ପିକ୍‌ନିକ୍‌ ହେଲା କାଳ: ଶଙ୍ଖନଦୀରେ ବୁଡ଼ି ଯୁବକ ମୃତ

ବେଦବ୍ୟାସ,୧୭।୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବ୍ରାହ୍ମଣୀତରଙ୍ଗ ଥାନା ଅନ୍ତର୍ଗତ ଶଙ୍ଖନଦୀର ଭାଲୁପତ୍ରାଘାଟରେ ରବିବାର ଅପରାହ୍ନରେ ପାଣିରେ ବୁଡ଼ି ତ୍ରିଲୋଚନ ମହାକୁଡ଼ (୨୩)ନାମକ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ତାଙ୍କ ଘର ରାଉରକେଲା ପ୍ଲାଣ୍ଟସାଇଟ୍‌ ଥାନା ଅନ୍ତର୍ଗତ ମଧୁସୂଦନପାଲି ୧୧ନଂ. ୱାର୍ଡରେ।
ସକାଳେ ରାଉରକେଲା ଅଞ୍ଚଳର ପ୍ରାୟ ୧୦ଜଣ ସାଙ୍ଗ ବାଇକ୍‌ ଓ କାର ଯୋଗେ ପିକ୍‌ନିକ୍‌ କରିବାକୁ ଭାଲୁପତ୍ରା ନଦୀଘାଟକୁ ଯାଇଥିଲେ। ସେଠାରେ ରୋଷେଇ ସାରି ଶଙ୍ଖନଦୀକୁ ଗାଧୋଇବା ପାଇଁ ଯାଇଥିଲେ। ସେତିକିବେଳେ ତ୍ରିଲୋଚନ ଗଭୀର ପାଣିକୁ ଚାଲିଯାଇଥିଲେ। ସେ ବୁଡ଼ି ଉବୁଟୁବୁ ହେଉଥିବା ବେଳେ ଅନ୍ୟ ଜଣେ ସାଙ୍ଗ ଅଶୋକ ଗିରି ତାଙ୍କୁ ଉଦ୍ଧାର କରିବାକୁ ଯାଇ ବିଫଳ ହୋଇଥିଲେ। ସେ ମଧ୍ୟ ପାଣିରେ ବୁଡ଼ି ଯାଉଥିବା ବେଳେ ସ୍ଥାନୀୟ ଗ୍ରାମବାସୀ ତାଙ୍କୁ ଉଦ୍ଧାର କରିଥିଲେ। ହେଲେ ତ୍ରିଲୋଚନଙ୍କୁ ଉଦ୍ଧାର କରିପାରି ନ ଥିଲେ। ଖବରପାଇ ବ୍ରାହ୍ମଣୀତରଙ୍ଗ ଥାନା ପୋଲିସ ଓ ରାଉରକେଲା ଦମକଳ କର୍ମଚାରୀ ପହଞ୍ଚି ତ୍ରିଲୋଚନଙ୍କୁ ଉଦ୍ଧାର କରିଥିଲେ। ଅଶୋକ ଓ ତ୍ରିଲୋଚନଙ୍କୁ ରାଉରକେଲା ସରକାରୀ ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରେ ଡାକ୍ତର ତ୍ରିଲୋଚନଙ୍କୁ ମୃତ ଘୋଷଣା କରିଥିଲେ। ପ୍ରାଥମିକ ଚିକିତ୍ସା ପରେ ଅଶୋକ ସୁସ୍ଥ ହୋଇ ଘରକୁ ଯାଇଛନ୍ତି। ଏ ନେଇ ବ୍ରାହ୍ମଣୀତରଙ୍ଗ ଥାନାରେ ଏକ ଅପମୃତ୍ୟୁ ମାମଲା (ନଂ.୨/୨୧) ରୁଜୁ ହୋଇଛି।
ସୂଚନାଯୋଗ୍ୟ, ଗତ ୧୦ ତାରିଖରେ ସୁନ୍ଦରଗଡ଼ ଜିଲା ବିଶ୍ରା ଥାନା ନୂଆଗାଁ ବ୍ଲକ ଅନ୍ତର୍ଗତ କୋଏଲ ନଦୀର ତେତେରକେଲା ଘାଟରେ ପିକ୍‌ନିକ୍‌ କରିବାକୁ ଯାଇ ୨ଜଣ ବୁଡ଼ି ଯାଇଥିଲେ। ସେମାନଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ଘଟିଥିଲା। ଅନ୍ୟ ଜଣେ ଚିକିତ୍ସିତ ହୋଇ ଘରକୁ ଫେରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

ଖେଳିବା ବୟସରେ ହାତରେ ଭିକ୍ଷାଥାଳ

ରାଉରକେଲା,୨୫ା୪(ବିପ୍ଲବ ରଞ୍ଜନ ଦାଶ)ରାଉରକେଲାର ପ୍ରସିଦ୍ଧ ବେଦବ୍ୟାସ ପୀଠରେ କୋମଳମତି ପିଲାମାନେ ଭିକ୍ଷାଥାଳ ଧରି ଭିକ୍ଷାବୃତ୍ତି କରୁଛନ୍ତି। ଚିନ୍ତାର ବିଷୟ, ଯେଉଁ କୋମଳମତି ଶିଶୁମାନେ ଭିକ୍ଷାବୃତ୍ତି କରୁଛନ୍ତି...

ମେ ୧୦ରୁ ରବିଧାନ ସଂଗ୍ରହ

ସମ୍ବଲପୁର,୨୫ା୪(ପ୍ରମୋଦ ବହିଦାର)ଆସନ୍ତା ମେ ୧୦ରୁ ସମ୍ବଲପୁର ଜିଲାରେ ଚଳିତବର୍ଷ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ବୁଧବାର ଅନୁଷ୍ଠିତ ଧାନ ସଂଗ୍ରହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri