଥିଲା। ଏହି ଖବର ପ୍ରଚାରିତ ହେବା ପରେ ପର୍ଯ୍ୟଟକଙ୍କ ସୁଅ ଛୁଟିବାରେ ଲାଗିଛି। ବଣଭୋଜି ପାଇଁ ଏହି ସ୍ଥାନ ଅନୁକୂଳ ହୋଇଥିବା ବେଳେ ପ୍ରପାତରେ ଗାଧୋଇବା ମଧ୍ୟ ନିରାପଦ। ପର୍ଯ୍ୟଟକମାନେ ଏଠାକାର ସୌନ୍ଦର୍ଯ୍ୟ ଉପଭୋଗ କରିବା ସହିତ ନିକଟରେ ଥିବା ପ୍ରସିଦ୍ଧ ମା’ ବିରଜାଈ ଠାକୁରାଣୀ, ମା’ ତାରିଣୀ ପୀଠ ଏବଂ ବାଣପୁରର ମା’ ଭଗବତୀଙ୍କ ପୀଠ ଦର୍ଶନ କରିପାରିବେ। ତେବେ ଏହି ଜଳପ୍ରପାତକୁ ପର୍ଯ୍ୟଟକ କିଭଳି ବହୁ ସଂଖ୍ୟାରେ ଆସିପାରିବେ ଏବଂ ଏହାକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦେବା ପାଇଁ ଅଞ୍ଚଳବାସୀଙ୍କ ପକ୍ଷରୁ ଦାବି ହେଉଛି।

କେମିତି ଯିବେ
ବାଣପୁରଠାରୁ ୨୦କିଲୋମିଟର ଦୂରରେ ରହିଛି ନୀଳାଦ୍ରିପ୍ରସାଦ ଗ୍ରାମ। ସେଠାରୁ ମା’ ବିରଜାଈ ମନ୍ଦିର ରାସ୍ତାରେ ୨କି.ମି. ଅତିକ୍ରମ କଲେ ପଡ଼ିବ ବ୍ରହ୍ମପଦା ପ୍ରାଥମିକ ବିଦ୍ୟାଳୟ। ଉକ୍ତ ବିଦ୍ୟାଳୟ ପାର୍ଶ୍ୱ ଦେଇ ଯାଇଛି ଏକ ମାଟି ରାସ୍ତା। ଏହି ରାସ୍ତାରେ ଏକ କିଲୋମିଟର ଗଲେ ପଡ଼ିବ ଡିମିରି ସାହି। ସାହି ପାର୍ଶ୍ୱ ଦେଇ ପାଦଚଲା ରାସ୍ତାରେ ୫୦ମିଟର ପରେ ‘ଢୁ ଢୁଆ’ ଜଳପ୍ରପାତରେ ପହଞ୍ଚିପାରିବେ।

ରିପୋର୍ଟ: ସଂଗ୍ରାମ ପାଇକରାୟ, ବାଲୁଗଁା


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ପୋଲିସ କମିଶନରଙ୍କୁ ମିଳିଲା ବଡ଼ କ୍ଷମତା

ନୂଆଦିଲ୍ଲୀ,୨୩ା୭: ଦିଲ୍ଲୀରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି)ର ବିକ୍ଷୋଭ ହିଂସାତ୍ମକ ରୂପ ନେଉଥିବାରୁ କେନ୍ଦ୍ର ସରକାର ଦିଲ୍ଲୀ ପୋଲିସ କମିଶନରଙ୍କୁ ଜାତୀୟ ସୁରକ୍ଷା ଆଇନ (ଏନ୍‌ଏସ୍‌ଏ) ବଳରେ…

ରଥ ମେଲଣରେ ଯୋଗଦେଲେ ଉପ ମୁଖ୍ୟମନ୍ତ୍ରୀ

ଅତାବିରା,୨୩।୭(ଯୁଧିଷ୍ଠିର ମହାପାତ୍ର) ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ବରଗଡ଼ ଜିଲା ଅତାବିରା ଗସ୍ତରେ ଆସି ଗୁରୁବାର ସନ୍ଧ୍ୟାରେ କାଠଡେରା ଶ୍ରୀଗୁଣ୍ଡିଚା…

ରାସ୍ତା କାଦୁଅ ପଚ ପଚ, ଦୁର୍ଦ୍ଦଶାରେ ଲୋକେ

କୋକସରା,୨୩ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ବ୍ଲକ ଡଙ୍ଗରୀଗୁଡା ଛକଠାରୁ କାଦୋପଦର ଭାୟା କାଶିବାହାଲ ପର୍ଯ୍ୟନ୍ତ ରାସ୍ତା ଅତ୍ୟନ୍ତ ଶୋଚନୀୟ ହୋଇପଡିଛି।…

ଦିଲ୍ଲୀ ତାତି ବରଗଡ଼ରେ: ଗାନ୍ଧୀଛକରେ କଂଗ୍ରେସର ବିକ୍ଷୋଭ ସହ ମୋଦୀ-ଶାହ-ଧର୍ମେନ୍ଦ୍ରଙ୍କ କୁଶପୁତ୍ତଳିକା ଦାହ

ବରଗଡ଼, ୨୩ା୭(ପ୍ରେମାନନ୍ଦ ଖମାରୀ): ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଉପରେ ପୋଲିସର ଦମନଲୀଳା ଏବଂ ଶୀର୍ଷ ନେତୃବୃନ୍ଦଙ୍କ ଗିରଫଦାରୀ ପ୍ରତିବାଦରେ ଗୁରୁବାର ସନ୍ଧ୍ୟାରେ ବରଗଡ଼ ଜିଲା…

ଜନ୍ତର ମନ୍ତର ଅନ୍ଦୋଳନକୁ ନେଇ ଗୃହ ମନ୍ତ୍ରଣାଳୟର ବଡ଼ ନିର୍ଦ୍ଦେଶ: ଏସବୁ ଅଞ୍ଚଳରେ ବନ୍ଦ ହେବ ମୋବାଇଲ ଇଣ୍ଟରନେଟ ସେବା

ନୂଆଦିଲ୍ଲୀ,୨୩।୭: ଗୃହ ମନ୍ତ୍ରଣାଳୟ ଜନ୍ତର ମନ୍ତର ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛି। ଚାଲିଥିବା ପ୍ରତିବାଦକୁ ଦୃଷ୍ଟିରେ ରଖି, ସରକାର ନିର୍ଦ୍ଦେଶ ଦେଇଛନ୍ତି ଯେ ଜନ୍ତର…

ପାରଳାଖେମୁଣ୍ଡି ରାଜପ୍ରାସାଦର ଦୁର୍ଦ୍ଦଶା ଦେଖି ମନ୍ତ୍ରୀଙ୍କ ଉଦ୍‌ବେଗ: ପୁନରୁଦ୍ଧାର ପାଇଁ ଜୋର ଧରିଲା ଦାବି

ପାରଳାଖେମୁଣ୍ଡି, ୨୩ା୭(ଗିରିଧାରୀ ପରିଚ୍ଛା): ରାଜ୍ୟର ଖଣି, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଗୁରୁବାର ଗଜପତି ଜିଲା ଗସ୍ତରେ ଆସିଥିବା ବେଳେ ଐତିହ୍ୟବାହୀ ପାରଳାଖେମୁଣ୍ଡି…

ବ୍ରହ୍ମଚାରୀ ଓଭରବ୍ରିଜ୍ ନିକଟରେ ବରଗଡ଼ ପୋଲିସର ଚଢ଼ାଉ: ୧୧୮୦ ବୋତଲ କଫ୍ ସିରପ ଜବତ, ୨ ଗିରଫ

ବରଗଡ଼, ୨୩ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ବ୍ରହ୍ମଚାରୀ ଓଭରବ୍ରିଜ୍ ନିକଟରେ ପୋଲିସ ପକ୍ଷରୁ ଏକ ଚଢ଼ାଉ କରାଯାଇ ବିପୁଳ ପରିମାଣର ବେଆଇନ କଫ୍ ସିରପ ଜବତ କରାଯାଇଛି। ଏହି…

ଛାତ୍ର ଆନ୍ଦୋଳନକୁ ନେଇ ମୁହଁ ଖୋଲିଲେ କ୍ରିକେଟର ଭଗବାନ, ବାପାଙ୍କୁ ମନେ ପକାଇ କହିଲେ…

ନୂଆଦିଲ୍ଲୀ,୨୩।୭: NEET-UG ପେପର୍‌ ଲିକ ନେଇ ବିବାଦ ତୀବ୍ର ହେବାରେ ଲାଗିଛି। CJP ଦେଶବ୍ୟାପୀ ପ୍ରତିବାଦ ଘୋଷଣା କରିଛନ୍ତି ଏବଂ ଛାତ୍ରୀଛାତ୍ରମାନଙ୍କୁ ଅଂଶଗ୍ରହଣ କରିବାକୁ ଆହ୍ବାନ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri