ପିକ୍‌ନିକ୍‌ ହେଲା କାଳ: ଶଙ୍ଖନଦୀରେ ବୁଡ଼ି ଯୁବକ ମୃତ

ବେଦବ୍ୟାସ,୧୭।୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବ୍ରାହ୍ମଣୀତରଙ୍ଗ ଥାନା ଅନ୍ତର୍ଗତ ଶଙ୍ଖନଦୀର ଭାଲୁପତ୍ରାଘାଟରେ ରବିବାର ଅପରାହ୍ନରେ ପାଣିରେ ବୁଡ଼ି ତ୍ରିଲୋଚନ ମହାକୁଡ଼ (୨୩)ନାମକ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ତାଙ୍କ ଘର ରାଉରକେଲା ପ୍ଲାଣ୍ଟସାଇଟ୍‌ ଥାନା ଅନ୍ତର୍ଗତ ମଧୁସୂଦନପାଲି ୧୧ନଂ. ୱାର୍ଡରେ।
ସକାଳେ ରାଉରକେଲା ଅଞ୍ଚଳର ପ୍ରାୟ ୧୦ଜଣ ସାଙ୍ଗ ବାଇକ୍‌ ଓ କାର ଯୋଗେ ପିକ୍‌ନିକ୍‌ କରିବାକୁ ଭାଲୁପତ୍ରା ନଦୀଘାଟକୁ ଯାଇଥିଲେ। ସେଠାରେ ରୋଷେଇ ସାରି ଶଙ୍ଖନଦୀକୁ ଗାଧୋଇବା ପାଇଁ ଯାଇଥିଲେ। ସେତିକିବେଳେ ତ୍ରିଲୋଚନ ଗଭୀର ପାଣିକୁ ଚାଲିଯାଇଥିଲେ। ସେ ବୁଡ଼ି ଉବୁଟୁବୁ ହେଉଥିବା ବେଳେ ଅନ୍ୟ ଜଣେ ସାଙ୍ଗ ଅଶୋକ ଗିରି ତାଙ୍କୁ ଉଦ୍ଧାର କରିବାକୁ ଯାଇ ବିଫଳ ହୋଇଥିଲେ। ସେ ମଧ୍ୟ ପାଣିରେ ବୁଡ଼ି ଯାଉଥିବା ବେଳେ ସ୍ଥାନୀୟ ଗ୍ରାମବାସୀ ତାଙ୍କୁ ଉଦ୍ଧାର କରିଥିଲେ। ହେଲେ ତ୍ରିଲୋଚନଙ୍କୁ ଉଦ୍ଧାର କରିପାରି ନ ଥିଲେ। ଖବରପାଇ ବ୍ରାହ୍ମଣୀତରଙ୍ଗ ଥାନା ପୋଲିସ ଓ ରାଉରକେଲା ଦମକଳ କର୍ମଚାରୀ ପହଞ୍ଚି ତ୍ରିଲୋଚନଙ୍କୁ ଉଦ୍ଧାର କରିଥିଲେ। ଅଶୋକ ଓ ତ୍ରିଲୋଚନଙ୍କୁ ରାଉରକେଲା ସରକାରୀ ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରେ ଡାକ୍ତର ତ୍ରିଲୋଚନଙ୍କୁ ମୃତ ଘୋଷଣା କରିଥିଲେ। ପ୍ରାଥମିକ ଚିକିତ୍ସା ପରେ ଅଶୋକ ସୁସ୍ଥ ହୋଇ ଘରକୁ ଯାଇଛନ୍ତି। ଏ ନେଇ ବ୍ରାହ୍ମଣୀତରଙ୍ଗ ଥାନାରେ ଏକ ଅପମୃତ୍ୟୁ ମାମଲା (ନଂ.୨/୨୧) ରୁଜୁ ହୋଇଛି।
ସୂଚନାଯୋଗ୍ୟ, ଗତ ୧୦ ତାରିଖରେ ସୁନ୍ଦରଗଡ଼ ଜିଲା ବିଶ୍ରା ଥାନା ନୂଆଗାଁ ବ୍ଲକ ଅନ୍ତର୍ଗତ କୋଏଲ ନଦୀର ତେତେରକେଲା ଘାଟରେ ପିକ୍‌ନିକ୍‌ କରିବାକୁ ଯାଇ ୨ଜଣ ବୁଡ଼ି ଯାଇଥିଲେ। ସେମାନଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ଘଟିଥିଲା। ଅନ୍ୟ ଜଣେ ଚିକିତ୍ସିତ ହୋଇ ଘରକୁ ଫେରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri