ବେଳାଭୂମିରେ ଶାହରୁଖଙ୍କ ଚିତ୍ର

ଇସଲାମାବାଦ୍‌: ବଲିଉଡ୍‌ ସୁପରଷ୍ଟାର ଶାହରୁଖ ଖାନ୍‌ଙ୍କ ପ୍ରଶଂସକ କେବଳ ଭାରତରେ ନୁହେଁ, ବିଦେଶରେ ମଧ୍ୟ ଦେଖିବାକୁ ମିଳେ। ତାଙ୍କ ପ୍ରଶଂସକଙ୍କ ଭଲପାଇବାର ଏକ ଉଦାହରଣ ନିକଟରେ ଦେଖିବାକୁ ମିଳିଛି। ପାକିସ୍ତାନରେ ଶାହରୁଖଙ୍କ ଚଳଚ୍ଚିତ୍ରକୁ ବ୍ୟାନ୍‌ କରାଯାଇଛି, ହେଲେ ମଧ୍ୟ ତାଙ୍କ ପ୍ରତି ପାକିସ୍ତାନବାସୀଙ୍କ ପ୍ରେମ ଏବେ ବି ରହିଛି। ଯେତେବେଳେ ପଠାନ୍‌ ରିଲିଜ୍‌ ହୋଇଥିଲା, ସେତେବେଳେ ମଧ୍ୟ କିଛି ପାକିସ୍ତାନୀ ପରିବାର ଭାରତକୁ ଆସି ଫିଲ୍ମର ମଜା ଉଠାଇଥିଲେ। ତେବେ ଏବେ ଜଣେ ପାକିସ୍ତାନୀ କଳାକାର ଶାହରୁଖଙ୍କ ପ୍ରତି ତାଙ୍କ ଭଲପାଇବା ଦର୍ଶାଇଛନ୍ତି। ପାକିସ୍ତାନର ବେଲୁଚିସ୍ତାନ ବେଳାଭୂମିରେ ସମୀର ଶୌକତ ନାମକ ବାଲୁକାଶିଳ୍ପୀ ତାଙ୍କ ଟୁଇଟର ପେଜ୍‌ରେ ଏକ ଫଟୋ ପୋଷ୍ଟ କରିଛନ୍ତି। ସେ ତାଙ୍କ ଟିମ୍‌ ସହ ମିଶି ସମୁଦ୍ରକୂଳରେ ଶାହରୁଖଙ୍କ ଏକ ବିଶାଳ ବାଲୁକାଚିତ୍ର ତିଆରି କରିଛନ୍ତି। ଫଟୋ ଶେୟାର କରି ଲେଖିଛନ୍ତି, ଶାହରୁଖଙ୍କ ସବୁଠୁ ବଡ଼ ସ୍କେଚ୍‌ ତାଙ୍କ ଟିମ୍‌ ଦ୍ୱାରା ପ୍ରସ୍ତୁତ କରାଯାଇଛି, ଯାହା ତାଙ୍କ ଟିମ୍‌ ପକ୍ଷରୁ ଶାହରୁଖଙ୍କୁ ଉପହାର। ଶାହରୁଖଙ୍କ ଏହି ଚିତ୍ରଟିର ଫଟୋ ଏକ ଡ୍ରୋନ୍‌ ସାହାଯ୍ୟରେ ନିଆଯାଇଛି। କଳାକାରମାନେ ତାଙ୍କ ୟୁଟ୍ୟୁବ୍‌ ଚ୍ୟାନେଲରେ ଏହାର ଏକ ଭିଡିଓ ଶେୟାର କରିଛନ୍ତି। ଭିଡିଓରେ କଳାକାରମାନେ ଶାହରୁଖଙ୍କ ବାଲୁକାଚିତ୍ର ଆଙ୍କୁଥିବାର ନଜର ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟକ ସର୍ଦ୍ଦାର ଦଣ୍ଡପାଣି ସ୍ବାଇଁ ଙ୍କ ଶ୍ରାଦ୍ଧ ଦିବସ: ଗଣ୍ୟମାନ୍ୟ ବ୍ୟକ୍ତିଙ୍କ ଶ୍ରଦ୍ଧାଞ୍ଜଳି         

ଦିଗପହଣ୍ଡି,୭|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମରେ ସ୍ଵାଧୀନତା ସଂଗ୍ରାମୀ ବିଶିଷ୍ଟ କମ୍ୟୁନିଷ୍ଟ ନେତା ପୂର୍ବତନ ବିଧାୟକ ସ୍ବର୍ଗତ ସର୍ଦ୍ଦାର ଦଣ୍ଡପାଣି ସ୍ବାଇଁ…

କେସିଙ୍ଗାର ଯୁବ ପ୍ରତିଭା, ସାମାଜିକ କର୍ମୀ ରମେଶ କୁମାର ଜେନାଙ୍କ ଅକାଳ ବିୟୋଗ: ଝୁରୁଛି ଗାଁ ମାଟି

କେସିଙ୍ଗା, ୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ୧୧ ନମ୍ବର ୱାର୍ଡର ଅନନ୍ତ ରାମ ଜେନାଙ୍କ ପୁତ୍ର ତଥା ସଜନୀ ଜେନାଙ୍କ ସୁପୁତ୍ର ରମେଶ…

ରାକ୍ଷୀପୂର୍ଣ୍ଣିମାରେ ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା: ଜୁଲାଇ ୨୫ ତାରିଖ ସୁଦ୍ଧା…

ଭୁବନେଶ୍ୱର,୭।୮ ରାକ୍ଷୀପୂର୍ଣ୍ଣିମା ଅବସରରେ ରାଜ୍ୟର ମହିଳାମାନଙ୍କୁ ‘ସୁଭଦ୍ରା’ ଯୋଜନାର ଟଙ୍କା ମିଳିବ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀଙ୍କ ସୂଚନା ଅନୁଯାୟୀ, ଜୁଲାଇ ୨୫…

ବୁଧ ଓ ମଙ୍ଗଳଙ୍କ ଶୁଭ ଯୋଗ! ଭାଗ୍ୟ ନେବ ମୋଡ଼, ୮ ଅଗଷ୍ଟରୁ ୪ ରାଶିକୁ ମିଳିବ ବଡ଼ ଲାଭ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ଅଗଷ୍ଟ ୮ ତାରିଖ ଅପରାହ୍ନରେ ଏକ ବିଶେଷ ମହାଜାଗତିକ ଘଟଣା ଘଟିବାକୁ ଯାଉଛି । ଏହି ଦିନ ବୁଧ ଏବଂ ମଙ୍ଗଳଙ୍କ…

କଷ୍ଟ ସହି ନ ପାରି କରିଥିଲେ ଆତ୍ମହତ୍ୟା: ୪ ବର୍ଷ ପରେ ଦୁଇ ଅଭିଯୁକ୍ତ ଗିରଫ

ବଞ୍ଚୋ, ୭।୮ (ପ୍ରଦୋଷ ବିଶ୍ୱାଳ): ଘସିପୁରା ଥାନା କେସ୍ ନଂ-୪୩, ତାରିଖ ୧୫.୦୩.୨୦୨୨ରେ ରୁଜୁ ହୋଇଥିବା ୪ ବର୍ଷ ପୁରୁଣା ଏକ ଚର୍ଚ୍ଚିତ ମାମଲାରେ ଘସିପୁରା ପୋଲିସ…

ପୂର୍ବରୁ ବାହା ହୋଇଥିବା କଥା ଲୁଚାଇ ପ୍ରଲୋଭନ ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ପରେ…

ବଞ୍ଚୋ, ୭।୮ (ପ୍ରଦୋଷ ବିଶ୍ୱାଳ): ବିବାହର ପ୍ରଲୋଭନ ଦେଇ ଶାରୀରିକ ସମ୍ପର୍କ ସ୍ଥାପନ ଏବଂ ପୂର୍ବରୁ ବିବାହିତ ଥିବା ସତ୍ୟ ଲୁଚାଇ ଠକେଇ କରିବା ଅଭିଯୋଗରେ ଆନନ୍ଦପୁର…

‘ମା’ କ୍ଷୀର ଶିଶୁର ଅଧିକାର, ସୁସ୍ଥ ଭବିଷ୍ୟତର ମୂଳଦୁଆ‘

କେସିଙ୍ଗା, ୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ଦୁର୍ଗାମଣ୍ଡପସ୍ଥିତ ୧୨ ନମ୍ବର ୱାର୍ଡର ଅଙ୍ଗନଓ୍ୱାଡ଼ି କେନ୍ଦ୍ରରେ ଶୁକ୍ରବାର ବିଶ୍ୱ ସ୍ତନ୍ୟପାନ ସପ୍ତାହ-୨୦୨୬ ପାଳନ କରାଯାଇଛି।…

ୟୁଟର୍ନ ମାରିଲେ କଙ୍ଗନା? Gen Z ଙ୍କୁ ନେଇ ଦେଲେ ପୁଣି ବଡ଼ ବୟାନ

ନୂଆଦିଲ୍ଲୀ, ୭।୮: Bjp ସାଂସଦ/ ବଲିଉଡ୍ ଅଭିନେତ୍ରୀ କଙ୍ଗନା ରଣାୱତ ଗତ କିଛି ଦିନ ହେବ ଯୁବପିଢ଼ିଙ୍କ ମଧ୍ୟରେ ବେଶ୍ ଚର୍ଚ୍ଚାରେ ଥିଲେ, କିନ୍ତୁ ତାଙ୍କୁ ଭଲପାଇବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri